ବୁଣାକାରଙ୍କ ସହ ରହିଛି ‘ବୟନିକା’

ଭୁବନେଶ୍ୱର, ୯। ୮ (ବ୍ୟୁରୋ): ଓଡ଼ିଶାର ହସ୍ତତନ୍ତ ପ୍ରତି ଲୋକଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି କରିବା ସହ ବୁଣାକାରଙ୍କ ପାଇଁ କାର୍ଯ୍ୟ କରୁଛି ରାଜ୍ୟ ସରକାରଙ୍କ ‘ବୟନିକା’। ୬୪ବର୍ଷ ଧରି ବୁଣାକାରଙ୍କ ସହ କାର୍ଯ୍ୟ କରି ଆସୁଥିବା ଏହି ସଂସ୍ଥା ଏବେ କୋଭିଡ୍‌ ମହାମାରୀ ସମୟରେ ବୁଣାକାରଙ୍କ ଜୀବନଜୀବିକାକୁ ବେଶ୍‌ ଗୁରୁତ୍ୱ ଦେଇଛି। ବୁଣାକାରଙ୍କ ପ୍ରତି ବୟନିକାର ଦାୟିତ୍ୱବୋଧ ବହୁଗୁଣିତ ହୋଇଥିବାବେଳେ ଜୀବିକାର୍ଜନ ପାଇଁ ପଦକ୍ଷେପ ନେଇଛି। ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବୟନିକା ପକ୍ଷରୁ କୁହାଯାଇଛି ଯେ, ଏପ୍ର୍ରିଲ ୨୦ରୁ ଏଯାବତ ବିଭିନ୍ନ ବୁଣାକାର ସମବାୟ ସମିତିକୁ ୪କୋଟି ୩୦ଲକ୍ଷ ଟଙ୍କାର ସୂତା ଯୋଗାଇ ଦେଇଛି ଓ ସେମାନଙ୍କଠାରୁ ପ୍ରାୟ ୧୦କୋଟି ଟଙ୍କାର ଲୁଗା କ୍ରୟ କରିଛି। ମଜୁରୀ ଓ ଲୁଗା ବକେୟା ବାବଦକୁ ସମିତିମାନଙ୍କୁ ୧୨କୋଟି ୩୮ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ଏହାଦ୍ୱାରା ଓଡ଼ିଶାର ବୁଣାକାରମାନେ ନିଜର କୌଳିକ ବୃତ୍ତିକୁ ବଞ୍ଚାଇ ରଖିବାରେ ସକ୍ଷମହୋଇପାରିଛନ୍ତି। ଗତବର୍ଷ ତୁଳନାରେ ବୟନିକା ଚଳିତବର୍ଷ କରୋନା ପାଇଁ ୨୦କୋଟି ଟଙ୍କାର ବ୍ୟବସାୟ ହରାଇବ। ଏହାସତ୍ତ୍ୱେ ବୁଣାକାରଙ୍କୁ ନିୟମିତ କାମ ଯୋଗାଇ ସେମାନଙ୍କ ଦ୍ୱାରା ପ୍ରସ୍ତୁତ ବସ୍ତ୍ର କିଣିବା ପାଇଁ ଓଡ଼ିଶା ସରକାର ବୟନିକାକୁ ୧୫କୋଟି ଟଙ୍କାର ସୁଧମୁକ୍ତ କାର୍ଯ୍ୟକାରୀ ମୂଳଧନ ଯୋଗାଇ ଦେବାପାଇଁ ନିଷ୍ପତ୍ତି ନେଇଛନ୍ତି। ଏହା ବୟନିକା ଓ ବୁଣାକାରଙ୍କ ପାଇଁ ରାଜ୍ୟ ସରକାରଙ୍କ ଏକ ବଡ଼ ପଦକ୍ଷେପ ବୋଲି କୁହାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ବିମାନ ଯାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଜୀବନ ଦେଇଥିଲେ ନୀରଜା

ନୂଆଦିଲ୍ଲୀ,୩।୧୦: ବର୍ତ୍ତମାନ ସମଗ୍ର ବିଶ୍ୱରେ ଫ୍ଲାଏଦୁବାଇ ବିମାନ ଅପହରଣ ଘଟଣାର ହିରୋ ସ୍ମିତ୍‌ ମଚ୍ଛାରଙ୍କୁ ତାଙ୍କ ଅପୂର୍ବ ସାହସିକତା ପାଇଁ ପ୍ରଶଂସା କରାଯାଉଛି। ତେବେ ଏହି ଘଟଣା,…

ନିଜ ପୁଅଙ୍କୁ ନିୟନ୍ତ୍ରଣ କରିପାରି ନ ଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ

ନୂଆଦିଲ୍ଲୀ,୩ା୧୦: ଘରୋଇ ହିଂସା ଆଇନ ଅନୁଯାୟୀ ନିଜ ପ୍ରାପ୍ତବୟସ୍କ ପୁଅଙ୍କୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ ବୋଲି ଦିଲ୍ଲୀ ହାଇକୋର୍ଟ ରାୟ…

ପଞ୍ଜାବ ପ୍ରଦେଶ କଂଗ୍ରେସ କମିଟି ସଭାପତି ପଦରୁ ଓ୍ବାରିଙ୍ଗ୍‌ଙ୍କ ଇସ୍ତଫା

ନୂଆଦିଲ୍ଲୀ,୩ା୧୦: କଂଗ୍ରେସ ନେତା ଅମରିନ୍ଦର ସିଂ ରାଜା ଓ୍ବାରିଙ୍ଗ୍‌ ଶୁକ୍ରବାର ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଭେଟି ପଞ୍ଜାବ ରାଜ୍ୟ କଂଗ୍ରେସ ସଭାପତି ପଦରୁ ଆନୁଷ୍ଠାନିକ…

ଫ୍ରାନ୍ସରେ ଛାତ୍ର-ପୋଲିସ ସଂଘର୍ଷ: ୪୦୦ ସ୍କୁଲ ବନ୍ଦ

ପ୍ୟାରିସ୍‌, ୩।୧୦: ଫ୍ରାନ୍ସରେ ଶୁକ୍ରବାର ବିକ୍ଷୋଭ ଆହୁରି ତୀବ୍ରତର ହୋଇଛି। ହାଇସ୍କୁଲ ଛାତ୍ରୀଛାତ୍ରମାନେ ବିଲ୍ଡିଂଗୁଡ଼ିକର ପ୍ରବେଶପଥ ଅବରୋଧ କରିବା, ପୋଲିସ ସହ ସଂଘର୍ଷ କରିବା ଏବଂ କେତେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?