Posted inରାଜ୍ୟ

୨୭୯ ବୁଥ୍‌ରେ ଭୋଟ ଦେବେ ୨.୧୪ ଲକ୍ଷ ଭୋଟର

ଭୁବନେଶ୍ୱର,୪।୫(ବ୍ୟୁରୋ): ବ୍ରଜରାଜନଗର ଉପନିର୍ବାଚନ ମେ’ ୩୧ରେ ଅନୁଷ୍ଠିତ ହେବାକୁ ଥିବା ବେଳେ ଜୁନ ୩ରେ ହେବ ଭୋଟ ଗଣତି। ଏଥିନେଇ ବୁଧବାରଠାରୁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ମେ ୧୧ ପର୍ଯ୍ୟନ୍ତ ଆଶାୟୀ ପ୍ରାର୍ଥୀ ନାମାଙ୍କନ ଦାଖଲ କରିବେ । ମେ’ ୧୨ରେ ନାମାଙ୍କନ ପତ୍ର ଯାଞ୍ଚ କରାଯିବ। ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ତାରିଖ ହେଉଛି ମେ ୧୨ । ଜୁନ ୫ ମଧ୍ୟରେ ଉପନିର୍ବାଚନର ସମସ୍ତ ପ୍ରକ୍ରିୟା ଶେଷ ହେବାନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଖବରଦାତା ସମ୍ମିଳନୀରେ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନି ସବିଶେଷ ସୂଚନା ଦେଇଛନ୍ତି।

ଏବେ ବ୍ରଜରାଜନଗରରେ ନିର୍ବାଚନ ନେଇ ଆଚରଣବିଧି ଲାଗୁ ହୋଇଛି। ବ୍ରଜରାଜନଗର ନିର୍ବାଚନ ମଣ୍ଡଳୀରେ ୨ ଲକ୍ଷ ୧୪ ହଜାର ୭୪୫ ଭୋଟର ରହିଛନ୍ତି । ସେମାନଙ୍କ ଲାଗି ୨୭୯ଟି ବୁଥରେ ମତଦାନ ବ୍ୟବସ୍ଥା କରାଯିବ । ସେହିଭଳି ପ୍ରାପ୍ତ ବୟସ୍କ ଓ ଭିନ୍ନକ୍ଷମ ପୋଷ୍ଟାଲ ବାଲଟ ମାଧ୍ୟମରେ ଭୋଟ ଦେଇ ପାରିବେ । ଘରେ ବସି ସେମାନେ ମତଦାନ କରିପାରିବେ। ତେବେ ୩୧ ତାରିଖରେ ଭୋଟ ଗ୍ରହଣ ଥିବାରୁ ସେମାନେ ଦିନକ ପୂର୍ବରୁ ପୋଷ୍ଟାଲ ବାଲଟରେ ନିଜର ଭୋଟ ଦେବେ। ତେବେ କୋଭିଡ ନିୟମ ଅନୁଯାୟୀ ନିର୍ବାଚନ ଅନୁଷ୍ଠିତ ହେବ ବୋଲି ଲୋହାନି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରପାରିରେ ବଲିଉଡ୍‌ର ମଲ୍ଟି-ଟାଲେଣ୍ଟେଡ୍ ଅଭିନେତା ମୁସ୍ତାକ୍ ଖାନ୍, ୫୬ ବର୍ଷ ବୟସରେ ପରଲୋକ

ମୁମ୍ବାଇ: ହିନ୍ଦୀ ସିନେମା ଓ ଟେଲିଭିଜନ୍ ଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଜଣାଶୁଣା ବରିଷ୍ଠ ଅଭିନେତା ମୁସ୍ତାକ୍ ଖାନ୍‌ଙ୍କର ୫୬ ବର୍ଷ ବୟସରେ ପରଲୋକ…

ଏସୀୟ କ୍ରୀଡ଼ାର ୧୦,୦୦୦ ମିଟର ଦୌଡ଼ରେ ସୀମାଙ୍କ ଐତିହାସିକ ବ୍ରୋଞ୍ଜ ପଦକ

ନାଗୋୟା,୨୪ା୯: ଭାରତୀୟ ଟ୍ରାକ ଆଣ୍ଡ ଫିଲ୍ଡ ଆଥଲେଟ୍‌ ସୀମା ଗୁରୁବାର ମହିଳା ୧୦,୦୦୦ ମି. ବ୍ରୋଞ୍ଜ ପଦକ ଜିତିଛନ୍ତି। ସୀମା ଦୌଡ଼କୁ ୩୨:୫୦.୦୫ ସେକେଣ୍ଡରେ ଶେଷ କରି…

କଳାହାଣ୍ଡିରେ ଥମିବାର ନା ଧରୁନି ବର୍ଷା, କୁତ୍ରିମ ନଦୀ ହେଲା ଫତେନଗର ପଡା ମୁଖ୍ୟ ରାସ୍ତା

ଭବାନୀପାଟଣା ୨୪।୯,(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଗତ ତିନିଦିନ ଧରି କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ଜନଜୀବନ…

ଅକ୍ଟୋବର ୧ରୁ ଧନବର୍ଷା! ରାହୁଙ୍କ ସ୍ୱାତୀ ନକ୍ଷତ୍ରକୁ ଯିବେ ବୁଧ, ମାଲାମାଲ୍ ହେବେ ଏହି ୫ ରାଶି

ଅକ୍ଟୋବର ୧ ତାରିଖ ସକାଳ ୯ଟା ୩୩ ମିନିଟ୍‌ରେ ଗ୍ରହମାନଙ୍କ କୁମାର ‘ବୁଧ’ ତୁଳା ରାଶିରେ ବିରାଜମାନ ଥାଇ ସ୍ୱାତୀ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି। ବୁଧ…

ଲାଇଭ୍‌ ହେବ କଟକ ଦୁର୍ଗାପୂଜା: ୟୁଟ୍ୟୁବ୍‌-ୱେବସାଇଟ୍‌ରେ ସିଧା ପ୍ରସାରଣ ଦେଖିପାରିବେ ଶ୍ରଦ୍ଧାଳୁ

କଟକ,୨୪।୯: କଟକର ପ୍ରସିଦ୍ଧ ଦୁର୍ଗାପୂଜା ଓ ଭସାଣି ଉତ୍ସବକୁ ନେଇ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଚଳିତ ବର୍ଷ କଟକ ଦୁର୍ଗାପୂଜା ଏବଂ…

ଲଗାଣ ବର୍ଷାରେ ଘର ଭୁଶୁଡି ମହିଳା ଗୁରୁତର, ଜିଲା ଚିକିତ୍ସାଲୟରେ ଭର୍ତ୍ତି

କୁନ୍ଦୁରା,୨୪।୯,(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଫୁପୁଗାଁ ଗ୍ରାମ ପଞ୍ଚାୟତ ଚନ୍ଦ୍ରଶୁଣ୍ଢୀଗୁଡା ଠାରେ ଲଗାଣ ବର୍ଷାରେ ଘର ଭୁଶୁଡି ମହିଳା ଗୁରୁତରହୋଇଛନ୍ତି। ମହିଳା ଜଣକ ହେଲେ…

BLOଙ୍କ ପାଇଁ ବଡ଼ ଖବର: ମିଳିବ ବାର୍ଷିକ ୧୮ ହଜାର ଟଙ୍କାର ସମ୍ମାନ ଭତ୍ତା, ୮୧.୪୫ କୋଟିର…

ଭୁବନେଶ୍ୱର,୨୪।୯: ରାଜ୍ୟର ବୁଥ୍ ଲେବଲ୍ ଅଫିସର (BLO)ଙ୍କ ପାଇଁ ରାଜ୍ୟ ସରକାର ଏକ ବଡ଼ ଆର୍ଥିକ ପ୍ରୋତ୍ସାହନ ଘୋଷଣା କରିଛନ୍ତି। SIR ୨୦୨୬ ଭୋଟର ତାଲିକା ସଂଶୋଧନ…

ପୁରୁଷୋତ୍ତମପୁରରେ ଫୁଲୁଛି ରୁଷିକୁଲ୍ୟା

ପୁରୁଷୋତ୍ତମପୁର,୨୪।୯, (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ତିନି ଦିନ ହେଲା ବର୍ଷା ଲାଗିରହି ସାଧାରଣ ଜୀବନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?