ବ୍ରଜରାଜନଗର ଉପନିର୍ବାଚନ: ରଣନୀତି ପ୍ରସ୍ତୁତିରେ ଲାଗିଛନ୍ତି ରାଜନେତା

ଝାରସୁଗୁଡ଼ା ଅଫିସ,୧୫ା୫: ବ୍ରଜରାଜନଗର ଉପନିର୍ବାଚନରେ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ବିଭିନ୍ନ ରାଜନୈତିକ ଦଳ ନିଜ ନିଜ ରଣନୀତି ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି । ଏନେଇ ବିଜେଡି ପକ୍ଷରୁ ନେତୃବୃନ୍ଦମାନେ କର୍ମୀମାନଙ୍କୁ ନେଇ ମାରାଥନ ବୈଠକ କରୁଛନ୍ତି। ବିଜେଡି ମହିଳା ମୋର୍ଚ୍ଚାର ରାଜ୍ୟ ସଭାନେତ୍ରୀ ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରୀଆଙ୍କ ଅଧ୍ୟକ୍ଷତାରେ ଶନିବାର ବେଲପାହାଡ଼ରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଠିକ୍‌ ଏହାର ଗୋଟିଏ ଦିନ ପରେ ପୁଣି ସେହି ବେଲପାହାଡ଼ରେ ରବିବାର ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଜିଲା ପର୍ଯ୍ୟବେକ୍ଷକ ତଥା କଟକ ମେୟର ସୁବାସ ସିଂହ,ଉପପର୍ଯ୍ୟବେକ୍ଷକ ବିଷ୍ଣୁ ପ୍ରସାଦ କେଡିଆ ପ୍ରମୁଖ ଯୋଗଦେଇଥିଲେ। ଏହାକୁ ଲଖନପୁର ବ୍ଲକ ସଭାପତି ରବିରତନ ପ୍ରଧାନ ପରିଚାଳନା କରିଥିଲେ। ସ୍ବାସ୍ଥ୍ୟମନ୍ତ୍ରୀ ତାଙ୍କ ବକ୍ତବ୍ୟରେ କହିଥିଲେ, ଗତ ପଞ୍ଚାୟତ ନିର୍ବାଚନରେ ୭୪ ହଜାର ଅଧିକ ଭୋଟ ବ୍ୟବଧାନରେ ଦଳ ବିଜୟୀ ହୋଇଥିଲା । ଏହି ଆଧାରରେ ଉପନିର୍ବାଚନରେ ପ୍ରାର୍ଥୀ ଅଳକା ମହାନ୍ତି ୫୦ ହଜାରୁ ଅଧିକ ଭୋଟ୍‌ ବ୍ୟବଧାନରେ ବିଜୟୀ ହେବେ। ଏଥିପାଇଁ ସେ ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରି ଏ ସମ୍ପର୍କରେ କର୍ମୀମାନଙ୍କୁ ଗୁରୁମନ୍ତ୍ର ଦେଇଥିଲେ। ଏଥିରେ ଲଖନପୁର ବ୍ଲକର ଶତାଧିକ କର୍ମୀ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ଭୟଙ୍କର ଅଗ୍ନିକାଣ୍ଡ, ଦିନମଜୁରିଆ ପରିବାରର ସର୍ବସ୍ବ ପୋଡ଼ି ପାଉଁଶ

ଧୂଷୁରୀ,୨୪।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ ଥାନା ଅନ୍ତର୍ଗତ ବୟାଣ୍ଡିହି ପଞ୍ଚାୟତର ସଇଦଜାଫର ଗ୍ରାମରେ ଅଗ୍ନିକାଣ୍ଡ ଘଟି ଜଣେ ଦିନମଜୁରିଆ ପରିବାର ସର୍ବସ୍ବ ହରାଇଛନ୍ତି। ଗତ…

ମିଳିନି ଧାନବିକ୍ରି ଟୋକନ:ଇଚ୍ଛାମୃତ୍ୟୁ ଆବେଦନ କଲେ ଚାଷୀ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ): ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଯାଇଛି। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀଙ୍କୁ ଗତ ରବିରେ ଅମଳ ଧାନ ବିକ୍ରି ପାଇଁ ଟୋକନ ମିଳିପାରି…

ଗଣତନ୍ତ୍ରରେ ଭୋଟର ତାଲିକା

ଭୋଟର ତାଲିକାର ସ୍ବଚ୍ଛତା ହେଉଛି ଏକ ସୁଦୃଢ଼ ଗଣତନ୍ତ୍ରର ମାନଦଣ୍ଡ। ଭାରତୀୟ ସମ୍ବିଧାନର ଧାରା ୩୨୪(୧) ଅନୁଯାୟୀ, ଦେଶରେ ନିରପେକ୍ଷ ଏବଂ ସ୍ବଚ୍ଛ ନିର୍ବାଚନ ପରିଚାଳଣା ସହ…

ସଫଳ ସାହିତ୍ୟ ସ୍ରଷ୍ଟା

ସୃଷ୍ଟିରେ ଜଣେ ସାରସତ୍ତ୍ୱ ସାଧକ ସାହସର ସହ ସମାଜର ବାସ୍ତବ ଚିତ୍ରକୁ ପ୍ରକାଶ କରିଥାଏ। ସାହିତ୍ୟରେ ଅଙ୍ଗୀକାରବଦ୍ଧତା ରହିଲେ, ତାହା ଯାବତୀୟ ସଂଶୟ ଏବଂ ଯାବତୀୟ ବାଡ଼ଠାରୁ…

ଟଙ୍କା ଦେଣନେଣ କାରବାରରୁ ହତ୍ୟା, ଧରାପଡ଼ିଲେ ଅଭିଯୁକ୍ତ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ କେନାଲରୁ ବାହାରିଥିବା ରେଶମ ପ୍ରଶାଖା କେନାଲ ବ୍ରିଜ୍‌ ନିକଟରୁ ରବିବାର ଜବତ ହୋଇଥିବା ମୃତ ମହିଳାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚନ ହୋଇଛି।…

ରାସ୍ତା ପାଲଟିଛି ମରଣଯନ୍ତା: ହାଇୱା ଗାଡ଼ି ଚଳାଚଳରୁ ରାସ୍ତା କ୍ଷତିଗ୍ରସ୍ତ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ବିଭିନ୍ନ ରାସ୍ତାର ଉନ୍ନତିକରଣ ପାଇଁ ରାଜ୍ୟ ସରକାର କୋଟିକୋଟି ଟଙ୍କା ଅନୁଦାନ ଦେଉଛନ୍ତି। ଏହି ଯୋଜନାରେ ରାସ୍ତାଘାଟ ମଧ୍ୟ ନିର୍ମିତ ହେଉଛି।…

ଇରାନ ଉପରୁ କଟକଣା ହଟାଇଲା ଆମେରିକା: ଭାରତକୁ ମିଳି ନ ପାରେ ବିଶେଷ ଲାଭ

ଦୁବାଇ,୨୪ା୬: ନୂଆ ଶାନ୍ତି ଚୁକ୍ତିର ପ୍ରଥମ ପର୍ଯ୍ୟାୟ ଆଲୋଚନା ପରେ ଆମେରିକା ଇରାନ ଉପରୁ ସମସ୍ତ ପ୍ରତିବନ୍ଧକ ୬୦ ଦିନ ପାଇଁ ହଟାଇ ଦେଇଛି। ତେବେ ଯଦି…

ତୁଟିନି ଧାନବିକ୍ରି ସମସ୍ୟା, ତାତି ଉଠିଲେ ଚାଷୀ: ଦାବି ପୂରଣ ନହେଲେ…

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ଖରିଫ ଚାଷ କାର୍ଯ୍ୟ ସମୟ ଆସି ଯାଇଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଚାଷୀମାନେ ରବିରେ ଅମଳ ଧାନକୁ ବିକ୍ରି କରି ପାରି ନାହାନ୍ତି। ଟୋକନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri