ଚର୍ଚ୍ଚାରେ ବ୍ରହ୍ମପୁର ମେୟର, ବିଜେଡି କର୍ପୋରେଟରଙ୍କ ପୁରୀ ଗସ୍ତ

ବ୍ରହ୍ମପୁର,୨୭ା୧୧(ନରସିଂହ ସାହୁ):ବ୍ରହ୍ମପୁର ମହାନଗର ନିଗମ (ବିିଇଏମ୍‌ସି) ମେୟର ସଂଘମିତ୍ରା ଦଳେଇଙ୍କ ନେତୃତ୍ୱରେ ଡେପୁଟି ମେୟର ବିବେକ ରେଡ୍ଡୀଙ୍କ ସମେତ ୨୬ ବିଜେଡି କର୍ପୋରେଟର ହଠାତ୍‌ ପୁରୀ ଯାଇଥିବାରୁ ରାଜନୈତିକ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଅନ୍ୟପକ୍ଷରେ ବିଜେଡିରେ ଅନ୍ତଃକନ୍ଦଳ ପୁଣି ପଦାକୁ ଆସିଛି। ମଙ୍ଗଳବାର ମେୟର ୨୬ ଜଣ ବିଜେଡି କର୍ପୋରେଟରଙ୍କୁ ନେଇ ପୁରୀ ଯାଇଛନ୍ତି। ସେଠାରେ କାର୍ଯ୍ୟକାରୀ ହେଉଥିବା ଘରକୁ ରନ୍ଧନ ଗ୍ୟାସ୍‌ ପାଇପ୍‌ଲାଇନ କାର୍ଯ୍ୟକ୍ରମ ଦେଖିବା ଉଦ୍ଦେଶ୍ୟରେ ଏହି ଗସ୍ତ ବୋଲି କୁହାଯାଇଥିଲେ ମଧ୍ୟ ରାଜନୀତି ଗନ୍ଧ ଥିବା ଚର୍ଚ୍ଚା ହେଉଛି। କର୍ପୋରେଟରମାନେ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ସହ ଅନ୍ୟ ଗୋଷ୍ଠୀର ଚକ୍ରାନ୍ତ ପଣ୍ଡ ଲାଗି ସଂକଳ୍ପ ନେବେ ବୋଲି ଅନୁମାନ କରାଯାଉଛି। ତେବେ ଏ ନେଇ ଜିଲା ବିଜେଡି ସଭାପତି ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକଙ୍କୁ ପଚାରିବାରୁ, ଜଗନ୍ନାଥଙ୍କ ଦର୍ଶନ ଓ ରିଲାକ୍ସ ପାଇଁ କର୍ପୋରେଟରମାନେ ଯାଇଥିବା କହିଛନ୍ତି।
କିଛି ମାସ ହେବ ବ୍ରହ୍ମପୁର ବିଜେଡି ରାଜନୀତି ରୋଚକ ହେବାରେ ଲାଗିଛି। ଗୋଟିଏ ଗୋଷ୍ଠୀ ଜିଲା ସଭାପତି ଓ ମେୟରଙ୍କ ଇଙ୍ଗିତରେ ପରିଚାଳିତ ହେଉଥିବା ବେଳେ ଅନ୍ୟ ଗୋଷ୍ଠୀ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ସମର୍ଥକ ବୋଲି କୁହାଯାଉଛି।
ସୂଚନାଯୋଗ୍ୟ, ୨୦୦୩ ଓଡ଼ିଶା ମ୍ୟୁନିସିପାଲ କର୍ପୋରେଶନ ଆକ୍ଟ ଅନୁସାରେ ପୌର ନିର୍ବାଚନରେ ନିର୍ବାଚିତ ମେୟର ଓ ଅନ୍ୟ ଜନ ପ୍ରତିନିଧିଙ୍କ ୨ ବର୍ଷ ପୂରିବା ପରେ ଅନାସ୍ଥା ପ୍ରସ୍ତାବ ଆଗତ ହେବାର ନିୟମ ରହିଛି। ଏବେ ଅଢ଼େଇ ବର୍ଷ ବିତିଯାଇଛି। ପ୍ରଥମେ ଡେପୁଟି ମେୟରଙ୍କୁ ହଟାଇବା ଲାଗି ପ୍ରୟାସ ଆରମ୍ଭ ହୋଇଥିଲା। ଅକ୍ଟୋବର ୨୩ ତାରିଖରେ ଗୋଟିଏ ଗୋଷ୍ଠୀର ୧୧ ଜଣ ବିଜେଡି କର୍ପୋରେଟର ଆସାମ କାମାକ୍ଷା ପୀଠକୁ ଯାଇଥିଲେ। ସେମାନେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ସମର୍ଥକ ଥିଲେ ବୋଲି କୁହାଯାଉଛି। ତେବେ ଅନାସ୍ଥା ଫଳପ୍ରଦ ହୋଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri