ବ୍ରଜରାଜନଗର ଉପନିର୍ବାଚନ: ଅଳକା ମହାନ୍ତିଙ୍କୁ ପ୍ରାର୍ଥୀ କଲା ବିଜେଡି

ଭୁବନେଶ୍ୱର,୯ା୫(ବ୍ୟୁରୋ): ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ ସୋମବାର ବିଜେଡି ତା’ର ପ୍ରାର୍ଥୀ ଘୋଷଣା କରିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବ୍ରଜରାଜନଗର ଉପନିର୍ବାଚନ ପାଇଁ ଦିବଂଗତ ବିଧାୟକ କିଶୋର କୁମାର ମହାନ୍ତିଙ୍କ ସ୍ତ୍ରୀ ଶ୍ରୀମତୀ ଅଳକା ମହାନ୍ତିଙ୍କୁ ପ୍ରାର୍ଥୀ ଭାବେ ଚୟନ କରିଛନ୍ତି।

ଅନ୍ୟପକ୍ଷରେ ରବିବାର ଜାଜପା ପକ୍ଷରୁ ରାଧାରାଣୀ ପଣ୍ଡା ପ୍ରାର୍ଥୀ ହୋଇଥିବା ବେଳେ କଂଗ୍ରେସ ବର୍ତ୍ତମାନ ସୁଦ୍ଧା ପ୍ରାର୍ଥୀଙ୍କ ନାମ ବିଧିବଦ୍ଧ ଭାବେ ଘୋଷଣା କରିନାହିଁ। ତେବେ କିଶୋର ପଟେଲଙ୍କ ନାଁ ଆଗରେ ଥିବା ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି।

ସୂଚନାଯୋଗ୍ୟ, ଆସନ୍ତା ୩୧ ତାରିଖରେ ଏହି ଉପନିର୍ବାଚନ ଅନୁଷ୍ଠିତ ହେବ। ମେ’ ୧୧ ପର୍ଯ୍ୟନ୍ତ ନାମାଙ୍କନପତ୍ର ଦାଖଲ ହେବ। ମେ’ ୧୨ରେ ନାମାଙ୍କନ ଯାଞ୍ଚ, ୧୭ ପର୍ଯ୍ୟନ୍ତ ପ୍ରାର୍ଥିପତ୍ର ପ୍ରତ୍ୟାହାର ପାଇଁ ସମୟ ରହିବ। ଜୁନ୍‌ ୩ରେ ଭୋଟ୍‌ ଗଣତି ହେବ। କିଶୋର ମହାନ୍ତିଙ୍କ ଦେହାନ୍ତ ପରେ ବ୍ରଜରାଜନଗର ଆସନ ଖାଲିପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଛାଡ଼ିବା କାରଣ କହିଲେ ପ୍ରକାଶ

ଭୁବନେଶ୍ୱର,୨୯।୩: ଭାଜପା ଛାଡ଼ିବା ପରେ ମୁହଁ ଖୋଲିଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ କହିଛନ୍ତି, ଲୋକଙ୍କ ସେବା କରିବା ସହ ସଙ୍ଗଠନକୁ ମଜଭୁତ...

ଭାଜପା ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ବିଜେଡିରେ ହୋଇପାରନ୍ତି ସାମିଲ

ନୀଳଗିରି, ୨୯।୩(ପ୍ରଶାନ୍ତ କୁମାର ବିଶ୍ବାଳ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାରତୀୟ ଜନତା ପାର୍ଟି(ଭାଜପା)ରୁ ଇସ୍ତଫା ଦେଇଛନ୍ତି ନୀଳଗିରି ବିଧାୟକ ଛାଡିଲେ ସୁକାନ୍ତ। ଶୁକ୍ରବାର...

ନିର୍ବାଚନ ପୂର୍ବରୁ ବିବାଦୀୟ କୋଟିଆରେ ଡିଜିଟାଲ ମିଟର ବଣ୍ଟନ ଆରମ୍ଭ କଲା ଆନ୍ଧ୍ର

ଭୁବନେଶ୍ୱର,୨୯।୩: ଓଡ଼ିଶାର କୋରାପୁଟ ଜିଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ଅଂଚଳରେ ଆନ୍ଧ୍ରପ୍ରଦେଶ ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ...

ବିଜେଡିରେ ସାମିଲ ହେଲେ କଂଗ୍ରେସର ପୂର୍ବତନ ବିଧାୟକ

ଭୁବନେଶ୍ୱର/ବଲାଙ୍ଗୀର,୨୯ା୩: ବିଧାନସଭା ନିର୍ବାଚନ ପୂର୍ବରୁ ବଲାଙ୍ଗୀର ଜିଲା ଟିଟିଲାଗଡ଼ର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସରୁ ଇସ୍ତଫା ଦେଇ ଗୁରୁବାର ଶଙ୍ଖଭବନରେ ବିଜେଡିରେ ସାମିଲ...

ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବବି

ସମ୍ବଲପୁର,୨୯ା୩: ସମ୍ବଲପୁର ଲୋକ ସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁ ଘୋଷଣା କରିବା ପରେ...

ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିଲା ଭାଜପା କୋର କମିଟି ବୈଠକ, ଖୁବଶୀଘ୍ର ଘୋଷଣା ହେବ ଲୋକ ସଭା-ବିଧାନସଭା ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୨୯ା୩: ଆଗାମୀ ବିଧାନସଭା ପାଇଁ ଭାଜପାର ପ୍ରାର୍ଥୀ ତାଲିକା ଏବଂ ଓଡିଶାରେ ଅବଶିଷ୍ଟ ଲୋକସଭା ଆସନ ଖୁବ ଶୀଘ୍ର ପ୍ରକାଶ ପାଇବ। ସୂତ୍ରରୁ ପ୍ରକାଶ ଯେ...

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

ଫୁଲଚାଷ ପ୍ରତି ବଢୁଛି ଆଗ୍ରହ

ସମ୍ବଲପୁର,୨୯ା୩ (ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲାରେ ଧାନଫସଲରେ ପୂର୍ବଭଳି ଲାଭ ହେଉ ନ ଥିବାବେଳେ ଚାଷୀମାନେ ପନିପରିବା ଓ ଅନ୍ୟ ଅର୍ଥକରୀ ଫସଲ ଚାଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri