Posted inଜାତୀୟ

‘ବ୍ରାହ୍ମଣ’ର ଅର୍ଥ ବୁଝାଇଲେ ମନ୍ତ୍ରୀ

ଲକ୍ଷ୍ନୌ,୭ ।୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ତାରିଖ ପାଖେଇ ଆସିଲାଣି । ଇତିମଧ୍ୟରେ ଉପ ମୁଖ୍ୟମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟି(ଭାଜପା)ର ବରିଷ୍ଠ ନେତା ଦିନେଶ ଶର୍ମା ‘ବ୍ରାହ୍ମଣ’ର ଅର୍ଥ ବୁଝାଇ ଆସିଛନ୍ତି ଚର୍ଚ୍ଚାକୁ । ସେ କହିଛନ୍ତି ବ୍ରାହ୍ମଣ ଏକ ଜାତି ନୁହେଁ ବରଂ ଜୀବନ ଜିଇଁବାର ଏକ ମାଧ୍ୟମ । ଗୌତମ ବୁଦ୍ଧ ନଗର ଜିଲାର ଜେବରରେ ଏକ ଜନସଭାକୁ ସମ୍ବୋଧନ ଦେବା ଅବସରରେ ସେ ‘ଜାତିବାଦ’କୁ ନେଇ ବିରୋଧୀଙ୍କର ଆଲୋଚନା କରିଛନ୍ତି । ତେବେ ସେ ଭେଦଭାବ ବିନା ସମସ୍ତଙ୍କ ପାଇଁ କାମ କରିବାକୁ ପ୍ରସ୍ତୁତ ବୋଲି କହିଛନ୍ତି ।
ସୂଚନାଯୋଗ୍ୟ, ଜେବରର ଭାଜପା ପ୍ରାର୍ଥୀ ଧିରେନ୍ଦ୍ର ସିଂଙ୍କ ପାଇଁ ସେ ପ୍ରଚାର କରୁଥିବା ବେଳେ କହିଥିଲେ ବିଧାନସଭା ନିର୍ବାଚନ ପାଇଁ ସେ ସାରା ରାଜ୍ୟ ଯାତ୍ରା କରୁଛନ୍ତି । ସବୁଠି ତାଙ୍କୁ ବ୍ରାହ୍ମଣବାଦକୁ ନେଇ ତାଙ୍କର ବିଚାର ଓ ଜାତିବାଦକୁ ନେଇ ଦଳର ଚିନ୍ତାଧାରା ସମ୍ପର୍କରେ ପ୍ରଶ୍ନ କରାଯାଉଛି । ହେଲେ ମୁଁ କହୁଛି ଭାଜପା ‘ସବକା ସାଥ ସବକା ବିକାଶ’ ଚାହେଁ । ସମସ୍ତ ଜାତିର ନିଜ ନିଜର ଭିନ୍ନ ମହତ୍ୱ ରହିଛି ସେଥିପାଇଁ ଆମ ନିକଟରେ ସମସ୍ତଙ୍କର ସମର୍ଥନ ରହିଛି । ତେବେ ମୁଁ ଜଣେ ବ୍ରାହ୍ମଣ ଭାବେ ନିଜକୁ ଗର୍ବ କରେ ।


Enter your email to get our daily news in your inbox.

All Right Reserved By Dharitri.Com

ୟୁପିରେ ବନ୍ୟା: ପ୍ରଭାବିତ ଅଞ୍ଚଳ ବୁଲିଲେ ଯୋଗୀ, ରିଲିଫ କିଟ୍‌ କଲେ ବଣ୍ଟନ

ଲକ୍ଷ୍ନୌ,୨୯।୮: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶର ବନ୍ୟା ପରିସ୍ଥିତିକୁ ଗମ୍ଭୀରତାର ସହ ନେଉଛନ୍ତି। ଚିତ୍ରକୂଟ, ଜାଲୌନ, ହମିରପୁର ଏବଂ ଆଉରିଆରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୋଗୀ…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ: ବିଜୟୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର

କର୍ଲାମୁଣ୍ଡା, ୨୯।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାସ୍ଥିତ ରାଧାମାଧବ ଯୁବକ ସଂଘ ପକ୍ଷରୁ ଶନିବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି।…

ରାଜସ୍ବ ଆଦାୟରେ ଆଗୁଆ, ସୁରକ୍ଷା ଦିଗରେ ପଛୁଆ: ଆରଟିଓଙ୍କ ପାଖରେ ସୂଚନା ମିଳୁନି, କିରାଣି ସର୍ବେସବା, ବୈଠକରେ ସୀମିତ

ଭବାନୀପାଟଣା,୨୯।୮(ଉତ୍ତମ କୁମାର ଦାଶ): ଜିଲା ସ୍ତରରେ ସଡ଼କ ଦୁର୍ଘଟଣା ରୋକିବା ଏବଂ ଯାତାୟତ ବ୍ୟବସ୍ଥାର ସୁଧାର ପାଇଁ ଜିଲା ସ୍ତରରେ ଏକ ସଡ଼କ ସୁରକ୍ଷା ସମିତି କମିଟି…

ଗାଧୋଇବା ବେଳେ ନଦୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

ପଟ୍ଟାମୁଣ୍ଡାଇ, ୨୯/୮ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ତନୂପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବ୍ରାହ୍ମଣୀ ନଦୀର ଶାଖା ନାଳରେ ଗାଧୋଇବା ସମୟରେ…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

ବହୁ ଚର୍ଚ୍ଚିତ ସୁଧୀର ପାତ୍ର ଅପହରଣ, ହତ୍ୟା ମାମଲା: ଅଭିଯୁକ୍ତ ତୁଷାରଙ୍କ ଜାମିନ ଖାରଜ

ବ୍ରହ୍ମପୁର,୨୯୮(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ସତ୍ୟ ନାରାୟଣପୁର ମୁଖ୍ୟ ରାସ୍ତାରେ ପ୍ଲଟ ବ୍ୟବସାୟୀ ସୁଧୀର କୁମାର୍‌ ପାତ୍ରଙ୍କୁ ଗତ ଏପ୍ରିଲ ୧୫…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri