ଇଭି ଚାର୍ଜିଂ କରିଡର ନିର୍ମାଣ କରିବ ବିପିସିଏଲ୍‌

ନୂଆଦିଲ୍ଲୀ, ୧୪।୪:  ଦେଶର ୧ଶହ ବ୍ୟସ୍ତବହୁଳ ଜାତୀୟ ରାଜପଥରେ ୧୦୦ଟି ଫାଷ୍ଟ ଇଲେକ୍‌ଟ୍ରିକ୍‌ ଭେହିକିଲ୍‌ (ଇଭି) କରିଡର ନିର୍ମାଣ ସମ୍ପର୍କରେ ରାଷ୍ଟ୍ରାୟତ୍ତ ପେଟ୍ରୋଲିୟମ୍‌ ମାର୍କେଟିଂ କମ୍ପାନୀ ଭାରତ ପେଟ୍ରୋଲିୟମ୍‌ କର୍ପୋରେଶନ (ବିପିସିଏଲ୍‌) ପକ୍ଷରୁ ବୁଧବାର ସୂଚନା ଦିଆଯାଇଛି। ଏନେଇ କମ୍ପାନୀ ପକ୍ଷରୁ ୨୦୦ କୋଟି ଟଙ୍କା ନିବେଶ କରାଯିବ ବୋଲି ମଧ୍ୟ କୁହାଯାଇଛି। ଏହି କରିଡରଗୁଡ଼ିକରେ ୨୦୦୦ ଚାର୍ଜିଂ ଷ୍ଟେଶନ ରହିବ। ଏ ସମ୍ପର୍କରେ ବିପିସିଏଲ୍‌ର କାର୍ଯ୍ୟକାରୀ ନିର୍ଦ୍ଦେଶକ ପିଏସ୍‌ ରବି ବୁଧବାର ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, କମ୍ପାନୀ ବର୍ତ୍ତମାନ ଚେନ୍ନାଇ-ତ୍ରିଚି ମଦୁରାଇ ରାଜପଥରେ ପ୍ରଥମ ଇଭି ଚାର୍ଜିଂ କରିଡର ସ୍ଥାପନା କରିଛି। ଜାତୀୟ ରାଜପଥ ୪୭ରେ କୋଚି-ସାଲେମ ସେକ୍ସନରେ ଆସନ୍ତା ୨ମାସ ମଧ୍ୟରେ କମ୍ପାନୀ ପକ୍ଷରୁ ପରବର୍ତ୍ତୀ ଇଭି ଚାର୍ଜିଂ କରିଡର ସ୍ଥାପନା କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ଟ୍ରି ବିଲ୍‌ ନ ଦେଲେ ଜବତ ହେବ ଘରବାଡି ସମ୍ପତ୍ତି! କଠୋର ହେଲା ନିୟମ

ନୂଆଦିଲ୍ଲୀ,୧୭।୫: ରାଜ୍ୟବାସୀଙ୍କ ପାଇଁ ବଡ଼ ଖବର। ରାଜ୍ୟର ବିଜୁଳି ବିଭାଗ ଏବେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରସ୍ତୁତ ହେଉଛି। ବିଦ୍ୟୁତ ନିଗମ ଦୀର୍ଘ ସମୟ ଧରି…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

SBI କର୍ମଚାରୀଙ୍କ ବଡ଼ ଷ୍ଟ୍ରାଇକ୍‌! ଦେଶବ୍ୟାପୀ ଦୁଇଦିନ ପାଇଁ ଠପ୍‌ ପଡିଯିବ ବ୍ୟାଙ୍କ ସେବା, ଜାଣନ୍ତୁ କେବେ?

ନୂଆଦିଲ୍ଲୀ,୧୫।୫: ଦେଶର ସର୍ୱବୃହତ ସରକାରୀ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI)ରେ କାର୍ଯ୍ୟରତ କର୍ମଚାରୀମାନେ ସେମାନଙ୍କର ଦାବି ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ଅଲ…

ପେଟ୍ରୋଲ ପରେ ବଢିଯିବ କି ଗ୍ୟାସ ସିଲିଣ୍ଡରର ଦାମ୍‌? ଏବେ ସିଲିଣ୍ଡର ବୁକ କରିବାକୁ କେତେ ଖର୍ଚ୍ଚ ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୫: ୧ ମଇ, ୨୦୨୬ ଠାରୁ ୧୯ କିଲୋଗ୍ରାମର ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ୯୯୩ ବୃଦ୍ଧି କରାଯାଇଛି। ବାଣିଜ୍ୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି ପରେ,…

ପେଟ୍ରୋଲ ରେଟ୍‌ ବଢିବା ପରେ କେଉଁଠି ଶସ୍ତାରେ ମିଳୁଛି ପେଟ୍ରୋଲ, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୫: ଆଜି, ୧୫ ମଇ ଠାରୁ, ସାରା ଦେଶରେ ପେଟ୍ରୋଲ, ଡିଜେଲ ଏବଂ ସିଏନଜିର ମୂଲ୍ୟ ବୃଦ୍ଧି ପାଇଛି। ପେଟ୍ରୋଲର ମୂଲ୍ୟ ଲିଟର ପିଛା ୩.୧୪ ବୃଦ୍ଧି…

ବଢିଲା ପେଟ୍ରୋଲ ରେଟ୍‌: ମାର୍କେଟକୁ ଆସିଲା ୪ଟି ସବୁଠୁ ଶସ୍ତା ଇଲେକ୍ଟ୍ରି କାର୍‌, ରେଟ୍‌ ଜାଣିଲେ…

ନୂଆଦିଲ୍ଲୀ,୧୫।୫: ପେଟ୍ରୋଲ ଏବଂ ଡିଜେଲର ବୃଦ୍ଧି ଏବେ ଲୋକଙ୍କ ବଜେଟକୁ ବ୍ୟାହତ କରିବା ଆରମ୍ଭ କରିଛି। ଦୈନନ୍ଦିନ ଯାତ୍ରୀମାନଙ୍କ ପାଇଁ, ମାସିକ ଇନ୍ଧନ ଖର୍ଚ୍ଚ ଏକ ବଡ଼…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା ପେଟ୍ରୋଲ-ଡିଜେଲ ରେଟ୍, ଭୁବନେଶ୍ବରରେ….

ନୂଆଦିଲ୍ଲୀ,୧୫।୫: ଯାହା ଭୟ ଥିଲା ସେୟା ହିଁ ଘଟିଲା। ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ ବଡ଼ ବୃଦ୍ଧି ଘଟିଛି । ପେଟ୍ରୋଲ ୩ଟଙ୍କା ୧୪…

LPG-କ୍ଷୀର ପରେ ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା, ଏହି ଜିନିଷର ବଢିଗଲା ଦାମ୍‌…

ନୂଆଦିଲ୍ଲୀ,୧୪।୫: ଏଲପିଜି ଗ୍ୟାସ ସିଲିଣ୍ଡର, ଅମୂଲ ଏବଂ ମଦର ଡେରୀ କ୍ଷୀରର ମୂଲ୍ୟ ବୃଦ୍ଧି ପରେ, ସାଧାରଣ ଲୋକଙ୍କୁ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ପ୍ରକୃତରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri