ଏହି ଅଣ୍ଡର ଓ୍ବାଟର ସୁଡ଼ଙ୍ଗ ସାହାଯ୍ୟରେ ଚାଇନାକୁ ପାନେ ଦେବ ଭାରତ

ନୂଆଦିଲ୍ଲୀ,୨୭ା୭: ବ୍ରହ୍ମପୁତ୍ର ନଦୀରେ ଆସୁଥିବା ବନ୍ୟା ଚାଇନାର ପ୍ରତ୍ୟେକ ଷଡ଼ଯନ୍ତ୍ରକୁ ଶକ୍ତି ପ୍ରଦାନ କରିଥାଏ ଏବଂ ଆମର ସମସ୍ତ ପ୍ରସ୍ତୁତିକୁ ପଛରେ ପକାଇଥାଏ। ଏଥିପାଇଁ ଅରୁଣାଚଳ ପ୍ରଦେଶକୁ ଫେରାଇ ଆଣିବା ପାଇଁ ଭାରତ ସରକାର ଏକ ନୂଆ ଯୋଜନା ପ୍ରସ୍ତୁତ କରିଛନ୍ତି। ଏମିତି ଏକ ଟନେଲ୍‌ ବା ସୁଡ଼ଙ୍ଗ ବ୍ରହ୍ମପୁତ୍ର ନଦୀ ତଳେ ନିର୍ମାଣ ହେବାକୁ ଯାଉଛି ଯାହା ଚାଇନାକୁ ପାନେ ଦେବ। ଚାଇନାର ସମସ୍ତ ଷଡ଼ଯନ୍ତ୍ରକୁ ଏହା ରୋକିବ। ଖାଲି ଏତିକି ନୁହେଁ ବରଂ ଅରୁଣାଚଳର ଦୂର ସ୍ଥାନକୁ ଆମର ସେନା ମଧ୍ୟ ପ୍ରବେଶ କରିପାରିବେ।


ବ୍ରହ୍ମପୁତ୍ର ନଦୀ ତଳେ ୧୫ କିଲୋମିଟର ଲମ୍ବର ଏହି ସୁଡ଼ଙ୍ଗ ନିର୍ମାଣ ହେବ। ଯେଉଁଥିରେ ସେନାର ସଶସ୍ତ୍ର ଯାନଗୁଡ଼ିକ ମଧ୍ୟ ପ୍ରବେଶ କରିପାରିବ। ଫଳରେ ଚାଇନା ଆଉ ବ୍ରହ୍ମପୁତ୍ର ନଦୀକୁ ଅସ୍ତ୍ର ଭାବରେ ବ୍ୟବହାର କରିପାରିବ ନାହିଁ। ଅରୁଣାଚଳ ପ୍ରଦେଶର ଦୁର୍ଗମ ଅଞ୍ଚଳରେ ଚାଇନାର ଜଳ ଖେଳ ଯୋଜନାରେ ଏହି ଅଣ୍ଡର ୱାଟର ସୁଡ଼ଙ୍ଗ ଚାଇନାର ରଣନୀତିକୁ ବଡ଼ ଝଟ୍‌କା ଦେବ।


ଭାରତ ସରକାର ବ୍ରହ୍ମପୁତ୍ର ନଦୀ ତଳେ ଏହି ରଣନୈତିକ ସୁଡ଼ଙ୍ଗ ନିର୍ମାଣକୁ ଅନୁମୋଦନ କରିଛନ୍ତି। ଯାହା ଆସାମ ଏବଂ ଅରୁଣାଚଳ ପ୍ରଦେଶ ମଧ୍ୟରେ ସମସ୍ତ ପ୍ରକାର ପାଣିପାଗ ସଂଯୋଗ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି ସୁଡ଼ଙ୍ଗ ଚାଇନା ପାଇଁ ମୁଣ୍ଡବିନ୍ଧାର କାରଣ ହେବ।

ଏହି ସୁଡ଼ଙ୍ଗ ଦୁଇଟି ଅଞ୍ଚଳ ଯଥା ଆସାମର ନୁମାଲିଗଡ଼ ସହତ ଗୋହପୁରକୁ ସଂଯୋଗ କରିବ। ଏପରିକି ୨୧୪ କିଲୋମିଟର ଦୂରତା ମାତ୍ର ୧୫ କିଲୋମିଟରକୁ ହ୍ରାସ ପାଇବ। ଯେଉଁଠିକୁ ଯିବା ପାଇଁ ଘଣ୍ଟାଏ ଲାଗୁଥିଲା ତାହା ଏବେ ୧୫ ମିନିଟ୍‌ରେ ଅତିକ୍ରମ କରିହେବ। ଅରୁଣାଚଳ ପ୍ରଦେଶରେ ପହଞ୍ଚିବା ପାଇଁ ଏହା ସେନାଙ୍କ ପାଇଁ ଏକ ବଡ଼ ଆହ୍ବାନ। ଏହି ସୁଡ଼ଙ୍ଗ ଶତୁ୍ରପକ୍ଷର ଲାଇଫ୍‌ଲାଇନ୍‌ କାଟିବା ପାଇଁ ଏକ ବଡ଼ ପ୍ରୟାସ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ଆସନ ୮୧୬କୁ ବଢ଼ିବ: ୧୬ରୁ ୩ ଦିନ ପାଇଁ ପୁଣି ବଜେଟ ଅଧିବେଶନ

ନୂଆଦିଲ୍ଲୀ,୩ା୪(ପି.ଟି.):ପାର୍ଲାମେଣ୍ଟର ବଜେଟ ଅଧିବେଶନ ସ୍ବଳ୍ପକାଳୀନ ଅବକାଶ ପରେ ଏପ୍ରିଲ ୧୬ରୁ ପୁଣି ଚାଲିବ। ବିଶେଷକରି ଲୋକ ସଭାର ଆସନ ସଂଖ୍ୟା ୫୪୩ରୁ ୮୧୬କୁ ବୃଦ୍ଧି କରାଯିବା ସଂକ୍ରାନ୍ତ…

ଏଇ ଭାରତରେ

ଅସହାୟ ପିଲାଙ୍କ ଆଶାବାଡ଼ି ପୋର୍ତ୍ତିଆ ପୁଟାଟୁଣ୍ଡା। ସେ ତାଙ୍କ ପିତାଙ୍କ ସ୍ମୃତିରେ ଏକ ଆବାସିକ ସ୍କୁଲ ଖୋଲି ମାଗଣାରେ ପିଲାମାନଙ୍କୁ ପଢାଉଛନ୍ତି। ସେମାନଙ୍କୁ ଖାଦ୍ୟ, ଚିକିତ୍ସା, ପୋଷାକ…

ଅଦୃଶ୍ୟ ଈଶ୍ୱରଙ୍କ ଦୃଶ୍ୟ ପ୍ରତିମା

ଭୁ ଯିଶୁଖ୍ରୀଷ୍ଟ ଦୁଇ ହଜାରରୁ ଅଧିକ ବର୍ଷ ତଳେ, ରୋମୀୟ ସାମ୍ରାଜ୍ୟ ସମୟରେ, ନିଜର ପରିଚୟ ଓ ବ୍ୟକ୍ତିତ୍ୱକୁ ଖୋଲାଖୋଲି ଭାବେ ପ୍ରକାଶ କରିଥିଲେ। ତାଙ୍କ ବିରୋଧରେ…

ଯୁଦ୍ଧ ମଧ୍ୟରେ ଆମେରିକାରେ ବଡ଼ ଆକ୍ସନ: ସେନାମୁଖ୍ୟ ବିଦା

ଓ୍ବାଶିଂଟନ୍‌,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆମେରିକାରେ ଏକ ବଡ଼ ସାମରିକ ଅଦଳବଦଳ ହୋଇଛି। ପ୍ରତିରକ୍ଷା ସଚିବ ପିଟ ହେଗସେଥ ଆମେରିକୀୟ ସେନାର ମୁଖ୍ୟ ଜେନେରାଲ ରେଣ୍ଡି…

ଜନଜାତୀୟ ଖେଳ ପ୍ରତିଭା: ଆମ ଜାତୀୟ ଗୌରବ

ମୁଁ  ଦେଖିଛି ଯେ ଆମ ଦେଶର ଗ୍ରାମାଞ୍ଚଳ ଓ ବନାଞ୍ଚଳରେ ପିଲାମାନେ ସେମାନଙ୍କ ଦୈନନ୍ଦିନ ଜୀବନର ଅଧିକାଂଶ ସମୟ ପ୍ରକୃତି କୋଳରେ ଅତିବାହିତ କରିଥା’ନ୍ତି। ସେମାନେ ପ୍ରାକୃତିକ…

ଆଣବିକ ପ୍ରତିରୋଧ ଓ ମହାଶକ୍ତି

ଆଣବିକ ଅସ୍ତ୍ରଶସ୍ତ୍ର ଯୋଗୁ ମହାଶକ୍ତିଙ୍କ ମଧ୍ୟରେ ଯୁଦ୍ଧର ବିଜୟ ଅସମ୍ଭବ ହୋଇଯାଇଛି। ଅର୍ଥାତ୍‌ ମହାଶକ୍ତିଙ୍କ ନିକଟରେ ଏତେ ଅଣୁ ଅସ୍ତ୍ରଶସ୍ତ୍ର ରହିଛି ଯେ, ଯଦି ସେମାନଙ୍କ ମଧ୍ୟରେ…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri