ଡିଏଫଓଙ୍କ ଘରେ ଫୁଟିଲା ବ୍ରହ୍ମକମଳ ଫୁଲ

ଭଞ୍ଜନଗର,୧୪।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଦକ୍ଷିଣ ଘୁମୁସର ବନଖଣ୍ଡ ଅଧିକାରୀ ବିନୋଦ ଆଚାର୍ଯ୍ୟଙ୍କ ଭଞ୍ଜନଗରସ୍ଥିତ ସରକାରୀ ବାସଭବନରେ ଶନିବାର ରାତିରେ ଗୋଟିଏ ଗଛରେ ୪ଟି ବ୍ରହ୍ମ କମଳ ଫୁଲ ଫୁଟିଥିଲା। ଡିଏଫଓ ଆଚାର୍ଯ୍ୟ ଫୁଲ ତୋଳି ମନ୍ଦିରରେ ଦେଇଛନ୍ତି।

ସେହିଭଳି ବାହାଡ଼ାପଦରର ମୋତିଲାଲ ବିଶୋଇଙ୍କ ଘରେ ଗୋଟିଏ ଗଛରେ ୯ଟି ବ୍ରହ୍ମକମଳ ଫୁଲ ଫୁଟିଛି। ଆଧ୍ୟାତ୍ମିକ ବିଶ୍ୱାସ ଅନୁଯାୟୀ ବ୍ରହ୍ମକମଳ ଫୁଲ ଫୁଟିଲେ ଖରାପ ଆତ୍ମାର ବିନାଶ ଘଟିବା ସହ ଭଗବାନଙ୍କ ଆଶୀର୍ବାଦ ମିଳିଥାଏ।

ବ୍ରହ୍ମକମଳ ଫୁଲ ହେଉଛି ଏକ ଅବିସ୍ମରଣୀୟ ପ୍ରଜାତିର ଫୁଲ। ସୃଷ୍ଟିକର୍ତ୍ତା ବ୍ରହ୍ମା ଏବଂ ଜ୍ଞାନର ଦେବୀ ସରସ୍ବତୀ ବ୍ରହ୍ମକମଳ ଫୁଲରେ ବିରାଜମାନ କରନ୍ତି । ଧଳା ରଙ୍ଗର ଉକ୍ତ ଫୁଲ ବିରଳ ଓ ଦୁର୍ଲଭ । ଉକ୍ତ ଫୁଲ ଭଗବାନ ଶିବଙ୍କୁ ଅର୍ପଣ କଲେ ଆଶୀର୍ବାଦ ମିଳିଥାଏ। ବ୍ରହ୍ମକମଳ ହେଉଛି ଏକ ଦୁର୍ଲଭ ପୌରାଣିକ ଫୁଲ ଗଛ । ଉକ୍ତ ଫୁଲ ସୂର୍ଯ୍ୟାସ୍ତ ପରେ ଫୁଟିଥାଏ ।

ପୂର୍ଣ୍ଣ ପ୍ରସ୍ଫୁଟିତ ହେବାକୁ ଏହା ପ୍ରାୟ ଦୁଇ ଘଣ୍ଟା ଲାଗିଥାଏ। ଫୁଲର ବ୍ୟାସ ପାଖାପାଖି ୮ ଇଞ୍ଚ ହେବ । ରାତିସାରା ଏହାର ପାଖୁଡା ଖୋଲା ରହିଥାଏ । ସୃଷ୍ଟିକର୍ତ୍ତା ବ୍ରହ୍ମାଙ୍କ ନାମ ଅନୁଯାୟୀ ଏହାର ନାମକରଣ ହୋଇଛି। ବର୍ଷର ଏହି ସମୟରେ ବ୍ରହ୍ମକମଳ ଫୁଟିଥାଏ । ବ୍ରହ୍ମକମଳ ଫୁଲ ଅନେକ ଔଷଧୀୟ ଗୁଣରେ ମଧ୍ୟ ପରିପୂର୍ଣ୍ଣ।


Enter your email to get our daily news in your inbox.

All Right Reserved By Dharitri.Com

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦଳାଚକଟା ପୀଡ଼ିତାଙ୍କୁ ପ୍ରଥମ ବିଜୟ ଉତ୍ସର୍ଗ କଲେ ଆର୍‌ସିବି ଅଧିନାୟକ

ବେଙ୍ଗାଲୁରୁ,୨୯ା୩: ସନ୍‌ରାଇଜର୍ସ ବିପକ୍ଷ ମ୍ୟାଚ୍‌ରେ ଏକ ଜବରଦସ୍ତ ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଅଭିଯାନ ଆରମ୍ଭ କରିଛି। ଦଳର ଏହି…

ଦିଗପହଣ୍ଡିରେ ଅତୀତର ଅଭୁଲା ସ୍ମୃତି ମନେ ପକାଇଲେ ୧୯୮୨ ବ୍ୟାଚର ଛାତ୍ର

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀଗୁପ୍ତେଶ୍ୱର ଶୈବପୀଠ ପରିସରରେ ବନ୍ଧୁମିଳନ । ରବିବାର ଦିଗପହଣ୍ଡି ବ୍ଲକ ଅଞ୍ଚଳର ବିଭିନ୍ନ ଗାଁ ହାଇସ୍କୁଲରେ ପଢ଼ିଥିବା…

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

LPG କନେକ୍ସନ ଛାଡିଲେଣି ୬ ହଜାର ଲୋକ, ଏହି ଦିଗ ପ୍ରତି ବଢୁଛି ଆଗ୍ରହ, ଗ୍ୟାସ ସଙ୍କଟ ମଧ୍ୟରେ ସରକାର ଦେଲେ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୩: ସାରା ଦେଶରେ, ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG)ର 6,000 ଉପଭୋକ୍ତା ସ୍ବେଚ୍ଛାକୃତ ଭାବରେ ସେମାନଙ୍କର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ସଂଯୋଗ ଛାଡି ଦେଇଛନ୍ତି।…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri