ରାତି ପାହିଲେ ଭୋଟ୍‌

ଝାରସୁଗୁଡା ଅଫିସ,୩୦।୫: ରାତି ପାହିଲେ ବ୍ରଜରାଜନଗର ଉପନିର୍ବାଚନ। ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବାକୁ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏଥର ବୁଥ୍‌କୁ କେନ୍ଦ୍ରୀୟ ସୁରକ୍ଷା ବାହିନୀ ଜଗିବେ ବୋଲି ସୂଚନା ମିଳିଛି ।
ମଙ୍ଗଳବାର ସକାଳ ୭ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ। ପୋଲିଂ ବୁଥ୍‌ରେ ନିର୍ବାଚନ ପରିଚାଳନା ପାଇଁ ଇଭିଏମ ଓ ଭିଭିପାଟ ପହଞ୍ଚି ସାରିଲାଣି। ନିର୍ବାଚନମଣ୍ଡଳୀରେ ୨୭୯ ବୁଥ୍‌ରେ ୨ ଲକ୍ଷ ୧୪ ହଜାର ୮୭୮ ଭୋଟର ସେମାନଙ୍କ ମତଦାନ ସାବ୍ୟସ୍ତ କରିବେ। ବୟସ୍କ ଓ ଦିବ୍ୟାଙ୍ଗ ଭୋଟରଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଏଥିରେ ୫ଟି ପିଙ୍କ ବୁଥ୍‌ ରହିଛି। ୫୨୫ ଜଣ ଭୋଟର ଘରୁ ଭୋଟ ଦେବା ପାଇଁ ଆବେଦନ କରିଥିଲେ । ସେଥିରୁ ୩୨୫ ଜଣଙ୍କୁ ଅନୁମତି ମିଳିଥିଲା।
ସେହିପରି ୫୦ ପ୍ରତିଶତ ବୁଥ୍‌ରେ ଓ୍ବେବକାଷ୍ଟିଂ ହେବ। ଆବଶ୍ୟକ ପଡ଼ିଲେ ଭିଡିଓଗ୍ରାଫି କରାଯିବ ବୋଲି କହିଛନ୍ତି ନିର୍ବାଚନ ଅଧିକାରୀ । ଦିବ୍ୟାଙ୍ଗ ଭୋଟରଙ୍କ ପାଇଁ ସବୁ ସୁବିଧା କରାଯାଇଛି । ବୁଥ୍‌ରେ ଡମି ଭୋଟର ରହି ଦିବ୍ୟାଙ୍ଗ ଭୋଟରଙ୍କୁ ସହାୟତା କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri