ଅନ୍ତରଙ୍ଗ ମୁହୂର୍ତ୍ତ ଭିଡିଓ ଭାଇରାଲ କଲା ପ୍ରେମିକ, ରଶି ଲଗାଇ ଆତ୍ମହତ୍ୟା କଲେ ଯୁବତୀ

ନିଶ୍ଚିନ୍ତକୋଇଲି,୯।୧(ଅଶୋକ କୁମାର ମହାପାତ୍ର): କଟକ ଜିଲା ଭଦ୍ରେଶ୍ୱର ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମିକ ପ୍ରେମିକାର ଅନ୍ତରଙ୍ଗ ମୂହୁର୍ତର ଫଟୋକୁ ସାମାଜିକ ଗଣ ମାଧ୍ୟମରେ ପ୍ରଘଟ କରିବା ଘଟଣାକୁ ନେଇ ପ୍ରେମିକା ମାନସିକ ସ୍ତରରେ ଆଘାତ ପାଇ ଶେଷରେ ଜୀବନ ହାରିବାକୁ ବାଧ୍ୟ ହୋଇଛନ୍ତି।

ଏହି ଘଟଣାରେ ଭଦ୍ରେଶ୍ୱର ଥାନା ପୋଲିସ ପ୍ରତାରକ ପ୍ରେମିକକୁ ଗିରଫ କରିଛି। ଏହି ଘଟଣାଟି ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଭଦ୍ରେଶ୍ୱର ଥାନା ପୋଡାମରାଇ ଗ୍ରାମର ବିଷ୍ଣୁ ଚରଣ ସେଠୀଙ୍କ ଝିଅ ଇନ୍ଦୁମତୀ ସେଠୀ(୨୩) ସ୍ଥାନୀୟ ଅଂଚଳରେ ଥିବା ଏକ ମହାବିଦ୍ୟାଳୟରେ ଅଧ୍ୟୟନ କରୁଥିଲେ। ଏହି ସମୟରେ ଇନ୍ଦୁମତୀ ସ୍ଥାନୀୟ ନାହାଙ୍ଗ ପଞ୍ଚାୟତ ଡିହିଗୋପ ଗ୍ରାମର ଅଜୟ ସେଠୀଙ୍କ ପୁତ୍ର ଅନିଲ କୁମାର ସେଠୀ(୨୮) ଙ୍କୁ ଭଲ ପାଉଥିଲେ। ଏପରିକି ଦୁଇଜଣ ବହୁବାର ବିଭିନ୍ନ ସ୍ଥାନରେ ସାଥିହୋଇ ମିଳାମିଶା କରିଥିଲେ।

ଏହି ସମୟରେ ପ୍ରେମିକାର ସରଳତାର ସୁଯୋଗ ନେଇ ପ୍ରେମିକ ଅନିଲ ତାର ଅନ୍ତରଙ୍ଗ ମୂହୁର୍ତର ଫଟୋକୁ ମୋବାଇଲ ଯୋଗେ ଉତ୍ତୋଳନ କରି ରଖିଥିଲେ। ଏପରିକି ଅନିଲ ବିଭିନ୍ନ ସମୟରେ ପ୍ରେମିକାକୁ ବ୍ଲାକ ମେଲ କରି ଆସୁଥିଲେ। ତାର କଥାରେ ରାଜି ନହେଲେ ପାଖରେ ଥିବା ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋକୁ ଭାଇରାଲ କରିଦେବେ ବୋଲି ଧମକ ଚମକ ଦେଇ ଭୟଭୀତ କରି ଆସୁଥିଲେ। ଫଳରେ ପ୍ରେମିକା ବାଧ୍ୟ ହୋଇ ପ୍ରେମିକର ସମସ୍ତ କଥାରେ ରାଜି ହୋଇଯାଉଥିଲେ।

ତେବେ ପରିସ୍ଥିତି ଅଣାୟତ ହେବାରୁ ଦୁହିଁଙ୍କ ମଧ୍ୟରେ ବିବାଦର ସୂତ୍ରପାତ ହୋଇଥିଲା। ଶେଷରେ ପ୍ରେମିକାର ପରିବାର ଜଗତସିଂହପୁର ଜିଲା ପାରାଦ୍ୱୀପ ଠାରେ ରହୁଥିବା ତାଙ୍କ ଭାଇଙ୍କ ନିକଟରେ ଯୁବତୀକୁ ଛାଡିଥିଲେ। ଏହି ସମୟରେ ପ୍ରେମିକ ପ୍ରତିହିଂସା ପରାୟଣ ହୋଇ ସାମାଜିକ ଗଣମାଧ୍ୟମରେ ପ୍ରେମିକାର ଅନ୍ତରଙ୍ଗ ମୁହୂର୍ତ୍ତର ଫାଟୋକୁ ଭାଇରାଲ କରିଦେଇଥିଲେ।

ଏହି ଘଟଣା ପ୍ରଚାରିତ ହେବାକ୍ଷଣି ପ୍ରେମିକା ମାନସିକ ସ୍ତରରେ ଆଘାତ ପାଇ ପାରାଦ୍ୱୀପରେ ତାର ଭାଇଙ୍କ ବାସଭବନରେ ଆତ୍ମହତ୍ୟା କରିଦେଇଛନ୍ତି। ପାରାଦ୍ୱୀପ ପୋଲିସ ଯୁବତୀର ଶବକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଥିଲେ। ଏସମ୍ପର୍କରେ ଯୁବତୀର ମାଆ କୁନି ସେଠୀ ଭଦ୍ରେଶ୍ୱର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ଭିତ୍ତି କରି ଭଦ୍ରେଶ୍ୱର ଥାନା ପୋଲିସ କେସ ନଂ ୪/୨୦୨୫ ରେ ଏକ ମାମଲା ରୁଜୁ କରିଛି। ପୋଲିସ ଅଭିଯୁକ୍ତ ପ୍ରେମିକ ଅନିଲକୁ ଗିରଫ କରି ତଦନ୍ତ ଜାରି ରଖିଥିବାର ପୋଲିସ ସୂତ୍ରରୁ ପ୍ରକାଶ।ପୋଲିସର ପଦସ୍ଥ ଅଧିକାରୀଙ୍କ ଦ୍ୱାରା ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

ପୁଅ ହେବ ତ ଏମିତି… ପାଲିଙ୍କିରେ ମାତା-ପିତାଙ୍କୁ ବସାଇ ୧୫ କିମି ପଦଯାତ୍ରା, ଝୁମରନାଥ ଧାମ ଦର୍ଶନ କରାଇଲେ

ଲକ୍ଷ୍ନୌ,୫।୮: ଉତ୍ତର ପ୍ରଦେଶର ଲଲିତପୁର ଜିଲାରୁ ସାମ୍ନାକୁ ଆସିଛି ଭକ୍ତି, ସେବା ଓ ସଂସ୍କାରର ଏକ ପ୍ରେରଣାଦାୟକ ଚିତ୍ର । ବାର କସ୍ବାର ମୋତିଖେଡ଼ା ଗ୍ରାମର ବାସିନ୍ଦା…

୨୦୨୭ ODI ବିଶ୍ୱକପକୁ ନେଇ ଆସିଲା ବଡ଼ ଅପଡେଟ: କାର୍ଯ୍ୟସୂଚୀ ଘୋଷଣା କଲା ICC

ନୂଆଦିଲ୍ଲୀ,୫।୮: 2027 ODI ବିଶ୍ୱକପର କାର୍ଯ୍ୟସୂଚୀକୁ ନେଇ ଏକ ବଡ଼ ଅପଡେଟ ପ୍ରକାଶ ପାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଟୁର୍ଣ୍ଣାମେଣ୍ଟର ଯୋଗ୍ୟତା ପର୍ଯ୍ୟାୟ ପାଇଁ ତାରିଖ…

ବିଭିନ୍ନ ସରକାରୀ ଅନୁଷ୍ଠାନକୁ ଅଚାନକ ଗସ୍ତ କଲେ ଜିଲାପାଳ, କାର୍ଯ୍ୟପ୍ରଣାଳୀ ଅନୁଧ୍ୟାନ କରି…

ନବରଙ୍ଗପୁର,୫ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାପାଳ ଡ. ମହେଶ୍ୱର ସ୍ବାଇଁ ବୁଧବାର ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ନନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (CHC), ନିସ୍ନାହାଣ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ…

ବେକରେ ଓଢ଼ଣୀ ବାନ୍ଧି ଝୁଲିପଡ଼ିଲେ ଦଶମ ଶ୍ରେଣୀ ଛାତ୍ରୀ, ପଢ଼ା ଖାତା ଜବତ କରି ପୋଲିସ…

ଝରିଗାଁ,୫ା୮(କିଶୋର ଚନ୍ଦ୍ର ମଣ୍ଡଳ): ବେକରେ ଓଢ଼ଣୀ ଦେଇ ଝୁଲି ପଡ଼ିଛନ୍ତି ଜଣେ ଦଶମ ଶ୍ରେଣୀ ଛାତ୍ରୀ। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅନ୍ତର୍ଗତ ଗବାଗୁଡ଼ା…

ସୁପ୍ରିମକୋର୍ଟ ଛାତ୍ରମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ସପକ୍ଷରେ ନାହାନ୍ତି

ନୂଆଦିଲ୍ଲୀ,୫।୮: ଜଣେ ଆବେଦନକାରୀ କୌଣସି ରାଜନୈତିକ ସମାଧାନ ଆଧାରରେ ଛାତ୍ର ପ୍ରତିବାଦ ସମୟରେ ବିଶୃଙ୍ଖଳା ସମ୍ବନ୍ଧୀୟ ମାମଲା ପ୍ରତ୍ୟାହାର କରିବାକୁ ବିରୋଧ କରିଛନ୍ତି। ଆବେଦନରେ ଆୟୋଜକଙ୍କ ଉପରେ…

ଫିଲ୍ମ ନା ଆଉ କିଛି…କେଉଁଥିରୁ ଏତେଟଙ୍କା କମାନ୍ତି ଉଦୟନିଧି ଷ୍ଟାଲିନ୍‌? ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୫।୮: ତାମିଲନାଡୁ ରାଜନୀତିରେ ଆଜିକାଲି ପ୍ରବଳ ହଲଚଲ ଦେଖିବାକୁ ମିଳୁଛି। ତାଞ୍ଜାଭୁରରେ ଆୟୋଜିତ ଏକ ଜନସଭା ସମୟରେ ଅଭିନେତ୍ରୀ ତ୍ରିଷା କୃଷ୍ଣନଙ୍କୁ ନେଇ ଦିଆଯାଇଥିବା ବିବାଦୀୟ ବକ୍ତବ୍ୟ…

ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ପୁଣି ତ୍ରୁଟି; ‘ଅ’ ‘ଆ’ ବଦଳରେ ‘ଚ’ ରୁ ଆରମ୍ଭ ବର୍ଣ୍ଣମାଳା, ସରକାର କହିଲେ…

ଭୁବନେଶ୍ବର,୫।୮: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ତ୍ରୁଟି ସାମ୍ନାକୁ ଆସିଛି । ସଂଶୋଧନ ପରେ ତ୍ରୁଟିକୁ ନେଇ ପୁଣିଥରେ ଚର୍ଚ୍ଚା ଆରମ୍ଭ ହୋଇଛି । ଅ ଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri