ସରିଥିଲା ନିର୍ବନ୍ଧ, ଘରେ ପଶି ଯୁବତୀଙ୍କୁ ବିଷ ପିଆଇଦେଲେ ଭାବି ସ୍ବାମୀଙ୍କ ପ୍ରେମିକା, ଆଉ ତା’ପରେ…

ପଟ୍ଟାମୁଣ୍ଡାଇ,୩୦।୧(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଚଳ ଥାନା ଅଞ୍ଚଳରେ ଏକ ଲୋମଟାଙ୍କୁରା ଘଟଣା ଘଟିଛି। ପ୍ରେମିକ ସହିତ ବିବାହ କରିବାକୁ ଥିବା ଯୁବତୀଙ୍କୁ ପ୍ରେମିକା ବିଷ ଦେଇଦେଇଛନ୍ତି। ତେବେ ଯୁବତୀଙ୍କୁ ଗୁରୁତର ଅବସ୍ଥାରେ କେନ୍ଦ୍ରାପଡା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ସୂଚନା ମୁତାବକ ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଡାମରପୁର ଗାଁର କୈଫତ ଅଲ୍ଲୀଙ୍କ ଝିଅଙ୍କ ପଟ୍ଟାମୁଣ୍ଡାଇ ଅଞ୍ଚଳର ଏସକେ ସାହିଲ ସହିତ ବିଭାଘର ଠିକ୍‌ ହୋଇଥିଲା । ଗୁରୁବାର ନିର୍ବନ୍ଧ ଥିଲା। ଅପରାହ୍ନରେ ନିର୍ବନ୍ଧ ଥାଳି ନେଇ ଯୁବତୀଙ୍କ ମା’ ବାପା ପୁଅର ଘରକୁ ଯାଇଥିବା ବେଳେ ଯୁବତୀ ଏକୁଟିଆ ଘରେ ଥିଲେ। ଏହାର ସୁଯୋଗ ନେଇ ଯୁବକଙ୍କ ସହିତ ଆଗରୁ ସମ୍ପର୍କରେ ଥିବା ପ୍ରେମିକା ଯୁବତୀଙ୍କ ଘରେ ପହଞ୍ଚି ଏକ ଥଣ୍ଡା ବୋତଲରେ କୀଟନାଶକ ମିଶାଇ ଯୁବତୀଙ୍କୁ ଜବରଦସ୍ତି ପିଆଇଦେଇଥିଲେ। ଯୁବତୀଙ୍କ ଅବସ୍ଥା ଖରାପ ହେବାରୁ ପାଖ ପଡୋଶୀ ଦେଖି ତାଙ୍କୁ ସଂକଟାପନ୍ନ ଅବସ୍ଥାରେ ପ୍ରଥମେ ପଟ୍ଟାମୁଣ୍ଡାଇ ସବଡିଭିଜିନାଲ ସ୍ବାସ୍ଥ୍ୟ କେନ୍ଦ୍ର କରିଥିଲେ। ପରେ କେନ୍ଦ୍ରାପଡା ସ୍ଥାନାନ୍ତର କରାଯାଇଛି । ଗ୍ରାମବାସୀମାନେ ସମ୍ପୃକ୍ତ ଯୁବତୀକୁ ଅଟକ ରଖିବା ସହ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଘଟଣାର ତଦନ୍ତ ଚଳାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri