ବ୍ରହ୍ମ ସଂସ୍ଥାପନ କେବଳ ଶ୍ରୀମନ୍ଦିରରେ ହୋଇଥାଏ

ପୁରୀ,୩ା୫(ଅଜିତ୍‌ କୁମାର ମହାନ୍ତି): ଏପ୍ରିଲ ୩୦ରେ ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ (ଟିଏମ୍‌ସି) ସରକାରଙ୍କ ପକ୍ଷରୁ ଦୀଘାରେ ନବନିର୍ମିତ ଶ୍ରୀଜଗନ୍ନାଥ ମନ୍ଦିରକୁ ନେଇ ବିବାଦ ଉଠିଛି। ଏହି ମନ୍ଦିର ପ୍ରତିଷ୍ଠା ଉତ୍ସବରେ ପୁରୀ ଶ୍ରୀମନ୍ଦିରର କେତେଜଣ ସେବାୟତ ଯୋଗଦେଇଥିବାବେଳେ ସମ୍ପୃକ୍ତ ସ୍ଥାନକୁ ‘ଜଗନ୍ନାଥ ଧାମ’ ରୂପେ ନାମକରଣ କରାଯାଇଛି। ଏପରି କି ନବକଳେବର ଦାରୁରେ ଠାକୁରଙ୍କ ମୂର୍ତ୍ତି ନିର୍ମାଣ କରାଯାଇ ବ୍ରହ୍ମସ୍ଥାପନ ହୋଇଥିବା ଚର୍ଚ୍ଚା ହେଉଛି। ଶ୍ରୀମନ୍ଦିର ଦଇତାପତି ସେବାୟତ ବିନାୟକ ଦାସ ମହାପାତ୍ର କହିଛନ୍ତି, ଦୀଘାରେ ଜଗନ୍ନାଥ ମନ୍ଦିର ନିର୍ମାଣ ହେବା ଦ୍ୱାରା ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର ହେବ। ତେବେ ପ୍ରତିଷ୍ଠା କାର୍ଯ୍ୟକ୍ରମରେ ପୁରୀରୁ ୭ରୁ ୮ଜଣ ଦଇତାପତି ସେବାୟତ ନିମନ୍ତ୍ରିତ ଅତିଥି ରୂପେ ଯୋଗଦେଇଥିଲେ। ସେମାନଙ୍କର ପୂଜାବିଧି କର୍ତ୍ତବ୍ୟ କିଛି ନ ଥିଲା। ବ୍ରହ୍ମ ସ୍ଥାପନ କେବଳ ଗୋଟିଏ ସ୍ଥାନରେ ଅର୍ଥାତ ଶ୍ରୀମନ୍ଦିରରେ ହୁଏ, ଯାହା ନବକଳେବର ସମୟରେ ପରିବର୍ତ୍ତନ କରାଯାଇଥାଏ। ଅନ୍ୟ କୌଣସି ସ୍ଥାନରେ ବ୍ରହ୍ମ ଆସିପାରିବ ନାହିଁ। ଶ୍ରୀମନ୍ଦିର ପରିଚାଳନା କମିଟିର ପୂର୍ବତନ ସଦସ୍ୟ ତଥା ବରିଷ୍ଠ ସେବାୟତ ମାଧବ ମହାପାତ୍ର କହିଛନ୍ତି, ଏହା ହେଉଛି ଓଡ଼ିଆ ଜାତି ଓ ମହାପ୍ରଭୁଙ୍କ ସ୍ବାଭିମାନର ପ୍ରଶ୍ନ। ଏହି ସ୍ବାଭିମାନକୁ ସର୍ବଦା ଚ୍ୟାଲେଞ୍ଜ କରିବା ଭଳି କାର୍ଯ୍ୟ କରୁଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ। ଅତୀତରେ ରସଗୋଲା ଘଟଣା ହେଉ କି ବର୍ତ୍ତମାନର ଜଗନ୍ନାଥ ଧାମ ପ୍ରସଙ୍ଗ ହେଉ, ସବୁକ୍ଷେତ୍ରରେ ଓଡ଼ିଶାର ମାନ ଅଭିମାନ କ୍ଷୁଣ୍ଣ ହେବା ନେଇ ଅପଚେଷ୍ଟା କରାଯାଉଛି। ଭାରତର ବିଭିନ୍ନ ସ୍ଥାନରେ ମହାପ୍ରଭୁଙ୍କ ମନ୍ଦିର ରହିଛି ଏବଂ ଆହୁରି ମନ୍ଦିର ହେବାର ଆବଶ୍ୟକତା ଅଛି। ମାତ୍ର ପଶ୍ଚିମବଙ୍ଗରେ ଓଡ଼ିଆ ଜାତିକୁ ତଳକୁ ନେବା ପାଇଁ ପ୍ରତ୍ୟେକ ପର୍ବକୁ ତାଙ୍କର କରିବାକୁ ଅପଚେଷ୍ଟା କରାଯାଉଛି। ପୁରୀ ଗସ୍ତ ସମୟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଶ୍ରୀମନ୍ଦିର ପ୍ରବେଶ ପାଇଁ ବିରୋଧ କରାଯାଇଥିଲା। ତେଣୁ ସେ ଦୀଘାରେ ଜଗନ୍ନାଥ ମନ୍ଦିର ନିର୍ମାଣ କରାଇଛନ୍ତି। ତାଙ୍କର ଏହି ଗର୍ବ ଓ ଅହଂକାରର ଜବାବ ଆଗାମୀ ଦିନରେ ଓଡ଼ିଶାବାସୀ ଦେବେ। ସେହିପରି ପୁରୀ ସେବାୟତ ସେହି କାର୍ଯ୍ୟରେ ଯୋଗଦେବା ନେଇ ନିଜକୁ ପ୍ରଶ୍ନ ପଚାରିବାର ଥିଲା। ସେହିପରି ସୁଆର ମହାସୁଆର ନିଯୋଗ ସମ୍ପାଦକ ନାରାୟଣ ମହାସୁଆର କହିଛନ୍ତି, ଏଭଳି କାର୍ଯ୍ୟ ନିମନ୍ତେ ଜଗନ୍ନାଥ ସଂସ୍କୃତିର ହାନି ହେଉଛି। ନିଯୋଗ ପକ୍ଷରୁ ନିଷ୍ପତ୍ତି ହୋଇଥିଲା କି କୌଣସି ସ୍ଥାନରେ ସୂପକାର ରୋଷେଇ କରିବେ ନାହିଁ। ତେବେ ଦୀଘାରେ ପ୍ରତିଷ୍ଠା ହୋଇଥିବା ଜଗନ୍ନାଥ ମନ୍ଦିରରେ ରୋଷେଇ ପାଇଁ କେତେଜଣ ସୂପକାର ଯାଉଥିବା ଖବର ମିଳିଥିଲା। ଫଳରେ ନିଯୋଗ ପକ୍ଷରୁ ବିରୋଧ କରାଯାଇ ନୋଟିସ୍‌ କରାଯାଇଥିଲା। ତେଣୁ କୌଣସି ସୂପକାର ବା କର୍ମଚାରୀ ସେଥିରେ ଯୋଗଦାନ କରିନାହାନ୍ତି। ତେଣୁ ସମସ୍ତଙ୍କୁ ଧନ୍ୟବାଦ। ଶ୍ରୀକ୍ଷେତ୍ର ଛଡ଼ା ଅନ୍ୟ କେଉଁଠୁ ବହ୍ମ ଆସିଲା ବୋଲି ମହାସୁଆର ପ୍ରଶ୍ନ କରିଛନ୍ତି। ସେହିପରି ବରିଷ୍ଠ ସେବାୟତ ସୋମନାଥ ଖୁଣ୍ଟିଆ କହିଛନ୍ତି, ଦୀଘା କେବେ ଧାମ ହୋଇପାରିବ ନାହିଁ, ଦୀଘା ଗୋଟିଏ ମନ୍ଦିର ଓ ପର୍ଯ୍ୟଟନସ୍ଥଳନୀ। ଯେଉଁମାନେ ସେଠାକୁ ଯାଇଥିଲେ, ସେମାନେ ତାଙ୍କର ବଡ଼ିମା ଦେଖାଇବା ପାଇଁ ଯାଇଥିଲେ। ବେପାର ଉଦେଶ୍ୟରେ ଯାଇଛନ୍ତି। ମମତା ବାନାର୍ଜୀ ବ୍ୟବସାୟ କରିବା ପାଇଁ ମନ୍ଦିର ନିର୍ମାଣ କରିଛନ୍ତି। ବ୍ରହ୍ମ ସଂସ୍ଥାପନ ଓ ଘଟ ପରିବର୍ତ୍ତନ ଆଦି କେବଳ ଶ୍ରୀମନ୍ଦିରରେ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ଚାଲିବ ଦିଗ ବଦଳ: ୨୦୨୭ରେ କାହା ଉପରେ ଚଢ଼ିବ ସାଢେସାତୀ? କେଉଁ ରାଶି ପାଇବେ ମୁକ୍ତି, ପଢନ୍ତୁ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ସାଢେସାତୀକୁ ଏକ କଠିନ ସମୟ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଏହି ସମୟରେ ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ, ବ୍ୟବସାୟ, ଚାକିରି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

୧୨ ବର୍ଷ ପରେ ସିଂହ ରାଶିରେ ଘଟୁଛି ଅଦ୍ଭୁତ ଘଟଣା: ୨୦୨୭ ଯାଏ ୩ ରାଶି ପାଇଁ ସୁବର୍ଣ୍ଣ ସମୟ, ମାଲାମାଲ ସହ ନୂଆ ଚାକିରି…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଆସନ୍ତା ୩୧ ଅକ୍ଟୋବର ୨୦୨୬ରେ ଗୁରୁ ଗ୍ରହ ଏକ ବଡ଼ ରାଶି ପରିବର୍ତ୍ତନ କରିବେ। ଦିନ ୧୨ଟା ୦୧ ମିନିଟରେ ଗୁରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…

ମୋବାଇଲ ଝାମ୍ପି ଫେରାର ବେଳେ ଦୁର୍ଘଟଣା, ୨ ଯୁବକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ

ଜୟପୁର,୨୧।୯(ପବନ ପାଣିଗ୍ରାହୀ): ଦିନ ଦଶଟା ବେଳେ ପଞ୍ଚାନନ ମନ୍ଦିର ଛକରୁ ମହିଳା ଶ୍ରମିକଙ୍କ ମୋବାଇଲ ଛଡାଇ ଫେରାର ହେଉଥିଲେ । ହେଲେ ସେହି ସମୟରେ ଏକ ସଡ଼କ…

ଉଚ୍ଚ ଦରମାରେ ଚାକିରି ସୁଯୋଗ ଆଣିଛି SBI, ଜାଣନ୍ତୁ କେମିତି କରିବେ ଆବେଦନ, ଶେଷ ତାରିଖ ରହିଛି…

ନୂଆଦିଲ୍ଲୀ,୨୦ା୯: ଆଜିକାଲି ସମସ୍ତେ ଭଲ ଦରମା ପାଇବା ପାଇଁ ଗୋଟିଏ ଭଲ ଚାକିରି ଖୋଜୁଛନ୍ତି। ଦେଶର ସବୁଠାରୁ ବଡ଼ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ’ (SBI)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?