୯ରୁ ବିପିୟୁଟି ଫାଇନାଲ ସେମିଷ୍ଟର

ଭୁବନେଶ୍ୱର, ୨୮।୬(ବ୍ୟୁରୋ)- ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ(ବିପିୟୁଟି)ର ଫାଇନାଲ ସେମିଷ୍ଟର ପାଇଁ ସମ୍ଭାବ୍ୟ ତାଲିକା ପ୍ରକାଶ ପାଇଛି। ଜୁଲାଇ ୯ରୁ ଅନ୍‌ଲାଇନ ପରୀକ୍ଷା ହେବା ନେଇ ତାରିଖ ଘୋଷଣା ହୋଇଛି। ଏହି ପରୀକ୍ଷା ୨୯ ତାରିଖ ପର୍ଯ୍ୟନ୍ତ ଚାଲିବ। ଦୁଇଟି ସିଫ୍ଟରେ ପରୀକ୍ଷା ହେବ। ପ୍ରଥମ ସିଫ୍ଟ ପୂର୍ବାହ୍ନ ୧୦ଟାରୁ ମଧ୍ୟାହ୍ନ ୧୨ଟା ଯାଏ ଓ ଦ୍ୱିତୀୟ ସିଫ୍ଟ ଅପରାହ୍ନ ୨ଟାରୁ ୪ଟା ପର୍ଯ୍ୟନ୍ତ ହେବ। ତେବେ ଏହି ପରୀକ୍ଷା ପାଇଁ ଛାତ୍ରୀଛାତ୍ରଙ୍କୁ ଆବେଦନ କରିବାକୁ ପଡ଼ିବ। ବି-ପ୍ଲାନ ଓ ବି-ଆର୍କିଟେକ୍ଟ ପାଇଁ ଜୁଲାଇ ୫ ଆବେଦନର ଶେଷ ତାରିଖ ଥିବାବେଳେ ୯ରୁ ୧୧ ତାରିଖ ମଧ୍ୟରେ ପରୀକ୍ଷା ହେବ। ସେହିପରି ବି-ଫାର୍ମା ପାଇଁ ୭ ତାରିଖ ଆବେଦନର ଶେଷ ତାରିଖ ରହିଛି ଏବଂ ୧୩ରୁ ୧୭ ପର୍ଯ୍ୟନ୍ତ ପରୀକ୍ଷା ଅନୁଷ୍ଠିତ ହେବ। ଏମ୍‌ବିଏ ରେଗୁଲାର ପରୀକ୍ଷା ପାଇଁ ଜୁଲାଇ ୧୧ ସୁଦ୍ଧା ଆବେଦନ କରିବେ। ଏହାର ପରୀକ୍ଷା ୧୭ରୁ ୨୫ ତାରିଖ ପର୍ଯ୍ୟନ୍ତ ହେବ। ସେହିପରି ଏମ୍‌ଟେକ୍‌ ପାଇଁ ୧୩ ତାରିଖ ସୁଦ୍ଧା ଆବେଦନ କରିବାକୁ ଥିବାବେଳେ ୨୦ରୁ ୨୭ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ହେବ। ତେବେ ଏସବୁ ବିଷୟର ପରୀକ୍ଷା ପୂର୍ବରୁ ଛାତ୍ରୀଛାତ୍ରଙ୍କ ମକ୍‌ ଟେଷ୍ଟର ବ୍ୟବସ୍ଥା କରାଯାଇଛି। ଏ ନେଇ ବିପିୟୁଟି ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନରେ ଖୁସି ଖବର: ପ୍ରଥମଥର ମା’ ହେଲା ସିଂହୀ ମାୟା, ଦୁଇ ଶାବକରୁ…

ବାରଙ୍ଗ,୭ା୯(ଲିଙ୍ଗରାଜ ରାଉତ): ନନ୍ଦନକାନନ ପାଇଁ ଏକ ଖୁସି ଖବର। ସିଂହୀ ମାୟା ପ୍ରଥମ କରି ମା’ ହୋଇଛି। ୧୧୨ ଦିନର ଗର୍ଭଧାରଣ ପରେ ସୋମବାର ଭୋର୍‌ରେ ସିଂହୀ…

ପୁଣି ମାଡ଼ିଆସୁଛି ବଡ଼ ବର୍ଷା: ୯ରୁ ଅତିପ୍ରବଳ ବର୍ଷା

ଭୁବନେଶ୍ୱର, ୭ା୯: ରାଜ୍ୟକୁ ପୁଣି ମାଡ଼ିଆସୁଛି ବଡ଼ ବର୍ଷା। ଆଜି ଓ ଆସନ୍ତାକାଲି ବିଭିନ୍ନ ଜିଲାରେ ଘଡ଼ଘଡ଼ି, ବିଜୁଳି ସହ ବର୍ଷା ହେବ। ଏହାପରେ ୯ ତାରିଖରୁ…

ଖଣି ନିଲାମକୁ ନେଇ ତେଜୁଛି ବିରୋଧ, ଆନ୍ଦୋଳନ ଚେତାବନୀ ଦେଇ ଅଞ୍ଚଳବାସୀ କହିଲେ…

ଥୁଆମୂଳ ରାମପୁର,୭।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ବନ୍ୟପ୍ରାଣୀ ଅଭୟାରଣ୍ୟ ଅନ୍ତର୍ଗତ ଖଣ୍ଡୁଆଳମାଳି ପାହାଡ଼ କର୍ଲାପାଟ ବକ୍ସାଇଟ ବ୍ଲକକୁ ନେଇ ବିରୋଧ ତେଜୁଛି। ଆନୁମାନିକ ୨୪.୮…

PCB ଛାଡିବା ପରେ ପାକିସ୍ତାନ କ୍ରିକେଟର ଚିଠା ଖୋଲିଲେ ମିସବା, ହେଲାଣି ଚର୍ଚ୍ଚା

ଇସଲାମାବାଦ,୭।୯: ପାକିସ୍ତାନ କ୍ରିକେଟରେ କ’ଣ ଘଟୁଛି? ଦଳ ଏବଂ ଚୟନ କମିଟି ପରିବର୍ତ୍ତନ କରିବା ଦ୍ୱାରା ପାକିସ୍ତାନ କ୍ରିକେଟ ଦଳର ବର୍ତ୍ତମାନ ଏବଂ ଭବିଷ୍ୟତ ପରିବର୍ତ୍ତନ ହେବ…

ଓଜନ କମାଇବାର ସହଜ ଉପାୟ

ଆମ ଶରୀରର ଓଜନ ସନ୍ତୁଳିତ ରହିବା ନିହାତି ଦରକାର। ହେଲେ ଏହାର ଏକ ସରଳ ଉପାୟ ରହିଛି। ଏହାକୁ ଜଣେ ଅତି ସହଜରେ ଆପଣେଇ ପାରିବ। ତାହା…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି…

ଗୋ’ ଚାଲାଣବେଳେ ଫାଟିଲା ପିକ୍‌ଅପ୍‌ ଟାୟାର, ୩ ବଳଦ ମୃତ

ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ…

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ICC ଏକ ଯୋଜନା ପ୍ରସ୍ତୁତ କରିଛି

ନୂଆଦିଲ୍ଲୀ,୭।୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ସମୟ ଧରି କୌଣସି ଦ୍ୱିପାକ୍ଷିକ କିମ୍ବା ତ୍ରି-ସିରିଜ ଖେଳାଯାଇ ନାହିଁ। ଭାରତ ଏପରି କାର୍ଯ୍ୟକ୍ରମକୁ ନିରନ୍ତର ମନା କରିଆସିଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri