ମାଡ଼ ମାରି ନିଆଁ ଲଗାଇଦେଲେ ବଏ ଫ୍ରେଣ୍ଡ

କାମାକ୍ଷାନଗର,୧୬ା୩(ଡି.ଏନ.ଏ.): ମିସ୍‌ଡକଲ୍‌ରୁ ବିବାହିତା ମହିଳାଙ୍କ ସହ ପ୍ରେମ। ଆଉ ଅନୈତିକ ସମ୍ପର୍କ ପରେ ଚରିତ୍ରକୁ ସନ୍ଦେହ କରି ତାଙ୍କୁ ମାଡ଼ ମାରିବା ସହ ଦେହରେ ନିଆଁ ଲଗାଇଦେଇଛନ୍ତି ବଏଫ୍ରେଣ୍ଡ। ଗୁରୁତର ମହିଳା ଏବେ କଟକ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ଗତ ୧୨ ତାରିଖରେ ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଅଞ୍ଚଳରେ ଘଟିଥିବା ଏହି ଘଟଣା ମଙ୍ଗଳବାର ଚର୍ଚ୍ଚାର ବିଷୟ ହୋଇଛି। ଏ ନେଇ ଥାନାରେ ଅଭିଯୋଗ ପରେ ପୋଲିସ ଅଭିଯୁକ୍ତ ବଏଫ୍ରେଣ୍ଡ ଟୁକୁ ବିଶ୍ୱାଳଙ୍କୁ ଅଟକ ରଖି ପଚରାଉଚରା କରୁଛି।
ପୋଲିସ କହିଛି, ଅଭିଯୁକ୍ତ ଟୁକୁଙ୍କ ଘର ପରଜଙ୍ଗ ଥାନା ଗଡ଼ପଳାଶୁଣି ଗାଁରେ। ସେ ୨ ବର୍ଷ ହେବ ଅନୁଗୋଳ ଜିଲା ବଅଁରପାଳ ଥାନା ଅଞ୍ଚଳର ଜଣେ ମହିଳାଙ୍କ ସହ ପ୍ରେମ ସମ୍ପର୍କ ରଖିଥିଲେ। ହେଲେ ସମ୍ପୃକ୍ତା ମହିଳା ଅନ୍ୟ କୌଣସି ଯୁବକଙ୍କ ସହିତ ସମ୍ପର୍କ ରଖିଥିବା ଟୁକୁ ସନ୍ଦେହ କରୁଥିଲେ। ଫଳରେ ଗତ ୧୨ ତାରିଖରେ ଟୁକୁ ମହିଳାଙ୍କୁ କାମାକ୍ଷାନଗର ଥାନା ଅଞ୍ଚଳର ଏକ ଜଙ୍ଗଲ ନିକଟକୁ ଆଣି ମାଡ଼ ମାରିଥିଲେ। ମହିଳା ଜଣକ ଚେତାଶୂନ୍ୟ ହୋଇଯିବାରୁ ତାଙ୍କ ଦେହରେ ନିଆଁ ଲଗାଇ ଫେରାର ହୋଇଯାଇଥିଲେ। ସ୍ଥାନୀୟ ଲୋକେ ମହିଳାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ମାତ୍ର ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। କାମାକ୍ଷାନଗର ପୋଲିସ ଅଭିଯୁକ୍ତଙ୍କୁ ଅଟକ ରଖିଥିବା ବେଳେ ସାଇଣ୍ଟିଫିକ ଟିମ୍‌ ଘଟଣାସ୍ଥଳକୁ ଯାଇ ତଦନ୍ତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର, ପୂର୍ବରୁ…

ଭୁବନେଶ୍ୱର,୧୭ା୯: ଡେପୁଟି କମିଶନର ଅଫ ପୋଲିସ(ଡିସିପି) ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। କେନ୍ଦ୍ର ସରକାର ଏହି ଇସ୍ତଫାପତ୍ରକୁ ଆନୁଷ୍ଠାନିକ ଭାବେ ଗ୍ରହଣ କରିଛନ୍ତି। ଚାକିରିରୁ ଅବସର…

ଆର୍ଯ୍ୟପଲ୍ଲୀରେ କୂଳ ଖାଇ ଚାଲିଛି ସମୁଦ୍ର, ପ୍ରତିଶ୍ରୁତି ଦେଇ ରକ୍ଷଣାବେକ୍ଷଣ ଦାୟିତ୍ୱ ଭୁଲିଗଲା କମ୍ପାନୀ

ଛତ୍ରପୁର,୧୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗ୍ଲୋବାଲ ଓ୍ବାର୍ମିଂ ଯୋଗୁ ସମୁଦ୍ର ଜଳସ୍ତର ବୃଦ୍ଧି ପାଉଥିବା ବେଳେ ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ତୀବ୍ର ସମୁଦ୍ର କୂଳ…

ଅବସର ନେଇ ଚକିତ କରାଇଲେ ଏହି ୩୮ ବର୍ଷୀୟ ଖେଳାଳି, କ୍ରିକେଟ ଜଗତରେ ହଇଚଇ

ନୂଆଦିଲ୍ଲୀ,୧୭।୯: ଅଷ୍ଟ୍ରେଲିଆର ଅଭିଜ୍ଞ ୱିକେଟ୍‌କିପର-ବ୍ୟାଟର ମାଥ୍ୟୁ ୱେଡ୍ ବିଗ୍‌ ବାଶ୍‌ ଲିଗ୍‌ (BBL)ରୁ ଅବସର ଘୋଷଣା କରିଛନ୍ତି । ଏହା ପୂର୍ବରୁ ସେ ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ମଧ୍ୟ…

ସେମିକନ୍ ଇଣ୍ଡିଆରେ ବଡ଼ ଘୋଷଣା କଲେ ଅଶ୍ୱିନୀ ବୈଷ୍ଣବ, ଓଡ଼ିଶାରେ ହେବ…

ନୂଆଦିଲ୍ଲୀ,୧୭।୯: ସେମିକଣ୍ଡକ୍ଟର କ୍ଷେତ୍ରରେ ଭାରତର ପରବର୍ତ୍ତୀ ପର୍ଯ୍ୟାୟର ଅଭିଯାନ ଅଧିକ ବ୍ୟାପକ ହେବ। ଦେଶରେ ଅତିକମ୍‌ରେ ୨୦୦ଟି ଷ୍ଟାର୍ଟଅପ୍‌ ଓ କମ୍ପାନୀକୁ ଚିପ୍‌ ଡିଜାଇନ କାର୍ଯ୍ୟରେ ସାମିଲ…

ଆଉ ୨ ଦିନ ପରେ ୩ ରାଶିଙ୍କ ଉପରୁ କଟିଯିବ ଶନିଦଶା! ଅପାର ଧନ ଲାଭ ସହ ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ଗୋଚର ଓ ଗତି ପରିବର୍ତ୍ତନକୁ ବେଶ ଗୁରୁତ୍ୱ ଦିଆଯାଏ। ଅନ୍ୟ ଗ୍ରହମାନଙ୍କ ତୁଳନାରେ ଶନି ଧୀରେ ଗତି କରୁଥିବାରୁ ତାଙ୍କ ରାଶି ପରିବର୍ତ୍ତନର…

ଗୋଟିଏ ଯୁବତୀଙ୍କୁ ଭଲପାଉଥିଲେ, ଈର୍ଷାରେ ପାଣିଟାଙ୍କି ଉପରୁ ଠେଲି ନେଇଗଲେ ବନ୍ଧୁଙ୍କ ଜୀବନ; ତଦନ୍ତ ପରେ…

ରାଉରକେଲା,୧୭।୯(ସଙ୍ଗୀତା ଜେନା): ସୁନ୍ଦରଗଡ଼ ଜିଲା ଲାଠିକଟା ଅଞ୍ଚଳରେ ଜଣେ ଯୁବକଙ୍କୁ ତାଙ୍କ ନିଜ ବନ୍ଧୁ ନିର୍ମାଣାଧୀନ ପାଣିଟାଙ୍କି ଉପରୁ ଠେଲି ହତ୍ୟା କରିଥିବା ଭଳି ଏକ ସାଂଘାତିକ…

୭୬ ବର୍ଷରେ ବି ଫିଟ୍‌ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଆଜି ଜନ୍ମଦିନରେ ଜାଣନ୍ତୁ ତାଙ୍କ ବିଷୟରେ କିଛି ଅଜଣା କଥା…

ନୂଆଦିଲ୍ଲୀ,୧୭ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୭ ସେପ୍ଟେମ୍ବର ୧୯୫୦ରେ ଗୁଜରାଟରେ ଜନ୍ମଗ୍ରହଣ କରିଥିଲେ। ଆଜି ତାଙ୍କ ଜନ୍ମଦିନରେ ସାରା ଦେଶରେ ତାଙ୍କ ଜୀବନର ବିଭିନ୍ନ ଦିଗ ଉପରେ…

ଚାରିଆଡେ ଚର୍ଚ୍ଚା; ମୋଦିଙ୍କୁ ଏଭଳି ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବନ୍ଧୁ ପୁଟିନ୍, ବିଶ୍ବରେ ଆପଣଙ୍କ….

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ରୁଷିଆରୁ ଆସିଛି ଶୁଭେଚ୍ଛା ବାର୍ତ୍ତା। ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜନ୍ମଦିନର ଶୁଭକାମନା ଜଣାଇବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?