Posted inଜାତୀୟ

୩ବର୍ଷରେ ୧୦୦ରୁ ଊର୍ଦ୍ଧ୍ୱ ବ୍ରହ୍ମୋସ୍‌ ମିଶାଇଲ୍‌ ତିଆରି ଲକ୍ଷ୍ୟ

ଲକ୍ଷ୍ନୌ,୧୯।୮: ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ବିଶ୍ୱର ସବୁଠୁ ଶକ୍ତିଶାଳୀ ତଥା ଦ୍ରୁତତମ ସୁପରସୋନିକ ବ୍ରହ୍ମୋସ୍‌ କ୍ରୁଜ୍‌ ମିଶାଇଲ୍‌ ପ୍ଲାଣ୍ଟ ନିର୍ମାଣ କରିବାକୁ ସ୍ଥିର କରାଯାଉଛି। ଏନେଇ ଡିଆରଡିଓ ଏବଂ ରୁଷିଆ କମ୍ପାନୀ ଏନ୍‌ପିଓଏମ୍‌ ମଧ୍ୟରେ ଏମ୍‌ଓୟୁ ଚୁକ୍ତି ସ୍ବାକ୍ଷରିତ ହୋଇଛି। ଏଥିପାଇଁ ଲକ୍ଷ୍ନୌ ସ୍ଥିତ ଏକ ୮୦ଏକର ଜମି ମଧ୍ୟ ଚିହ୍ନଟ କରାଯାଇଥିବା ଜଣାପଡ଼ିଛି। ଏହାଦ୍ୱାରା ଦେଶର ସୁରକ୍ଷା ବ୍ୟବସ୍ଥା ତଥା ପ୍ରତିରକ୍ଷା ଉପକରଣ ଉତ୍ପାଦନରେ ଉତ୍ତରପ୍ରଦେଶ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଦେଶର ଦ୍ୱିତୀୟ ପ୍ରତିରକ୍ଷା କରିଡରରେ ଅତ୍ୟାଧୁନିକ ବ୍ରହ୍ମୋସ ମିାଇଲ୍‌ (ବ୍ରାହ୍ମୋସ ଏନ୍‌ଜି) ଆସନ୍ତା ୩ବର୍ଷ ମଧ୍ୟରେ ଅର୍ଥାତ୍‌ ୨୦୨୫ ସୁଦ୍ଧା ଉତ୍ପାଦନ ଆରମ୍ଭ କରିବ। ପ୍ରାରମ୍ଭରେ ୧୦୦ରୁ ଅଧିକ ମିଶାଇଲ୍‌ ଉତ୍ପାଦନ କରିବାର ଲକ୍ଷ୍ୟ ରଖାଯାଇଛି। ତେବେ ୫ରୁ ୭ବର୍ଷ ମଧ୍ୟରେ ୯୦୦ କୋଟି ଟଙ୍କା ମୂଲ୍ୟର କ୍ଷେପଣାସ୍ତ୍ର ଉତ୍ପାଦନ କରିବାର ଲକ୍ଷ୍ୟ ରଖାଯାଇଛି ବୋଲି ଯୋଗୀ ଆଦିତ୍ୟନାଥ କହିଛନ୍ତି। ଏହି ସଂସ୍ଥା ଆରମ୍ଭରୁ ୩୦୦ କୋଟି ଟଙ୍କା ବିନିଯୋଗ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri