ଅଶୋକଝରି ରଥ ଟାଣିଲେ ବାଳିକା ବାଳକ

ବାରିପଦା ଅଫିସ, ୧୦।୪ – ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାର ହରିବଳଦେବଜୀଉଙ୍କ ବଡ଼ଦାଣ୍ଡରେ ଶନିବାର ଅଶୋକାଷ୍ଟମୀ ଅବସରରେ ରୁକୁଣା ଅଶୋକଝରି (ରୁକୁଣା) ରଥକୁ ବାଳିକା ବାଳକମାନେ ଟାଣିଛନ୍ତି। କୋଭିଡ୍‌ କଟକଣା କୋହଳ ହେବାରୁ ଚଳିତବର୍ଷ ଏହି ପରମ୍ପରା ଆଡ଼ମ୍ବରରେ ପାଳିତ ହୋଇଛି। ମୟୂରଭଞ୍ଜ ଗଡ଼ଜାତ ରାଜ୍ୟରେ ମହାରାଜାମାନଙ୍କ ଶାସନ ସମୟରୁ ପାଳିତ ହୋଇଆସୁଥିବା ଅଶୋକଝରି ରଥଯାତ୍ରାରେ ଶ୍ରଦ୍ଧାଳୁଙ୍କ ଭିଡ଼ ପରିଲକ୍ଷିତ ହୋଇଛି। ଶନିବାର ଅପରାହ୍ନରେ ହରିବଳଦେବ ଜୀଉଙ୍କ ମନ୍ଦିରରୁ ମହାପ୍ରଭୁ ଶ୍ରୀରାମ, ଅନୁଜ ଲକ୍ଷ୍ମଣ ଓ ଦେବୀ ସୀତା ଚୈତ୍ର ଶୁକ୍ଳପକ୍ଷ ରଥାରୂଢ଼ ହୋଇ ଅଶୋକବନକୁ ପରମ୍ପରା ଅନୁଯାୟୀ ଯାତ୍ରା କରିଛନ୍ତି। ବାରିପଦା ବଡ଼ ଜଗନ୍ନାଥ ମନ୍ଦିରର ରୀତିନୀତି ଓ ପ୍ରଚଳିତ ପରମ୍ପରା ଅନୁସାରେ ମହାପ୍ରଭୁମାନଙ୍କ ନିକଟରେ ପହଡ଼, ପଣା ଓ ଠା କାର୍ଯ୍ୟ ସମାପନ ହୋଇଛି। ମହାପ୍ରଭୁଙ୍କ ନିକଟରୁ ଆଜ୍ଞାମାଳ ପାଇବା ପରେ ମନ୍ଦିରର ତିନି ପୂଜାପଣ୍ଡା ପହଣ୍ଡିରେ ମହାପ୍ରଭୁ ଶ୍ରୀରାମ, ଲକ୍ଷ୍ମଣ ଓ ମାତା ସୀତାଙ୍କୁ ମନ୍ଦିର ବେଢ଼ା ପହଣ୍ଡିରେ ତିନିଥର ପରିକ୍ରମା କରାଇଛନ୍ତି। ପରେ ସିଂହଦ୍ୱାର ନିକଟରେ ଅପେକ୍ଷା କରିଥିବା ଅଶୋକଝରି ରଥରେ ରଥାରୂଢ଼ ହୋଇଥିଲେ। ଏହାପରେ ସୁସଜ୍ଜିତ ରଥକୁ ପ୍ରଶାସନିକ ଅଧିକାରୀ ଓ କର୍ମଚାରୀମାନଙ୍କ ଉପସ୍ଥିତିରେ ସେବାୟତମାନଙ୍କ ଶଙ୍ଖ, ଘଣ୍ଟ, ଘଣ୍ଟା, ମୃଦଙ୍ଗ ବାଦ୍ୟ ସହ ହରିବୋଲ ସଂକୀର୍ତ୍ତନ ଓ ହୁଳହୁଳିରେ ବଡ଼ ଜଗନ୍ନାଥ ମନ୍ଦିରରୁ ବଡ଼ଦାଣ୍ଡରେ ଥିବା ଶ୍ରୀରାଧାମୋହନ ମନ୍ଦିର(ମାଉସୀ ମା’ ମନ୍ଦିର) ନିକଟକୁ ବାଳିକା ବାଳକମାନେ ଟାଣି ନେଇଥିଲେ।
ସମସ୍ତ ସେବାୟତ ମୟୂରଭଞ୍ଜ ରାଜଦରବାର ଅମଳରେ ନାମିତ ପୁରୁଣା ବଗସାମଲଗଡ଼ (ବର୍ତ୍ତମାନର ମା’ ଅମ୍ବିକା ଠାକୁରାଣୀ)ରୁ ପରମ୍ପରା ଅନୁଯାୟୀ ଅଶୋକ ଫୁଲର କଢ଼ି ସଂଗ୍ରହ କରି ରଥ ନିକଟକୁ ଆଣିଥିଲେ। ପରେ ରଥରେ ବିଧି ଅନୁସାରେ ପୂଜାର୍ଚ୍ଚନାରେ ଅଶୋକ କଢ଼ି ଲାଗି ହୋଇଥିଲା। ଏହାପରେ ଉକ୍ତ ଅଶୋକ କଢ଼ିକୁ ପ୍ରସାଦ ରୂପେ ବଣ୍ଟନ କରାଯାଇଥିଲା। ପ୍ରକାଶ ଥାଉକି, ଏହି ଅଶୋକାଷ୍ଟମୀ ତିଥିରେ ଅଶୋକ ଗଛର ଫୁଲକୁ ସେବନ କଲେ ସମସ୍ତ ପ୍ରକାର ଦୁଃଖ ଦୂର ହେବା ସହ ଶରୀର ସମସ୍ତ ରୋଗରୁ ମୁକ୍ତି ମିଳିଥାଏ ବୋଲି ବିଶ୍ୱାସ ରହିଆସିଛି। ଶେଷରେ ରାଧାମୋହନ ମନ୍ଦିର ସମ୍ମୁଖରୁ ରଥ ମୋଡ଼ ନେବା ପରେ ପୁଣି ଥରେ ରଥକୁ ବଡ଼ଦାଣ୍ଡରେ ଟାଣି ଟାଣି ବଡ଼ ଜଗନ୍ନାଥ ମନ୍ଦିରର ସିଂହଦ୍ୱାର ନିକଟରେ ପହଞ୍ଚା ଯାଇଥିଲା। ପରମ୍ପରା ଅନୁଯାୟୀ ରାତିରେ ସେବାୟତମାନେ ପହଣ୍ଡିରେ ତିନି ଠାକୁରଙ୍କୁ ମନ୍ଦିର ଭିତରକୁ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍‌ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…

ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri