Posted inଜାତୀୟ

୫ ରାଜ୍ୟର ଏକ୍‌ଜିଟ ପୋଲକୁ ନେଇ ବଡ଼ ଦାବି କଲା ଭାଜପା, କଂଗ୍ରେସ କହିଲା ସର୍ଭେ ଉପରେ ଭରସା ନାହିଁ

ନୂଆଦିଲ୍ଲୀ, ୧।୧୨: ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ, ତେଲଙ୍ଗାନା ଏବଂ ମିଜୋରାମରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ସରିଛି। ବର୍ତ୍ତମାନ ଡିସେମ୍ବର ୩ରେ ଭୋଟ ଗଣନାକୁ ଅପେକ୍ଷା କରାଯାଇଛି। ଏହା ପୂର୍ବରୁ ଏକ୍‌ଜିଟ ସର୍ଭେରେ ଭାରତୀୟ ଜନତା ପାର୍ଟି, ଭାରତୀୟ ଜାତୀୟ କଂଗ୍ରେସ, ଭାରତ ରାଷ୍ଟ୍ର ସମିତି, ସମାଜବାଦୀ ପାର୍ଟି, ବହୁଜନ ସମାଜ ପାର୍ଟି, ଏଆଇଏମଆଇଏମ ଏବଂ ଆମ ଆଦମୀ ପାର୍ଟି ମଧ୍ୟରେ ବାକ୍‌ ଯୁଦ୍ଧ ଆରମ୍ଭ ହୋଇଛି।

ଭାଜପା, କଂଗ୍ରେସ ଏବଂ ଅନ୍ୟାନ୍ୟ ଦଳର ପ୍ରତିକ୍ରିୟା ଜାରି ରହିଛି। ଉତ୍ତର ପ୍ରଦେଶର ଡେପୁଟି ମୁଖ୍ୟମନ୍ତ୍ରୀ ବ୍ରଜେଶ ପଠକ ଏକଜିଟ ପୋଲ ସମ୍ପର୍କରେ ଏକ ବଡ଼ ଦାବି କରିଛନ୍ତି। ସେ କହିଛନ୍ତି ଯେ ରିପୋର୍ଟ ଅନୁଯାୟୀ ଭାଜପା ସର୍ବୋତ୍ତମ ପ୍ରଦର୍ଶନ କରିବ। ସମସ୍ତ ରାଜ୍ୟରେ ଭାଜପା ଜିତୁଛି ଏବଂ ଦକ୍ଷିଣ ରାଜ୍ୟରେ ମଧ୍ୟ ଭଲ ପ୍ରଦର୍ଶନ କରିବ।

ଏହି ସମୟରେ କଂଗ୍ରେସ ନେତା ତଥା ରାଜ୍ୟ ସଭା ଏମ୍‌ପି ପ୍ରମୋଦ ତିୱାରୀ ଦାବି କରିଛନ୍ତି ଯେ, ଚାରିଟି ରାଜ୍ୟରେ ତାଙ୍କ ଦଳର ସରକାର ଗଠନ ହେବାକୁ ଯାଉଛି। ସେ ଅଭିଯୋଗ କରିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ପ୍ରତିଶ୍ରୁତି ଭଙ୍ଗ କରିଛନ୍ତି। ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ ହୋଇନାହିଁ। ସେ ଦାବି କରିଛନ୍ତି ଯେ ଆମେ ଚାରୋଟି ରାଜ୍ୟରେ ନିଜେ ସରକାର ଗଠନ କରିବୁ। ଆମ ବିନା ମିଜୋରାମରେ ସରକାର ଗଠନ ହୋଇପାରିବ ନାହିଁ । ଏକ୍‌ଜିଟ ପୋଲରେ ପ୍ରମୋଦ ତିୱାରୀ କହିଛନ୍ତି ଯେ, ଆମେ ସର୍ଭେ ଉପରେ ବିଶ୍ୱାସ କରୁନାହୁଁ।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri