ବିପଦ ବଢ଼ାଉଛି ବ୍ରାହ୍ମଣୀ

ଢେଙ୍କାନାଳ ଅଫିସ, ୧୫।୮:ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇଛି। ଏହାର ପ୍ରବାହରେ ୩ ଦିନ ହେଲା ଜାରି ରହିଥିବା ଲଗାଣ ବର୍ଷାରେ ଫୁଲି ଉଠିଛି ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀ ବ୍ରାହ୍ମଣୀ। ଫଳରେ ଢେଙ୍କାନାଳ ଜିଲାର ନଦୀକୂଳିଆ ଓ ତଳିଆ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ପଛକୁ ପଛ ଆଉ ଦୁଇଟି ଲଘୁଚାପ ଆସୁଥିବାବେଳେ ସ୍ଥିତି ସଙ୍ଗୀନ ହେବା ଆଶଙ୍କାକୁ ଏଡ଼ାଇ ଦିଆଯାଇପାରୁନାହିଁ। ବ୍ରାହ୍ମଣୀ ଫୁଲୁଥିବାରୁ ସଦର, ଓଡ଼ାପଡ଼ା, ଗଁଦିଆ, ପରଜଙ୍ଗ, କାମାକ୍ଷାନଗର, ଭୁବନ ବ୍ଲକର ନଦୀକୂଳିଆ ଗ୍ରାମରେ ବନ୍ୟାଜଳ ପ୍ରବେଶ ଆଶଙ୍କା ରହିଛି।
ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ବ୍ରାହ୍ମଣୀ ନଦୀର ଜଳପତ୍ତନ କ୍ରମାଗତ ବୃଦ୍ଧି ପାଇବାରେ ଲାଗିଛି। ବିଭିନ୍ନ ସ୍ଥାନରେ ନଈ ଉଛୁଳିଛି। ଓଡ଼ାପଡ଼ା ବ୍ଲକର ଖୁଣ୍ଟଝରୀ ପଞ୍ଚାୟତ ବିଦାବନ୍ଧ, ଗୁଣ୍ଡିଚାପଡା ପଞ୍ଚାୟତ ବେଶାଳିଆ ଗ୍ରାମ ରାସ୍ତାର କଲଭର୍ଟ ଉପରେ ବଡଯୋରା ନାଳ ଉଛୁଳି ୩ଫୁଟ ଉଚ୍ଚତାର ବନ୍ୟା ପାଣି ଚାଲୁଛି। ଉଭୟ ଗ୍ରାମ ସହ ଢେଙ୍କାନାଳ ସହରକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ଖୁଣ୍ଟଝରୀ, ବଳଭଦ୍ରପୁର, କୋରେଇଗାଡିଆ, ବେଶାଳିଆ ଗ୍ରାମବାସୀଙ୍କ ସମସ୍ୟା ବଢ଼ିଛି। ଜରୁରିକାଳୀନ ସେବା ସାଙ୍ଗକୁ ଯାତାୟାତ ଠପ୍‌ ହୋଇଯାଇଛି। ଜିଲା ଚିକିତ୍ସାଳୟକୁ ଆମ୍ବୁଲାନ୍ସ ଆସିବାରେ ସମସ୍ୟା ଉପୁଜିଛି। ଜିଲା ପ୍ରଶାସନ ସମ୍ଭାବ୍ୟ ବନ୍ୟା ପ୍ରଭାବିତ ଅଞ୍ଚଳବାସୀଙ୍କୁ ଯୁଦ୍ଧକାଳୀନ ଭିତ୍ତିରେ ଥଇଥାନ କରିବାକୁ ବିଦାବନ୍ଧ ଗ୍ରାମର ଅଜୟ କୁମାର ନାୟକ, ଲିଟନ ସାହୁ, ଜିତେନ୍ଦ୍ର ରାଉତ ପ୍ରମୁଖ ଦାବି କରିଛନ୍ତି ା
ଏ ସଂକ୍ରାନ୍ତରେ ଜିଲା ଜରୁରୀ ଓ ଆପାତକାଳୀନ ଅଧିକାରୀ ସ୍ନିଗ୍ଧାଛାୟା ମହାପାତ୍ର କୁହନ୍ତି, ପରିସ୍ଥିତି ଉପରେ ନଜର ରଖାଯାଇଛି। ସମସ୍ତ ସ୍ଥିତିର ମୁକାବିଲା ପାଇଁ ପ୍ରଶାସନ ସଜାଗ ରହିଛି। ବର୍ଷା ଯୋଗୁ ଓଡାପଡ଼ା ବ୍ଲକର ଜଣେ ବ୍ୟକ୍ତିଙ୍କ ଘର ଆଂଶିକ ଭାଙ୍ଗିଛି। ତାଙ୍କୁୁ ସହାୟତା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉଦ୍ଧାର ହାତୀ ଛୁଆ ନନ୍ଦନକାନନ ସ୍ଥାନାନ୍ତର

କେନ୍ଦୁଝର,୧୪।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରୁ ରବିବାର ସକାଳେ ଏକ ହାତୀ ଛୁଆ ଉଦ୍ଧାର ହୋଇଛି। ପିସିସିଏଫ (ବନ୍ୟପ୍ରାଣୀ)ଙ୍କ ନିର୍ଦ୍ଦେଶ ଅନୁଯାୟୀ, ଉକ୍ତ ଛୁଆକୁ ବନ ବିଭାଗ...

ବଡାଖାନା କାର୍ଯ୍ୟକ୍ରମ: ସଫେଇ କର୍ମଚାରୀଙ୍କୁ ଖାଦ୍ୟ ପରଷିଲେ ଅଧ୍ୟକ୍ଷ

କେସିଙ୍ଗା,୧୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏଏନସି ପରିସରରେ ବଡାଖାନା କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷ ନୃପରାଜ ଯାଦବ ସଭାପତିତ୍ୱ ଭାବେ ଯୋଗଦେଇ...

ବରଗଡ଼ ବିଧାୟକଙ୍କ ମହାନତା: ନବୀନଙ୍କ ପରେ ବର୍ଦ୍ଧିତ ଦରମାକୁ ଜନସେବାରେ ଲଗାଇବେ

ବରଗଡ଼,୧୪।୧୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ଏବେ ସବୁଆଡେ ଚର୍ଚ୍ଚାର ବିଷୟ ହୋଇଛି। ରାଜ୍ୟରେ ପ୍ରଥମଥର ପାଇଁ ଭାଜପା ଶାସନକୁ ଆସିଛି। ତେଵେ...

ସହରର ବିକାଶ ପାଇଁ ଅଣ୍ଟା ଭିଡ଼ିଲେ ନିର୍ବାହୀ ଅଧିକାରୀ, ଜବରଦଖଲକାରୀଙ୍କ ମଧ୍ୟରେ ଛନକା

ପୁରୁଷୋତ୍ତମପୁର,୧୪ା୧୨(ସବିତା ମିଶ୍ର): ଅବହେଳିତ ଭାବରେ ପଡ଼ିରହିଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିର ବିକାଶ ଲାଗି ଅଣ୍ଟାଭିଡ଼ିଛନ୍ତି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ। ସହର ମଧ୍ୟରେ ଓ...

ଜି.ଉଦୟଗିରିରେ ତୁଷାରପାତ ସହ ପ୍ରବଳ ଶୀତ

ଜି.ଉଦୟଗିରି,୧୪।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ରଜ୍ୟର ସବୁଠାରୁ ଥଣ୍ଡା ସହର କନ୍ଧମାଳ ଜିଲା ଜି.ଉଦୟଗିରି। ଉକ୍ତ ଅଞ୍ଚଳରେ ହାଡ଼ଭଙ୍ଗା ଶୀତ ଲାଗି ଅସ୍ତବ୍ୟସ୍ତ ଅଞ୍ଚଳବାସୀ। ତୁଷାରପାତ...

ଶ୍ରୀମନ୍ଦିରକୁ ସୁରକ୍ଷା ଦେଉଥିବା ମେଘନାଦ ପାଚେରି ଅସୁରକ୍ଷିତ: ଗଳୁଛି ପାଣି

ପୁରୀ ୧୪।୧୨( ଅଜିତ୍‌ କୁମାର ମହାନ୍ତି ): ଶ୍ରୀମନ୍ଦିର ମେଘନାଦ ପ୍ରାଚୀର ବିପଦରେ ଥିବା ଦେଖିବାକୁ ମିଳିଛି । ମେଘନାଦ ପାଚେରି ଯୋଡେଇ ଫାଟ ହୋଇ...

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

ଜଙ୍ଗଲରେ ହଜିବାରେ ଲାଗିଛି  ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri