ବିଶ୍ୱରେ ପ୍ରଥମ: ସୁଖୋଇ ୩୦ ଏମ୍‌କେରୁ ସଫଳ ବ୍ରାହ୍ମୋସ୍‌ ସୁପରସୋନିକ ମିଶାଇଲ ପରୀକ୍ଷା

ନୂଆଦିଲ୍ଲୀ,୮।୧୨: ଓଡ଼ିଶାର ବାଲେଶ୍ୱରସ୍ଥିତ ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷଣ ଘାଟିରୁ ବୁଧବାର ସଫଳତାର ସହ ବ୍ରାହ୍ମୋସ୍‌ ସୁପରସୋନିକ୍‌ କ୍ରୁଜ ମିଶାଇଲର ପରୀକ୍ଷା କରାଯାଇଛି। ଏହାକୁ ସୁପରସୋନିକ ଫାଇଟର ଜେଟ ସୁଖୋଇ ୩୦ ଏମ୍‌କେ-ଆଇ ଏୟାରକ୍ରାଫ୍ଟରୁ ପରୀକ୍ଷା କରାଯାଇଥିଲା। ବିଶ୍ୱରେ ପ୍ରଥମ ଥର ପାଇଁ ସୁପରସୋନିକ ଏୟାରକ୍ରାଫରୁ ବ୍ରାହ୍ମୋସ ଭଳି ଓଜନିଆ ମିଶାଇଲ ପରୀକ୍ଷା କରାଯାଇଛି।

ଚାନ୍ଦିପୁରର ଇଣ୍ଟେଗ୍ରେଟେଡ୍‌ ଟେଷ୍ଟ ରେଞ୍ଜରେ ସକାଳ ୧୦ଟା ୩୦ରେ ବ୍ରାହ୍ମୋସ କ୍ଷେପଣାସ୍ତ୍ରର ପରୀକ୍ଷା କରାଯାଇଥିଲା। ପରୀକ୍ଷା ବେଳେ କ୍ଷେପଣାସ୍ତ୍ରର ଷ୍ଟ୍ରକଚରାଲ ଇଣ୍ଟେଗ୍ରିଟି ଓ ପରଫରମାନ୍ସ ଯାଞ୍ଚ କରାଯାଇଥିଲା ବୋଲି ଅଧିକାରୀମାନେ କହିଛନ୍ତି।

ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ (ଡିଆରଡିଓ) ଏବଂ ଭାରତୀୟ ବାୟୁ ସେନା ସହ ଏହି ସଫଳ ପରୀକ୍ଷା ସହ ଜଡ଼ିତ ଇଣ୍ଡଷ୍ଟ୍ରିର ପ୍ରଶଂସା କରିଛନ୍ତି। ବ୍ରାହ୍ମୋସ ମିଶାଇଲକୁ ଭାରତ (ଡିଆରଡିଓ) ଓ ରୁଷିଆ (ଏମ୍‌ପିଓଏମ୍‌)ର ମିଳିତ ଉଦ୍ୟମରେ ବିକଶିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri