ପ୍ରେମିକାଙ୍କୁ ଛୁରିଭୁସି ବନ୍ଧାହେଲେ ପ୍ରେମିକ

ବ୍ରହ୍ମପୁର,୨ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ପୋଲିସ ଜିଲାରେ ଏବେ କଥା କଥାକେ ହତ୍ୟା ଓ ମରଣାନ୍ତକ ଘଟଣା ଘଟୁଛି। ଗୋପାଳପୁର ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ତାଙ୍କ ପ୍ରେମିକ ହତ୍ୟା କରିଥିଲେ। ଏହାର ୨୪ ଘଣ୍ଟା ନ ପୂରୁଣୁ ଶୁକ୍ରବାର ନିମଖଣ୍ଡି ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ତାଙ୍କ ପ୍ରେମିକ ଛୁରି ଭୁସିବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଯୁବତୀ ଜଣକ ଏମ୍‌କେସିଜି ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି। ପୋଲିସ ଆକ୍ରମଣକାରୀ ପ୍ରେମିକଙ୍କୁ ଗିରଫ କରିଛି। ସେ ହେଲେ ଟାଉନ୍‌ ଥାନା ଅନ୍ତର୍ଗତ ବିଜିପୁରର କିରଣ ବେହେରା (୨୫)। ତାଙ୍କ ନିକଟରୁ ଛୁରି ଜବତ କରାଯାଇଛି।

ପ୍ରକାଶ ଯେ, ଦିଗପହଣ୍ଡି ଅଞ୍ଚଳର ଯୁବତୀଙ୍କ ପରିବାର କିଛିବର୍ଷ ହେଲା ବ୍ରହ୍ମପୁରରେ ଘରଭଡ଼ା ନେଇ ରହୁଛନ୍ତି। ଯୁବତୀଙ୍କୁ ଗତ ଦୁଇବର୍ଷ ହେଲା କିରଣ ଭଲ ପାଉଥିଲେ। ଉଭୟେ ଫୋନ୍‌ରେ କଥାବାର୍ତ୍ତା ହେଉଥିଲେ। କିଛିଦିନ ତଳେ ଯୁବତୀଙ୍କ ବାପାଙ୍କ ଦେହାନ୍ତ ହୋଇଥିଲା। ତେଣୁ ସେ କିରଣଙ୍କଠାରୁ ଦୂରେଇ ରହିବାକୁ ଚାହୁଁଥିଲେ। ଅନ୍ୟପଟେ ପରିବାରର ଆର୍ଥିକ ସ୍ଥିତି ଭଲ ନ ଥିବାରୁ ମା’ଝିଅ ଘର ନିକଟରେ ଏକ ଜଳଖିଆ ଦୋକାନ କରିଥିଲେ।

ଗୁରୁବାର ରାତିରେ କିରଣ ଯୁବତୀଙ୍କୁ ଫୋନ କରିଥିଲେ। ହେଲେ ସେ ତାଙ୍କୁ ତାଗିଦ କରି ଆଉ ଫୋନ ନ କରିବାକୁ କହିଥିଲେ। ଫୋନ୍‌ କଲେ ଥାନାରେ ଅଭିଯୋଗ କରିବେ ବୋଲି କହିଥିଲେ। ଏଥିରେ ଉତ୍‌କ୍ଷିପ୍ତ ହୋଇ କିରଣ ଶୁକ୍ରବାର ସକାଳ ପ୍ରାୟ ୮ଟାରେ ଦୋକାନରୁ ଘରକୁ ଆସିଥିବା ଯୁବତୀଙ୍କୁ ବାରମ୍ବାର ଛୁରି ଭୁସି ଚାଲିଥିଲେ। ଫଳରେ ଯୁବତୀ ଗୁରୁତର ହୋଇ ତଳେ ପଡ଼ିଯାଇଥିଲେ। ପଡ଼ୋଶୀଙ୍କଠାରୁ ଖବରପାଇ ମା’ ଦୋକାନରୁ ଘରକୁ ଆସି ଝିଅକୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲେ। ପୋଲିସ ଅଭିଯୁକ୍ତ କିରଣଙ୍କୁ ଗିରଫ କରିବା ସହ ଘଟଣାର ଅଧିକ ତଦନ୍ତ ଚଳାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଗୋଛାବାଡ଼ି ଆଶ୍ରମରେ ନନ୍ଦୋତ୍ସବ: ବିଧାୟକ ପ୍ରଦ୍ୟୁମ୍ନ ନାୟକ ଯୋଗଦେଇ ଶ୍ରଦ୍ଧାଳୁଙ୍କୁ…

ଜଗନ୍ନାଥପ୍ରସାଦ,୫ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ଗୋଛାବାଡ଼ି ଗ୍ରାମସ୍ଥିତ ଶ୍ରୀ ଗୌରାଙ୍ଗ ରାଧାକୃଷ୍ଣ ଆଶ୍ରମ ପରିସରରେ ପବିତ୍ର ଜନ୍ମାଷ୍ଟମୀ ଓ ନନ୍ଦ ଉତ୍ସବ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri