ଉଛୁଳୁଛି ବ୍ରାହ୍ମଣୀ: ରାସ୍ତାରେ ୫ ଫୁଟର ପାଣି, ଭୂସ୍ଖଳନ ହେବାରୁ…

ବଣାଇଁ,୨୭ା୭(ପ୍ରଦୀପ ତ୍ରିପାଠୀ): ଲଘୁଚାପ ଜନିତ ଲଗାଣ ବର୍ଷାରେ ବେହାଲ ହୋଇଛି ବଣାଇଁ ଉପଖଣ୍ଡ ଅଞ୍ଚଳ। ପ୍ରବଳ ବର୍ଷାର ପ୍ରଭାବରେ ବ୍ରାହ୍ମଣୀ ଫୁଲିବା କାରଣରୁ ଗୋଟେ ପଟେ ଲହୁଣିପଡ଼ା-ବାରକୋଟ ୧୦ ନମ୍ବର (କ) ରାଜ୍ୟ ରାଜପଥର ସିହିଡିଆଠାରୁ ମସିନ୍ତା ପର୍ଯ୍ୟନ୍ତ ପ୍ରାୟ ୫ କିଲୋମିଟର ରାସ୍ତା ଉପରେ ଚାରି ଫୁଟ ବନ୍ୟାଜଳ ପ୍ରବାହିତ ହେବାରୁ ରାସ୍ତାରେ ଯାତାୟାତ ଠପ୍‌ ହୋଇଯାଇଛ। ସେହିଭଳି ଜାଙ୍ଗଳା-ସିମାଜୋର ରାସ୍ତା ଉପରେ ୫ ଫୁଟ ପାଣି ଥିବାରୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଅନୁରୂପ ଭାବେ ୫୨୦ ନମ୍ବର ଜାତୀୟ ରାଜପଥ ରଜାମୁଣ୍ଡାରୁ କୋଇଡ଼ା ରାସ୍ତାର ତୋଡ଼ା, ଚୁନାଘାଟି ନିକଟରେ ପ୍ରବଳ ଭୂସ୍ଖଳନ ହେଉଛି। ବର୍ଷା ଜଳର ସ୍ରୋତରେ ରାସ୍ତା ଉପରକୁ ବଡ଼ ବଡ଼ ପଥର ସାଙ୍ଗକୁ ପାହାଡ଼ର ମାଟି ଚାଲି ଆସିଥିବା ଦେଖିବାକୁ ମିଳିଛି। ରାସ୍ତା ଉପରେ ବର୍ଷାଜଳର ସ୍ରୋତ ଏତେ ତୀବ୍ର ରହିଛି ଯେ, ପାହାଡ଼ରୁ ପଥର ଭସାଇ ଆଣି ରାସ୍ତା ଉପର ପଡୁଛି। ଜାତୀୟ ରାଜପଥ କର୍ତ୍ତୃପକ୍ଷ ରାସ୍ତାରୁ ମାଟି ପଥରଗୁଡ଼ିକ ରାସ୍ତାକଡ଼ରେ ରଖି ଚଳାଚଳ ସ୍ବାଭାବିକ କରିବା ପାଇଁ ଜେସିବି ଓ ହାଇଓ୍ବା ରହିଛି ମାତ୍ର ବର୍ଷା ଯୋଗୁ ଏବେବି ଭୂସ୍ଖଳନ ଜାରି ରହିଥିବା ବେଳେ ମାଟି ହଟାଇବା ସମ୍ଭବପର ହେଉନାହ। ଏମିତିକି ଗାର୍ଡଓ୍ବାଲ ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ି ବଡ଼ବଡ଼ ଗଛ ଉପୁଡି ପଡ଼ିଥିବା ଦେଖିବାକୁ ମିଳିଛି। ପ୍ରଶାସନିକ ତତ୍ପରତାରେ ଘୋର ବ୍ୟତିକ୍ରମ ଦେଖାଦେବା ଫଳରେ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ଶୈଳଶ୍ରୀ ପ୍ୟାଲେସ୍‌ରେ ନୂଆଁଖାଇ ପାଳିଲେ ରାଜ ପରିବାର

ବଲାଙ୍ଗୀର, ୧୫/୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ଅବସରରେ ମଙ୍ଗଳବାର ବଲାଙ୍ଗୀର ଶୈଳଶ୍ରୀ ପ୍ୟାଲେସ୍‌ରେ ରାଜପରିବାରର ସଦସ୍ୟମାନେ ନୂଆଁଖାଇ ପାଳନ କରିଥିଲେ। ପ୍ୟାଲେସ୍‌ ପରିସରରେ ଥିବା…

୨୧ ସେପ୍ଟେମ୍ବର ପର୍ଯ୍ୟନ୍ତ ୩ ରାଶିଙ୍କ ଗୋଲ୍ଡେନ ସମୟ: ହାତକୁ ଆସିବ ପ୍ରବଳ ଟଙ୍କା, ମିଳିବ ମନପସନ୍ଦ ଚାକିରି!

ଭୁବନେଶ୍ୱର: ବର୍ତ୍ତମାନ ବୁଧ ନିଜ ରାଶି କନ୍ୟାରେ ଅବସ୍ଥାନ କରିବା ସହ ହସ୍ତ ନକ୍ଷତ୍ରରେ ଗୋଚର କରୁଛନ୍ତି। ନିଜ ରାଶିରେ ବୁଧଙ୍କ ଅବସ୍ଥିତି ତାଙ୍କୁ ଅଧିକ ପ୍ରଭାବଶାଳୀ…

ବଲାଙ୍ଗୀରରେ ନୂଆଁଖାଇ ଉତ୍ସାହ: ମା’ ପାଟଣେଶ୍ୱରୀ, ମା’ ସମଲେଶ୍ୱରୀଙ୍କଠାରେ ନବାନ୍ନ ଅର୍ପଣ

ବଲାଙ୍ଗୀର, ୧୫।୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ପାଇଁ ମଙ୍ଗଳବାର ବଲାଙ୍ଗୀର ଜିଲାର ପୁରପଲ୍ଲୀ ଉତ୍ସବମୁଖର ହୋଇଉଠିଛି। ଜିଲାର ବିଭିନ୍ନ ଗାଁ ଓ ସହରରେ ଉତ୍ସାହ…

ଏତିକିରୁ ଅଧିକ ଟ୍ରାଞ୍ଜାକ୍ସନ କଲେ ପଡ଼ିବ ଚାର୍ଜ, ରାହୁଲ ଆଣିଲେ ସାଂଘାତିକ ଅଭିଯୋଗ: ଆମେରିକା ଚାପରେ ସରକାର…

ନୂଆଦିଲ୍ଲୀ,୧୫।୯: ଦେଶର ଡିଜିଟାଲ ପେମେଣ୍ଟ ବ୍ୟବସ୍ଥାର ଅନ୍ୟତମ ପ୍ରମୁଖ ମାଧ୍ୟମ UPIକୁ ନେଇ ଏବେ ରାଜନୈତିକ ବିବାଦ ଚର୍ଚ୍ଚା ଜୋର୍‌ ହୋଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ, ଚେତାବନୀ ଜାରି କଲା…

ନୂଆଦିଲ୍ଲୀ,୧୫।୯: ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ଉତ୍ତର ଭାରତ ମହାସାଗର, ବିଶେଷକରି ବଙ୍ଗୋପସାଗର ଓ ଆରବ ସାଗରରେ ଘୂର୍ଣ୍ଣିିଝଡ଼ କାର୍ଯ୍ୟକଳାପ ବଢ଼ିବାର ସମ୍ଭାବନା ରହେ। ଏହି ସମୟକୁ ଭାରତର…

ସିଂହବାହିନୀଙ୍କ ଆଗମନୀ ପାଇଁ ଦିଗପହଣ୍ଡିରେ ଜୋରଦାର ପ୍ରସ୍ତୁତି

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୧ ନଂ ୱାର୍ଡ଼ ପୁଞ୍ଜିକଂୟା ଛକ ସ୍ଥିତ ମା ‘ ସିଂହବାହିନୀ ଦୂର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ…

ଆଣ୍ଡ୍ରଏଡ୍‌ ୟୁଜର୍ସ ସାବଧାନ! ଫୋନ୍‌ରେ ରହିଛି ଏକାଧିକ ସୁରକ୍ଷା ତ୍ରୁଟି, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୧୫।୯: ଆଣ୍ଡ୍ରଏଡ୍‌ ଫୋନ୍‌ ବ୍ୟବହାର କରୁଥିଲେ ସାବଧାନ । ଭାରତ ସରକାରଙ୍କ କମ୍ପ୍ୟୁଟର ଇମର୍ଜେନ୍ସି ରେସପନ୍ସ ଟିମ୍‌ (CERT-In) ପକ୍ଷରୁ ଆଣ୍ଡ୍ରଏଡ୍‌ ୟୁଜର୍ସଙ୍କ ପାଇଁ ହାଇ-ରିସ୍କ ସୁରକ୍ଷା…

ସମ୍ବଲପୁରରେ ପାଳିତ ହେଲା ନୂଆଁଖାଇ; ମା’ ସମଲେଶ୍ୱରୀଙ୍କ ପୀଠରେ ଲାଗି ହେଲା ନବାନ୍ନ

ସମ୍ବଲପୁର,୧୫।୯(ପ୍ରମୋଦ ବହିଦାର): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପାଇଁ ସାରା ସମ୍ବଲପୁର ଉତ୍ସବମୁଖର ହୋଇଉଠିଛି । ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?