ରାମ ନାମ ଲେଖି ଚର୍ଚ୍ଚାରେ ବ୍ରଜ କିଶୋରୀ

ଜୟପୁର,୨୧।୧(ପବନ ପାଣିଗ୍ରାହୀ)ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ମନ୍ଦିର ପ୍ରତିଷ୍ଠା ନେଇ ସାରା ଦେଶ ଏବେ ଉତ୍ସବମୁଖର ହୋଇଉଠିଛି। ମନ୍ଦିର ପ୍ରତିଷ୍ଠା ପାଇଁ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଦେଶର ବିଭିନ୍ନ ରାଜ୍ୟରେ ଲୋକଙ୍କ ମଧ୍ୟରେ ଆଗ୍ରହ ଦେଖିବାକୁ ମିଳିଛି।
କୋରାପୁଟ ଜିଲା ଜୟପୁରରେ ମଧ୍ୟ ଜଣେ ମହିଳା ଲକ୍ଷାଧିକ ସଂକ୍ୟାରେ ରାମ ନାମ ଲେଖି ଏବେ ଚର୍ଚ୍ଚାକୁ ଆସିଛନ୍ତି। ସେ ହେଲେ ସହରର ପୋଷ୍ଟଲ୍‌ ଗଳିରେ ରହୁଥିବା ବ୍ରଜ କିଶୋରୀ ସାହୁ। ବୟସ ୭୨ ଟପିଥିଲେ ମଧ୍ୟ ସେ ସର୍ବଦା ରହିଛନ୍ତି ଚଳଚଞ୍ଚଳ। ପ୍ରଭୁ ଶ୍ରୀରାମଙ୍କ ନାମ ଲେଖି ସେ ପାଉଛନ୍ତି ଆତ୍ମସନ୍ତୋଷ। ଅଯୋଧ୍ୟାରେ ଶ୍ରୀରାମଙ୍କ ମନ୍ଦିର ସମ୍ପୂର୍ଣ୍ଣ ହେଲେ ସେ ଲେଖିଥିବା ଶ୍ରୀରାମ ନାମ ପୁସ୍ତକକୁ ଅଯୋଧ୍ୟା ରାମ ମନ୍ଦିରରେ ପ୍ରଦାନ କରିବେ ବୋଲି ଆଶା ରଖିଛନ୍ତି ବ୍ରଜକିଶୋରୀ। ଦୀର୍ଘ ୨୦ବର୍ଷ ହେଲାଣି ଏପରି ରାମ ନାମ ଲେଖିବା ଜାରି ରଖିଛନ୍ତି। ପୂର୍ବରୁ ୨୫ଲକ୍ଷ ଶ୍ରୀରାମ ନାମ ୫୫ଟି ଖାତାରେ ଲେଖି ୨୦୨୦ରେ ଆନ୍ଧ୍ରପ୍ରଦେଶ ଭଦ୍ରାଚଲମ୍‌ରେ ଥିବା ଶ୍ରୀରାମଙ୍କ ମନ୍ଦିରରେ ପ୍ରଦାନ କରିଛନ୍ତି ସେ। ପ୍ରତିଦିନ ନିଜ ଦୈନନ୍ଦିନ କାର୍ଯ୍ୟ ସାରି ସକାଳ ୯ରୁ ଦିନ ଗୋଟାଏ ଯାଏ ଏପରି ଶ୍ରୀରାମ ନାମ ଲେଖନ୍ତି ବୋଲି ବୋଲି କହନ୍ତି ସେ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ଦକ୍ଷିଣ ଓଡ଼ିଶା ଜୋନ-ଏ କ୍ରିକେଟ ଟୁର୍ନାମେଣ୍ଟ: ପୋଡ଼ାମାରିକୁ ହରାଇ ପାଟପୁର ଚାମ୍ପିୟନ

ଦିଗପହଣ୍ଡି,୧୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁରସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଚାଲିଥିବା ଦକ୍ଷିଣ ଓଡ଼ିଶା ଜୋନ-ଏ ଆନ୍ତଃ…

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?