ବ୍ରହ୍ମ ତାଳଧ୍ୱଜ ରଥକାଠ ଅନୁକୂଳ

କେନ୍ଦ୍ରାପଡ଼ା ଅଫିସ,୨୪ା୪: ଆସନ୍ତା ଜୁନ୍‌ ୨୦ ତାରିଖରେ ରଥଯାତ୍ରା। ଏହାର ପରଦିନ ଅର୍ଥାତ ୨୧ ତାରିଖରେ କେନ୍ଦ୍ରାପଡ଼ା ଜିଲାର ଆରାଧ୍ୟଦେବ ତଥା ତୁଳସୀ କ୍ଷେତ୍ରାଧିପତି ଶ୍ରୀବଳଦେବଜୀଉଙ୍କ ବ୍ରହ୍ମ ତାଳଧ୍ୱଜ ରଥ ମାଉସୀ ମା’ ମନ୍ଦିର ଅଭିମୁଖେ ଯାତ୍ରା କରିବ। ଏହି ରଥଯାତ୍ରା ପାଇଁ ପବିତ୍ର ଅକ୍ଷୟ ତୃତୀୟା ତିଥି ଅବସରରେ କାଠ ଅନୁକୂଳ ରବିବାର ଅନୁଷ୍ଠିତ ହୋଇଯାଇଛି। ରଥକାଠ ଅନୁକୂଳ ପାଇଁ ଅପରାହ୍ନରେ ଶ୍ରୀବଳଦେବଜୀଉ ଦେବୋତ୍ତର ସଂସ୍ଥା ପକ୍ଷରୁ ଚିହ୍ନଟ କରାଯାଇଥିବା ଆମ୍ବ ଗଛକୁ ପୂଜାର୍ଚ୍ଚନା କରାଯାଇଥିଲା। ଏଥିସହ ସେବାୟତଙ୍କ ମାଧ୍ୟମରେ ଏକ ଖଣ୍ଡ ଡାଳ ଛେଦନ କରାଯାଇ ମନ୍ଦିର ପରିସରକୁ ନିଆଯାଇଥିଲା। ସେଠାରେ ବିଧି ମୁତାବକ ମହାରଣାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଶ୍ରୀଜୀଉଙ୍କ ଆଜ୍ଞାମାଳ ପ୍ରଦାନ କରାଯାଇ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ କରାଯାଇଛି। ଏହା ପୂର୍ବରୁ ମନ୍ଦିର ପରିସରରେ ଶ୍ରୀଜୀଉଙ୍କ ରେବତୀଙ୍କ ସହ ବିବାହ ରୀତିନୀତି ଅନୁଷ୍ଠିତ ହୋଇଛି। ଏ ସମ୍ପର୍କରେ ଟ୍ରଷ୍ଟ ବୋର୍ଡର କାର୍ଯ୍ୟନିର୍ବାହୀ ଅଧିକାରୀ ବଳଭଦ୍ର ପତ୍ରୀ ପ୍ରକାଶ କରିଛନ୍ତି ଯେ, ଚଳିତବର୍ଷ ରଥ ନିର୍ମାଣ ପାଇଁ ପ୍ରାୟ ୪୭୦ ଘନଫୁଟ (ସିଏଫ୍‌ଟି) କାଠ ଆବଶ୍ୟକ ଅଛି। ଏଥିପାଇଁ ବଡମ୍ବା ନରସିଂହପୁର ବନ ବିଭାଗ ସହିତ ଯୋଗାଯୋଗ କରାଯାଇଛି। ଆସନ୍ତା ୧୦ ଦିନ ମଧ୍ୟରେ ରଥ ନିର୍ମାଣ ସମ୍ପର୍କରେ ଆଲୋଚନା କରାଯାଇ ରଥ ନିର୍ମାଣ ହେବ। ସୂଚନାଯୋଗ୍ୟ, ଏହି ରଥର ଉଚ୍ଚତା ୬୫ ଫୁଟ। ଏହାର ଚକ ସଂଖ୍ୟା ୧୪। ମୋଟ ୧୦୧୩ ଖଣ୍ଡ କାଠରେ ବ୍ରହ୍ମ ତାଳଧ୍ୱଜ ରଥ ନିର୍ମାଣ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଲାଲ୍‌କିଲ୍ଲାରେ ପ୍ରଥମଥର ‘ବନ୍ଦେ ମାତରମ୍‌’: ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ…

ନୂଆଦିଲ୍ଲୀ,୧୫।୮: ଚଳିତବର୍ଷ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri