ବ୍ରାହ୍ମଣୀ ଘେରିବନ୍ଧ ରାସ୍ତାରେ ଖାଲ, ଯାତାୟାତରେ ବାଧା

ପଟ୍ଟାମୁଣ୍ଡାଇ,୨୯ା୧(କଳ୍ପତରୁ ନାୟକ): ଜିଲା ପଟ୍ଟାମୁଣ୍ଡାଇ ଜଳସମ୍ପଦ ବିଭାଗ ଅଧୀନରେ ଥିବା ପଟ୍ଟାମୁଣ୍ଡାଇ ବ୍ରାହ୍ମଣୀ ଘେରିବନ୍ଧ ବାଇପାସ୍‌ଠାରୁ ଇନ୍ଦୁପୁର ପର୍ଯ୍ୟନ୍ତ ସାଢେ ୧୭ କିମି ରାସ୍ତା ବିଭାଗୀୟ କର୍ତ୍ତୃପକ୍ଷ ଓ ଠିକାଦାରଙ୍କ ଲେଉଟିଆ କିଆରି ସାଜିଛି। ଦେଢ଼ବର୍ଷ ମଧ୍ୟରେ ଉକ୍ତ ରାସ୍ତାର ନିର୍ମାଣ ଓ ମରାମତି ବାରମ୍ବାର କରାଯାଇ ଏ ବାବଦରେ ଦେଢ଼ କୋଟି ଟଙ୍କା ଖର୍ଚ୍ଚ ହୋଇସାରିଲାଣି। କିନ୍ତୁ ରାସ୍ତା ନିର୍ମାଣ, ମରାମତି ହେବା ପରେ ମଧ୍ୟ ପିଚୁ ଉଠିଯିବା ସହ ଖାଲ ସୃଷ୍ଟି ହୋଇ ଯାତାୟାତରେ ଅନ୍ତରାୟ ହେଉଥିବାରୁ ବୁଦ୍ଧିଜୀବୀ, ସାମାଜିକ କର୍ମୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।
ସାମାଜିକ କର୍ମୀ ଆଲୋକ ଧଳ, ମିଟୁ ଧଳ, ପ୍ରବୀର ନାୟକ, ସୁଶାନ୍ତ ଜେନା ପ୍ରମୁଖ କହିଛନ୍ତି, କେନ୍ଦ୍ରାପଡ଼ା ଜଳସମ୍ପଦ ଡିଭିଜନ ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ବାଇପାସ ପାଖରୁ ଇନ୍ଦୁପୁର ମଧ୍ୟରେ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର କାମ ହୋଇଛି। ମାତ୍ର ବିଭାଗୀୟ ଅଧିକାରୀ ବେଫିକର ମନୋଭାବ ଯୋଗୁ ରାସ୍ତାର ଚାରିଆଡ଼େ ପିଚୁ ଉଠି ଖାଲ ସୃଷ୍ଟି ହୋଇ ଯାତାୟାତରେ ବାଧା ଉପୁଜୁଛି। ପଟ୍ଟାମୁଣ୍ଡାଇ ବ୍ରାହ୍ମଣୀ ଘେରିବନ୍ଧ ମରାମତି କାର୍ଯ୍ୟ ପାଇଁ ଜଳସମ୍ପଦ ବିଭାଗ ପକ୍ଷରୁ ୨୦୨୨ ଡିସେମ୍ବରରେ ପ୍ରଥମ ପର୍ଯ୍ୟାୟରେ ନୀଳକଣ୍ଠପୁର ପାଖରୁ ପଟ୍ଟାମୁଣ୍ଡାଇ ବାଇପାସ୍‌ ପର୍ଯ୍ୟନ୍ତ ୩ କିମି ଲାଗି ୧୯ ଲକ୍ଷ ପରେ ଦୁଇଟି ପର୍ଯ୍ୟାୟରେ ୪୮ ଲକ୍ଷ ୯୪ ହଜାର ଟଙ୍କା ମଞ୍ଜୁର ହୋଇ କାର୍ଯ୍ୟ ହୋଇଥିଲା। ସେହିପରି ୨୦୨୩ ମାର୍ଚ୍ଚରୁ ମେ’ ଭିତରେ ପଟ୍ଟାମୁଣ୍ଡାଇ ବାଇପାସ୍‌ ପାଖରୁ କୈଳାସି ପୋଲ ପଛକୁ ୯ ଶହ ମିଟର କାର୍ଯ୍ୟ ପାଇଁ ୨୬ ଲକ୍ଷ ଓ କୈଳାସି ପୋଲରୁ ନୀଳକଣ୍ଠପୁର ପର୍ଯ୍ୟନ୍ତ ୧୫ ଶହ ମିଟର କାମ ପାଇଁ ୫୫ ଲକ୍ଷ ବ୍ୟୟ ଅଟକଳରେ ଖାଲଖମା ମରାମତି ହୋଇଥିଲା। ମାତ୍ର ନିର୍ମାଣ ସରିବାର ୬ ମାସ ଭିତରେ ରାସ୍ତାରୁ ପିଚୁ ଉଠି ପଡୁଥିବା ବେଳେ ଏବେ ସମ୍ପୂର୍ଣ୍ଣ ରାସ୍ତାରେ ଆଣ୍ଠୁଏ ଲେଖାଏ ଖାଲ ସୃଷ୍ଟି ହୋଇଛି। ଏହାଦ୍ୱାରା ୬ ପଞ୍ଚାୟତର ୨୫ ହଜାର ଲୋକ ହନ୍ତସନ୍ତ ହେଉଛନ୍ତି। ଏହି କାମ ଅତି ନିମ୍ନମାନର କରାଯାଇ ଅର୍ଥ ହରିଲୁଟ କରାଯାଉଛି ବୋଲି ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ବୁଦ୍ଧିଜୀବୀ ପ୍ରମୋଦ ଜେନା କହିଛନ୍ତି, ବ୍ରାହ୍ମଣୀ ଘେରି ବନ୍ଧ ପଟ୍ଟାମୁଣ୍ଡାଇ ବାଇପାସ୍‌ଠାରୁ ଇନ୍ଦୁପୁର ପର୍ଯ୍ୟନ୍ତ ଖାଲଖମାରେ ପରିଣତ ହୋଇ ଯାତାୟାତରେ ବାଧା ସୃଷ୍ଟି ହେଉଥିଲା। ଏହାର ମରାମତି ପାଇଁ ସାଧାରଣରେ ଦାବି ହୋଇ ଆସୁଥିଲା। ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏହି ରାସ୍ତାର ମରାମତି ପାଇଁ ୪ଟି ପର୍ଯ୍ୟାୟରେ ୧ କୋଟି ୪୮ ଲକ୍ଷ ୯୪ ହଜାର ଟଙ୍କା ମଞ୍ଜୁର କରିଥିଲେ। ଏହି କାର୍ଯ୍ୟ କରିବାକୁ ଠିକାଦାରଙ୍କୁ ଟେଣ୍ଡର ମାଧ୍ୟମରେ କାର୍ଯ୍ୟଦେଶ ପ୍ରଦାନ କରାଯାଇଥିଲା। ମାତ୍ର ଠିକାଦାର ନାମକୁମାତ୍ର ନିମ୍ନମାନର କାମ କରି ସାରି ଦେଇଥିଲେ। ଏବେ ରାସ୍ତାରେ ଆଣ୍ଠୁଏ ଲେଖାଏ ଖାଲ ସୃଷ୍ଟି ହୋଇଛି। ୨ବର୍ଷ ଧରି ଏହି ରାସ୍ତା ମରଣଯନ୍ତା ପାଲଟିଥିବା ବେଳେ ପ୍ରତିଦିନ ଛୋଟ ବଡ଼ ଦୁର୍ଘଟଣା ଘଟି ଲୋକେ ଖଣ୍ଡିଆ ଖାବରା ହେଉଛନ୍ତି। ନୀଳକଣ୍ଠପୁର, ହାଟପାଟଣା, ନୂଆପାଟଣା, ଚନ୍ଦନପୁର ସମେତ ପଟ୍ଟାମୁଣ୍ଡାଇ ଧୋୟାଞ୍ଚଳର ୬ଟି ପଞ୍ଚାୟତର ଦୈନିକ ୨୫ହଜାରରୁ ଊର୍ଦ୍ଧ୍ୱ ଲୋକ ନିର୍ଭର କରୁଥିବା ବେଳେ ଏହି ରାସ୍ତାକୁ ଜଳସମ୍ପଦ ବିଭାଗ ଉପରଠାଉରିଆ ଭାବେ ମରାମତି କରିବା ଅଭିଯୋଗ ହେଉଛି। ଏ ସମ୍ପର୍କରେ ସହ ନିର୍ବାହୀ ଯନ୍ତ୍ରୀ ପ୍ରଭାତ ସାହୁଙ୍କୁ ପଚାରିବାରେ ଏହି ରାସ୍ତା ଦେଇ ଦୈନିକ ଶହଶହ ହାଇଓ୍ବା, ଟ୍ରକ୍‌ ଚଳପ୍ରଚଳ କରିବା ଦ୍ୱାରା ରାସ୍ତା ଖରାପ ହୋଇଯାଉଛି। ଜନସାଧାରଣ ଏହି ଘେରିବନ୍ଧ ଦେଇ ଯାଉଥିବା ଭାରିଯାନ ବନ୍ଦ କରାଇଲେ ରାସ୍ତା ଭଲ ରୁହନ୍ତା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri