ବିପଦ ବଢ଼ାଉଛି ବ୍ରାହ୍ମଣୀ

ଢେଙ୍କାନାଳ ଅଫିସ, ୧୫।୮:ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇଛି। ଏହାର ପ୍ରବାହରେ ୩ ଦିନ ହେଲା ଜାରି ରହିଥିବା ଲଗାଣ ବର୍ଷାରେ ଫୁଲି ଉଠିଛି ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀ ବ୍ରାହ୍ମଣୀ। ଫଳରେ ଢେଙ୍କାନାଳ ଜିଲାର ନଦୀକୂଳିଆ ଓ ତଳିଆ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ପଛକୁ ପଛ ଆଉ ଦୁଇଟି ଲଘୁଚାପ ଆସୁଥିବାବେଳେ ସ୍ଥିତି ସଙ୍ଗୀନ ହେବା ଆଶଙ୍କାକୁ ଏଡ଼ାଇ ଦିଆଯାଇପାରୁନାହିଁ। ବ୍ରାହ୍ମଣୀ ଫୁଲୁଥିବାରୁ ସଦର, ଓଡ଼ାପଡ଼ା, ଗଁଦିଆ, ପରଜଙ୍ଗ, କାମାକ୍ଷାନଗର, ଭୁବନ ବ୍ଲକର ନଦୀକୂଳିଆ ଗ୍ରାମରେ ବନ୍ୟାଜଳ ପ୍ରବେଶ ଆଶଙ୍କା ରହିଛି।
ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ବ୍ରାହ୍ମଣୀ ନଦୀର ଜଳପତ୍ତନ କ୍ରମାଗତ ବୃଦ୍ଧି ପାଇବାରେ ଲାଗିଛି। ବିଭିନ୍ନ ସ୍ଥାନରେ ନଈ ଉଛୁଳିଛି। ଓଡ଼ାପଡ଼ା ବ୍ଲକର ଖୁଣ୍ଟଝରୀ ପଞ୍ଚାୟତ ବିଦାବନ୍ଧ, ଗୁଣ୍ଡିଚାପଡା ପଞ୍ଚାୟତ ବେଶାଳିଆ ଗ୍ରାମ ରାସ୍ତାର କଲଭର୍ଟ ଉପରେ ବଡଯୋରା ନାଳ ଉଛୁଳି ୩ଫୁଟ ଉଚ୍ଚତାର ବନ୍ୟା ପାଣି ଚାଲୁଛି। ଉଭୟ ଗ୍ରାମ ସହ ଢେଙ୍କାନାଳ ସହରକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ଖୁଣ୍ଟଝରୀ, ବଳଭଦ୍ରପୁର, କୋରେଇଗାଡିଆ, ବେଶାଳିଆ ଗ୍ରାମବାସୀଙ୍କ ସମସ୍ୟା ବଢ଼ିଛି। ଜରୁରିକାଳୀନ ସେବା ସାଙ୍ଗକୁ ଯାତାୟାତ ଠପ୍‌ ହୋଇଯାଇଛି। ଜିଲା ଚିକିତ୍ସାଳୟକୁ ଆମ୍ବୁଲାନ୍ସ ଆସିବାରେ ସମସ୍ୟା ଉପୁଜିଛି। ଜିଲା ପ୍ରଶାସନ ସମ୍ଭାବ୍ୟ ବନ୍ୟା ପ୍ରଭାବିତ ଅଞ୍ଚଳବାସୀଙ୍କୁ ଯୁଦ୍ଧକାଳୀନ ଭିତ୍ତିରେ ଥଇଥାନ କରିବାକୁ ବିଦାବନ୍ଧ ଗ୍ରାମର ଅଜୟ କୁମାର ନାୟକ, ଲିଟନ ସାହୁ, ଜିତେନ୍ଦ୍ର ରାଉତ ପ୍ରମୁଖ ଦାବି କରିଛନ୍ତି ା
ଏ ସଂକ୍ରାନ୍ତରେ ଜିଲା ଜରୁରୀ ଓ ଆପାତକାଳୀନ ଅଧିକାରୀ ସ୍ନିଗ୍ଧାଛାୟା ମହାପାତ୍ର କୁହନ୍ତି, ପରିସ୍ଥିତି ଉପରେ ନଜର ରଖାଯାଇଛି। ସମସ୍ତ ସ୍ଥିତିର ମୁକାବିଲା ପାଇଁ ପ୍ରଶାସନ ସଜାଗ ରହିଛି। ବର୍ଷା ଯୋଗୁ ଓଡାପଡ଼ା ବ୍ଲକର ଜଣେ ବ୍ୟକ୍ତିଙ୍କ ଘର ଆଂଶିକ ଭାଙ୍ଗିଛି। ତାଙ୍କୁୁ ସହାୟତା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ; ଘରଭଡା ଦେଲେ ପୋଲିସକୁ ତଥ୍ୟ ଦେବେ ମାଲିକ, ବାହାର ରାଜ୍ୟର ଲୋକ ଥାନାରୁ…

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ମାସ ମଧ୍ୟରେ ୫ରୁ ଅଧିକ ଲୁଟ୍ ହୋଇଛି । ଏହି ଘଟଣାରେ କନ୍ଧମାଳ ଏସପି ବଡ଼…

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri