ବ୍ରହ୍ମ ତାଳଧ୍ୱଜ ରଥକାଠ ଅନୁକୂଳ

କେନ୍ଦ୍ରାପଡ଼ା ଅଫିସ,୨୪ା୪: ଆସନ୍ତା ଜୁନ୍‌ ୨୦ ତାରିଖରେ ରଥଯାତ୍ରା। ଏହାର ପରଦିନ ଅର୍ଥାତ ୨୧ ତାରିଖରେ କେନ୍ଦ୍ରାପଡ଼ା ଜିଲାର ଆରାଧ୍ୟଦେବ ତଥା ତୁଳସୀ କ୍ଷେତ୍ରାଧିପତି ଶ୍ରୀବଳଦେବଜୀଉଙ୍କ ବ୍ରହ୍ମ ତାଳଧ୍ୱଜ ରଥ ମାଉସୀ ମା’ ମନ୍ଦିର ଅଭିମୁଖେ ଯାତ୍ରା କରିବ। ଏହି ରଥଯାତ୍ରା ପାଇଁ ପବିତ୍ର ଅକ୍ଷୟ ତୃତୀୟା ତିଥି ଅବସରରେ କାଠ ଅନୁକୂଳ ରବିବାର ଅନୁଷ୍ଠିତ ହୋଇଯାଇଛି। ରଥକାଠ ଅନୁକୂଳ ପାଇଁ ଅପରାହ୍ନରେ ଶ୍ରୀବଳଦେବଜୀଉ ଦେବୋତ୍ତର ସଂସ୍ଥା ପକ୍ଷରୁ ଚିହ୍ନଟ କରାଯାଇଥିବା ଆମ୍ବ ଗଛକୁ ପୂଜାର୍ଚ୍ଚନା କରାଯାଇଥିଲା। ଏଥିସହ ସେବାୟତଙ୍କ ମାଧ୍ୟମରେ ଏକ ଖଣ୍ଡ ଡାଳ ଛେଦନ କରାଯାଇ ମନ୍ଦିର ପରିସରକୁ ନିଆଯାଇଥିଲା। ସେଠାରେ ବିଧି ମୁତାବକ ମହାରଣାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଶ୍ରୀଜୀଉଙ୍କ ଆଜ୍ଞାମାଳ ପ୍ରଦାନ କରାଯାଇ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ କରାଯାଇଛି। ଏହା ପୂର୍ବରୁ ମନ୍ଦିର ପରିସରରେ ଶ୍ରୀଜୀଉଙ୍କ ରେବତୀଙ୍କ ସହ ବିବାହ ରୀତିନୀତି ଅନୁଷ୍ଠିତ ହୋଇଛି। ଏ ସମ୍ପର୍କରେ ଟ୍ରଷ୍ଟ ବୋର୍ଡର କାର୍ଯ୍ୟନିର୍ବାହୀ ଅଧିକାରୀ ବଳଭଦ୍ର ପତ୍ରୀ ପ୍ରକାଶ କରିଛନ୍ତି ଯେ, ଚଳିତବର୍ଷ ରଥ ନିର୍ମାଣ ପାଇଁ ପ୍ରାୟ ୪୭୦ ଘନଫୁଟ (ସିଏଫ୍‌ଟି) କାଠ ଆବଶ୍ୟକ ଅଛି। ଏଥିପାଇଁ ବଡମ୍ବା ନରସିଂହପୁର ବନ ବିଭାଗ ସହିତ ଯୋଗାଯୋଗ କରାଯାଇଛି। ଆସନ୍ତା ୧୦ ଦିନ ମଧ୍ୟରେ ରଥ ନିର୍ମାଣ ସମ୍ପର୍କରେ ଆଲୋଚନା କରାଯାଇ ରଥ ନିର୍ମାଣ ହେବ। ସୂଚନାଯୋଗ୍ୟ, ଏହି ରଥର ଉଚ୍ଚତା ୬୫ ଫୁଟ। ଏହାର ଚକ ସଂଖ୍ୟା ୧୪। ମୋଟ ୧୦୧୩ ଖଣ୍ଡ କାଠରେ ବ୍ରହ୍ମ ତାଳଧ୍ୱଜ ରଥ ନିର୍ମାଣ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖୁସିଖବର ଦେଲେ ସୀମା ହାଇଦର: ବଢୁଛି ଚର୍ଚ୍ଚା

ଲକ୍ଷ୍ନୌ,୮।୧୨: ପାକିସ୍ତାନରୁ ପ୍ରବାସୀ ସୀମା ହାଇଦର ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ସୀମା ହାଇଦର ଏବେ ପୁଣି ଥରେ ଗର୍ଭବତୀ ଏବଂ ଷଷ୍ଠ ଥର ପାଇଁ...

ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ

ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ...

ନେଟ୍‌ ପ୍ରାକ୍ଟିସ ପାଇଁ ବାରବାଟୀ ଯିବେ ଦୁଇ ଦଳ: ଜାଣନ୍ତୁ କେତେବେଳେ…

ଭୁବନେଶ୍ୱର, ୭ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏଥିଲାଗି...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

ଆଇଏସ୍‌ପିଏଲ୍‌ ନିଲାମରେ ଓଡ଼ିଆ ପୁଅ ରାଜେଶ

ଖୋର୍ଦ୍ଧା,୮ା୧୨(ପ୍ରଭାତ ପାଣିଗ୍ରାହୀ):ଏବେ ସବୁଆଡ଼େ କ୍ରିକେଟର କ୍ରେଜ୍‌। ଛୋଟଠୁ ବଡ଼ ସମସ୍ତେ କ୍ରିକେଟ୍‌ ମାନିଆ। ଏଥିରେ କ୍ୟାରିୟର କରିବା ପାଇଁ ଯୁବପିଢ଼ିଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ରହିଛି।...

ଗୋଆ ଅଘଟଣ: ୨୫ ମୃତକଙ୍କ ମିଳିଲା ପରିଚୟ

ପଣଜୀ,୮ା୧୨(ପି.ଟି/ଏଜେନ୍ସି):ଗୋଆ ରାଜଧାନୀ ପଣଜୀରୁ ୨୫ କି.ମି. ଦୂରରେ ‘ବର୍ଚ ବାଇ ରୋମିଓ ଲେନ୍‌’ ନାଇଟ୍‌ କ୍ଲବ୍‌ ଅବସ୍ଥିତ। ବେଆଇନ ଭାବେ ନିର୍ମିତ ଏହି କ୍ଲ୍‌ବ୍‌କୁ ଭାଙ୍ଗିବା...

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri