ପ୍ରେମିକ ଘର ବାରଣ୍ଡାରେ ଶୋଇଥିଲେ ପ୍ରେମିକା: ନିଆଁ ଲଗାଇଦେଲେ ପରିବାର,ଆଉ ତା’ପରେ..

ପରଜଙ୍ଗ,୨୧/୧୦(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ଅଧୀନ କୁମୁସୀ ପଞ୍ଚାୟତ ବସନ୍ତପଡା ଗ୍ରାମରେ ଗତ ୨ ତାରିଖରୁ ବୋହୂର ସ୍ବୀକୃତି ଦାବିରେ ପ୍ରେମିକ ସୁବ୍ରତ ସାହୁଙ୍କ ଘର ଆଗରେ ଧାରଣାରେ ବସିଥିଲେ ପ୍ରେମିକା। ଏକ ରୋଷେଇ ଘର ବାରଣ୍ଡାରେ ସାଆନ୍ଦା ଫାଣ୍ଡି ଅଞ୍ଚଳର ପ୍ରେମିକା ଜଣକ ଧାରଣାରେ ବସିଥିଲେ। ମଙ୍ଗଳ ବାର ଭୋର୍‌ ୪ଟାରେ ପ୍ରେମିକାଙ୍କୁ ଜୀବନରେ ପୋଡ଼ି ମାରିଦେବାକୁ ସୁବ୍ରତଙ୍କ ପରିବାର ଉଦ୍ୟମ କରି ପ୍ରେମିକା ରହୁଥିବା ଘରେ ନିଆଁ ଲାଗାଇ ଦେଇଥିଲେ। ଫଳରେ ଘର ସମ୍ପୂର୍ଣ୍ଣ ପୋଡ଼ି ଯାଇଥିବାବେଳେ ପ୍ରେମିକାଙ୍କୁ ନିଆଁ ଲାଗୁଥିବା ଦେଖି ଗ୍ରାମର ଜଣେ ବ୍ୟକ୍ତି ଉଦ୍ଧାର କରିଥିଲେ। ଆହତ ଯୁବତୀଙ୍କୁ ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।
ସାଆନ୍ଦା ଫାଣ୍ଡି ଅଧିକାରୀ ଜୋସେଫ ପଟ୍ଟନାୟକ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ପୂର୍ବରୁ ପ୍ରେମିକ ସୁବ୍ରତଙ୍କ ପରିବାର ଓ ସମ୍ପର୍କୀୟ ୫ ଜଣଙ୍କ ନାମରେ ଯୁବତୀଙ୍କ ଅଭିଯୋଗ କ୍ରମେ ମାମଲା ରୁଜୁ ହୋଇଥିଲା । ତେବେ ଦୀର୍ଘ ୨୦ ଦିନ ଧରି ଯୁବତୀ ଜଣକ ସେହିଠାରେ ରହୁଥିଲେ। ସୁଦ୍ଧା ପୋଲିସ କିମ୍ବା ପ୍ରଶାସନ କୌଣସି ପଦକ୍ଷେପ ଗ୍ରହଣ କଲେ ନାହିଁ। ତାଙ୍କୁ ଜୀବନରୁ ମାରିଦେଇ ରାସ୍ତାରୁ ହଟାଇ ଦେବାକୁ ସୁବ୍ରତଙ୍କ ପରିବାର ବାରମ୍ବାର ଧମକ ଦେଉଥିଲେ। ତେଣୁ ନିଆଁ ଲଗାଇ ମାରିଦେବାକୁ ଚେଷ୍ଟା କରିଥିଲେ ବୋଲି ଯୁବତୀ ଜଣକ ଅଭିଯୋଗ କରିଛନ୍ତି ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଅନାସ୍ଥା ପରେ ଖାଲି ପଡ଼ିଥିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ: ଉପାଧ୍ୟକ୍ଷ ବିଶ୍ୱନାଥଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ୱ

ଗୁଣପୁର,୩୧।୧(ସଂକେତ ପାତ୍ର)- ଅନାସ୍ଥା ପ୍ରସ୍ତାବ ଗୃହୀତ ହେବା ପରେ ଲକ୍ଷ୍ମୀ ଶବରଙ୍କ ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ ଗତ ୨୨ତାରିଖର ରଦ୍ଦ ହୋଇଥିଲା। ଏହାପରେ…

ଖାଦ୍ୟ ପରିବେଷଣରେ ବିଳମ୍ବ ହେବାରୁ ସଂଘର୍ଷ: ଗଡ଼ିଲା ୨ ମୁଣ୍ଡ

ଗାଜିଆବାଦ,୩୧ା୧: ଗାଜିଆବାଦର ଏକ ଭୋଜନାଳୟରେ ଖାଦ୍ୟ ପରିବେଷଣରେ ବିଳମ୍ବକୁ ନେଇ ବିବାଦ ଦେଖାଦେବା ସହ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଗୁରୁତର…

ଅବସର ନେଲେ ରାଜେନ୍ଦ୍ର କୁମାର, କେଏସୟୁବିର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଲେ କୁମୁନ୍ଦ ମହାପାତ୍ର

ଭଞ୍ଜନଗର,୩୧।୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ଅଧ୍ୟକ୍ଷ ପଦବୀରୁ ଶନିବାର ଅବସର ନେଇଛନ୍ତି। ଏନେଇ ସନ୍ଧ୍ୟାରେ…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

ସୀମାନ୍ତ ଗ୍ରାମରେ ଗୋଷ୍ଠୀ କେନ୍ଦ୍ର ଉଦଘାଟନ କଲା ବ୍ଲକ ପ୍ରଶାସନ 

ପଟ୍ଟାଙ୍ଗି,୩୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତର ସୀମାନ୍ତ ନେରିଡିବାଲସା ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ନବନିର୍ମିତ ଗୋଷ୍ଠୀ କେନ୍ଦ୍ର ଗୃହକୁ…

କାଉନ୍‌ସିଲରଙ୍କ ଘରୁ ଲୁଟ୍‌: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ବର୍ଷକର ଝିଅ ବେକରେ ଛୁରୀ ଲଗାଇଲେ। ପରେ ମା’ଙ୍କୁ କାବୁ କରି ଘରୁ ସୁନା ଲୁଟିନେଲେ ଦୁଇ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି…

ସୁଧୁରୁନି ପାକିସ୍ତାନ! ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡିଲା ସନ୍ଦିଗ୍ଧ ଡ୍ରୋନ୍‌, ସକ୍ରିୟ ହେଲା… 

ଶ୍ରୀନଗର,୩୧।୧: ସୁଧୁରୁନି ପାକିସ୍ତାନ। ପୁଣି ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡ଼ିଲା ସନ୍ଦିଗ୍ଧ ପାକିସ୍ତାନୀ ଡ୍ରୋନ୍‌। ଏହାକୁ ନେଇ ଭାରତୀୟ ସୁରକ୍ଷାବାହିନୀ ସକ୍ରିୟ ହୋଇପଡ଼ିଥିଲା। ସୁରକ୍ଷାକର୍ମୀମାନେ ସର୍ଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri