Posted inଜାତୀୟ

‘ଯିଏ ରାମଙ୍କର ହେଲେନି, ସେ କୃଷ୍ଣଙ୍କର ହୋଇପାରିବେନି’: ଅଖିଳେଶଙ୍କୁ ଟାର୍ଗେଟ୍ କଲେ…

ଲକ୍ଷ୍ନୌ,୨୩।୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଯୋଧ୍ୟା, କାଶୀ ଓ ମଥୁରାକୁ ନେଇ ରାଜନୈତିକ ବୟାନବାଜି ଜୋରଦାର ହୋଇଛି। ଅଯୋଧ୍ୟାରେ ରାସ୍ତା ପ୍ରଶସ୍ତୀକରଣକୁ ନେଇ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କ ଆପତ୍ତି ପରେ ଉତ୍ତରପ୍ରଦେଶ ଉପମୁଖ୍ୟମନ୍ତ୍ରୀ ବ୍ରଜେଶ ପାଠକ ପ୍ରତିକ୍ରିୟା ଦେଇଛନ୍ତି।

ବ୍ରଜେଶ ପାଠକ ସପା ଉପରେ ‘ତୁଷ୍ଟୀକରଣ ରାଜନୀତି’ର ଅଭିଯୋଗ ଲଗାଇ ଅଯୋଧ୍ୟା ଓ କାଶୀର ବିକାଶକୁ ନେଇ ଅଖିଳେଶଙ୍କୁ ପ୍ରଶ୍ନ କରିଛନ୍ତି। ସେ ମଥୁରାକୁ ନେଇ ମଧ୍ୟ ସପା ଓ ଅଖିଳେଶଙ୍କ ଆଭିମୁଖ୍ୟ ସ୍ପଷ୍ଟ କରିବାକୁ କହିଛନ୍ତି । ବ୍ରଜେଶ ପାଠକ କହିଛନ୍ତି ଯେ ଅଖିଳେଶ ଯାଦବ ଅଯୋଧ୍ୟା ଓ କାଶୀରେ ହେଉଥିବା ବିକାଶ କାର୍ଯ୍ୟକୁ ନେଇ ପ୍ରଶ୍ନ ଉଠାଉଛନ୍ତି । କିନ୍ତୁ ସପା ସରକାର ସମୟରେ ଏହି ଧାର୍ମିକ ସହରଗୁଡ଼ିକର ବିକାଶ ପାଇଁ କେତେ ଖର୍ଚ୍ଚ ହୋଇଥିଲା, ତାହା ମଧ୍ୟ ଅଖିଳେଶ କହିବା ଦରକାର ବୋଲି ସେ କହିଛନ୍ତି।

ମଥୁରାକୁ ନେଇ ମଧ୍ୟ ଅଖିଳେଶଙ୍କ ମତ ସ୍ପଷ୍ଟ କରିବାକୁ ସେ କହିଛନ୍ତି । ଏହି ପ୍ରସଙ୍ଗରେ ପାଠକ କହିଛନ୍ତି, ‘ଯିଏ ରାମଙ୍କର ହେଲେନି, ସେ କୃଷ୍ଣଙ୍କର ହୋଇପାରିବନି । ଯିଏ କୃଷ୍ଣଙ୍କର ହୋଇପାରିବନି, ସେ କାହାର ହୋଇପାରିବନି।’ ଅଯୋଧ୍ୟାରେ ରାସ୍ତା ପ୍ରଶସ୍ତୀକରଣ ଓ ଅତିକ୍ରମଣ ହଟାଇବା ପଦକ୍ଷେପକୁ ନେଇ ଅଖିଳେଶ ଯାଦବ ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରିଆସୁଛନ୍ତି । ଏହାର ଜବାବରେ ପାଠକ ଯୋଗୀ ସରକାରଙ୍କ ଅଯୋଧ୍ୟା ବିକାଶ ଯୋଜନାର ଉଦାହରଣ ଦେଇଛନ୍ତି। ସେ କହିଛନ୍ତି ଯେ ଅଯୋଧ୍ୟାକୁ ଆଧୁନିକ ଓ ବିକଶିତ ସହର ଭାବେ ପ୍ରସ୍ତୁତ କରାଯାଉଛି । ୧୪ କୋସି ପରିକ୍ରମା ମାର୍ଗର ପ୍ରଶସ୍ତୀକରଣ କଥା ମଧ୍ୟ ସେ ଉଲ୍ଲେଖ କରିଛନ୍ତି । ତାଙ୍କ ଦାବି ଅନୁସାରେ, ପୂର୍ବତନ ସପା ସରକାର ସମୟରେ ୧୪ କୋସି ପରିକ୍ରମା ମାର୍ଗ ଉପରେ ପ୍ରତିବନ୍ଧ ଲଗାଇବା ଭଳି ପରିସ୍ଥିତି ସୃଷ୍ଟି ହୋଇଥିଲା।

ବ୍ରଜେଶ ପାଠକ ଅଖିଳେଶ ଯାଦବଙ୍କ ଉପରେ ଧାର୍ମିକ ଓ ସାଂସ୍କୃତିକ ପ୍ରସଙ୍ଗରେ ମଧ୍ୟ ଆକ୍ରମଣ କରିଛନ୍ତି। ସେ ସପାର ରାଜନୀତିକୁ ତୁଷ୍ଟୀକରଣ ସହ ଯୋଡ଼ିବା ସହ ଦଳର ସନାତନ ସଂସ୍କୃତି ପ୍ରତି ଆଗ୍ରହ ନଥିବା ଅଭିଯୋଗ କରିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର…

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ…

IPL ଅକ୍ସନ୍‌କୁ ନେଇ ବଡ଼ ଘୋଷଣା: ଡିସେମ୍ବରରେ ଏହି ସ୍ଥାନରେ ହେବ….

ନୂଆଦିଲ୍ଲୀ,୨୩।୯: IPLର ଆଗାମୀ ସିଜନ୍‌କୁ ନେଇ ପ୍ରସ୍ତୁତି ଜୋରଦାର ହେଉଥିବା ବେଳେ ଅକ୍ସନକୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । BCCI ସଚିବ ଦେବଜିତ ସାଇକିଆଙ୍କ…

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?