ଗଞ୍ଜାମ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଦାୟିତ୍ୱ ନେଲେ ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା

ଛତ୍ରପୁର,୭।୭(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହି ନୂତନ ଦାୟିତ୍ୱ ଦେଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସେ କୃତଜ୍ଞତା ଜ୍ଞାପନ କରିଛନ୍ତି। ବିରାଟ ପଟୁଆରରେ ଏମ୍‌ପି, ବିଧାୟକ ଓ ବିଜେଡିକର୍ମୀ ନେତାମାନେ ତାଙ୍କୁ ଆଣି ଜିଲାପରିଷଦ ଭବନରେ ପହଞ୍ଚିଥିଲେ। ସେଠାରେ ଅନୁଷ୍ଠିତ ସଭାରେ ରାଜ୍ୟ ଯୋଜନା ବୋର୍ଡ ସଦସ୍ୟ ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ, ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ବିଧାୟିକା, ବିଧାୟକ, ଜିଲାପରିଷଦ ଅଧ୍ୟକ୍ଷା, ଉପାଧ୍ୟଖ୍ୟା, ବ୍ଲକ ଅଧ୍ୟକ୍ଷ, ଜିଲାପରିଷଦ ସଭ୍ୟାସଭ୍ୟ ପ୍ରମୁଖ ଉପସ୍ଥିତ ଥିଲେ।