ମାଡ଼ ମାରି ନିଆଁ ଲଗାଇଦେଲେ ବଏ ଫ୍ରେଣ୍ଡ

କାମାକ୍ଷାନଗର,୧୬ା୩(ଡି.ଏନ.ଏ.): ମିସ୍‌ଡକଲ୍‌ରୁ ବିବାହିତା ମହିଳାଙ୍କ ସହ ପ୍ରେମ। ଆଉ ଅନୈତିକ ସମ୍ପର୍କ ପରେ ଚରିତ୍ରକୁ ସନ୍ଦେହ କରି ତାଙ୍କୁ ମାଡ଼ ମାରିବା ସହ ଦେହରେ ନିଆଁ ଲଗାଇଦେଇଛନ୍ତି ବଏଫ୍ରେଣ୍ଡ। ଗୁରୁତର ମହିଳା ଏବେ କଟକ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ଗତ ୧୨ ତାରିଖରେ ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଅଞ୍ଚଳରେ ଘଟିଥିବା ଏହି ଘଟଣା ମଙ୍ଗଳବାର ଚର୍ଚ୍ଚାର ବିଷୟ ହୋଇଛି। ଏ ନେଇ ଥାନାରେ ଅଭିଯୋଗ ପରେ ପୋଲିସ ଅଭିଯୁକ୍ତ ବଏଫ୍ରେଣ୍ଡ ଟୁକୁ ବିଶ୍ୱାଳଙ୍କୁ ଅଟକ ରଖି ପଚରାଉଚରା କରୁଛି।
ପୋଲିସ କହିଛି, ଅଭିଯୁକ୍ତ ଟୁକୁଙ୍କ ଘର ପରଜଙ୍ଗ ଥାନା ଗଡ଼ପଳାଶୁଣି ଗାଁରେ। ସେ ୨ ବର୍ଷ ହେବ ଅନୁଗୋଳ ଜିଲା ବଅଁରପାଳ ଥାନା ଅଞ୍ଚଳର ଜଣେ ମହିଳାଙ୍କ ସହ ପ୍ରେମ ସମ୍ପର୍କ ରଖିଥିଲେ। ହେଲେ ସମ୍ପୃକ୍ତା ମହିଳା ଅନ୍ୟ କୌଣସି ଯୁବକଙ୍କ ସହିତ ସମ୍ପର୍କ ରଖିଥିବା ଟୁକୁ ସନ୍ଦେହ କରୁଥିଲେ। ଫଳରେ ଗତ ୧୨ ତାରିଖରେ ଟୁକୁ ମହିଳାଙ୍କୁ କାମାକ୍ଷାନଗର ଥାନା ଅଞ୍ଚଳର ଏକ ଜଙ୍ଗଲ ନିକଟକୁ ଆଣି ମାଡ଼ ମାରିଥିଲେ। ମହିଳା ଜଣକ ଚେତାଶୂନ୍ୟ ହୋଇଯିବାରୁ ତାଙ୍କ ଦେହରେ ନିଆଁ ଲଗାଇ ଫେରାର ହୋଇଯାଇଥିଲେ। ସ୍ଥାନୀୟ ଲୋକେ ମହିଳାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ମାତ୍ର ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। କାମାକ୍ଷାନଗର ପୋଲିସ ଅଭିଯୁକ୍ତଙ୍କୁ ଅଟକ ରଖିଥିବା ବେଳେ ସାଇଣ୍ଟିଫିକ ଟିମ୍‌ ଘଟଣାସ୍ଥଳକୁ ଯାଇ ତଦନ୍ତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ହେବ ବଡ଼ ଲଢେଇ, ମୁହାଁମୁହିଁ ହୋଇପାରନ୍ତି ଭର୍ତ୍ତୃହରି-ସଂତୃପ୍ତ

ଭୁବନେଶ୍ୱର,୨୮।୩: ଆସନ୍ତା ସାଧାରଣ ନିର୍ବାଚନରେ ଭାଜପାର ଭର୍ତ୍ତୃହରି ମହତାବ ଏବଂ ବିଜେଡିର ସଂତୃପ୍ତ ମିଶ୍ରଙ୍କ ମଧ୍ୟରେ କଟକ ଲୋକ ସଭା ଆସନରୁ ଦେଖିବାକୁ ମିଳିପାରେ ବଡ଼...

ପିନାକୀ-ମହେଶଙ୍କୁ ମିଳିଲାନି ଟିକେଟ

ଭୁବନେଶ୍ୱର,୨୮।୩: ଆଗାମୀ ଲୋକ ସଭା ନିର୍ବାଚନକୁ ନେଇ ବିଜେଡି ଏହାର ପ୍ରାର୍ଥୀ ଘୋଷଣା କରିଛି। ବୁଧବାର ୧୫ ଆସନ ଲାଗି ପ୍ରାର୍ଥୀ ଘୋଷଣା ହୋଇଛି। ସେଥିମଧ୍ୟରୁ...

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ସିଦ୍ଧାନ୍ତ, କଡ଼ା ଭାଷାରେ ସମାଲୋଚନା କଲା ବିଜେଡି

ଭୁବନେଶ୍ୱର,୨୮।୩: ଗୁରୁବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି କଟକ ଏମପି ଭର୍ତ୍ତୃହରି ମହତାବ, ପୂର୍ବତ୍ତନ ଲୋକ ସଭା ଏମପି ସିଦ୍ଧାନ୍ତ ମହାପାତ୍ର ଏବଂ ପଦ୍ମଶ୍ରୀ...

ଭାଜପାରେ ଯୋଗ ଦେବା ପରେ ଭର୍ତ୍ତୃହରି ଦେଲେ ବଡ଼ ବୟାନ, କହିଲେ ଓଡ଼ିଶାରେ…

ନୂଆଦିଲ୍ଲୀ,୨୮।୩: ବିଜେପିରେ ସାମିଲ ପରେ ସାଂସଦ ଭର୍ତ୍ତୃହରି ମହତାବ ଓଡ଼ିଶା ରାଜନୀତିକୁ ନେଇ ବଡ଼ ବୟାନ ଦେଇଛନ୍ତି। କେବଳ ‘ରାଷ୍ଟ୍ରବାଦ, ଏକାତ୍ମତା, ପୂର୍ବୋଦୟ ଭାଜପା ଜରିଆରେ...

ପଦ୍ମ ଧରିଲେ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮।୩: ଭାଜପାରେ ସାମିଲ ହେଲେ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା। ଗୁରୁବାର ଅପରାହ୍ନ ସାଢେ ୨ଟାରେ ନୂଆଦିଲ୍ଲୀର ଭାଜପା ମୁଖ୍ୟାଳୟରେ ସେ ଯୋଗ ଦେଇଛନ୍ତି। ଏହା ସହିତ...

ଭାଜପାରେ ଯୋଗଦେଲେ ଭର୍ତ୍ତୃହରି ମହତାବ, ନିକଟରେ ବିଜେଡିରୁ ଇସ୍ତଫା ଦେଇଥିଲେ

ଭୁବନେଶ୍ୱର,୨୮।୩: ନିକଟରେ ବିଜୁ ଜନତା ଦଳ(ବିଜେଡି)ରୁ ଇସ୍ତଫା ଦେଇଥିବା କଟକ ଲୋକ ସଭା ଏମପି ଭର୍ତ୍ତୃହରି ମହତାବ ଭାଜପାରେ ଯୋଗ ଦେଇଛନ୍ତି। ତାଙ୍କ ସହିତ ଦୁଇଥର...

ଭାଜପାରେ ମିଶିଲେ ସିଦ୍ଧାନ୍ତ ମହାପାତ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୩: ଭାଜପାରେ ଗୁରୁବାର ଯୋଗ ଦେଇଛନ୍ତି ଅଭିନେତା ତଥା ବିଜେଡିର ପୂର୍ବତନ ଏମ୍‌ପି ସିଦ୍ଧାନ୍ତ ମହାପାତ୍ର। ଦିଲ୍ଲୀ ମୁଖ୍ୟ କାର୍ଯ୍ୟାଳୟରେ ଯୋଗଦେଇ ସେ ଭାଜପାରେ ସାମିଲ...

ଆଗାମୀ ଦୁଇ ଦିନରେ ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ ତାପମାତ୍ରା

ଭୁବନେଶ୍ୱର,୨୮ା୩: ପାଗ ଶୁଖିଲା ରହୁଥିବାରୁ ଚଳିତମାସ ଶେଷ ପର୍ଯ୍ୟନ୍ତ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri