ବ୍ରଜରାଜନଗର ଉପନିର୍ବାଚନ: ୭୧.୯% ମତଦାନ

ଭୁବନେଶ୍ୱର(ବ୍ୟୁରୋ)/ଝାରସୁଗୁଡ଼ା ଅଫିସ,୧ା୬: ମଙ୍ଗଳବାର ବ୍ରଜରାଜନଗର ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ଶେଷ ହୋଇଛି। ଇଲେକ୍ଟ୍ରୋନିକ୍ସ ଭୋଟିଂ ମେଶିନ (ଇଭିଏମ୍‌)ରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୧୧ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ସିଲ୍‌ ହୋଇଯାଇଛି। ତେବେ ଅପରାହ୍ନ ୫ଟା ସୁଦ୍ଧା ମତଦାନ ୬୯ ପ୍ରତିଶତ ହୋଇଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ସୂଚନା ଦେଇଛନ୍ତି। ଅପରାହ୍ନ ୩ଟାରୁ ୪ଟା ମଧ୍ୟରେ ଝଡ଼ବର୍ଷା ପାଇଁ ଭୋଟଦାନ ବାଧାପ୍ରାପ୍ତ ହୋଇଥିଲା। ଭୋଟ ଗ୍ରହଣ ଶେଷହେବା ପରେ ମତଦାନ ହାର ୭୧.୯% ହୋଇଥିବା ଝାରସୁଗୁଡ଼ା ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅଜୟ କୁମାର ଜେନା ସୂଚନା ଦେଇଛନ୍ତି। ସୂଚନାଥାଉକି, ସକାଳୁ ୩ଟି ଇଭିଏମ୍‌ରେ ତ୍ରୁଟି ଦେଖାଯାଇଥିଲା। ପରେ ଏକ ବୁଥ୍‌ରେ ସମସ୍ୟା ଦେଖାଦେଇଥିଲା। ୩ଟି ଲେଖାଏ ବାଲଟ ୟୁନିଟ୍‌ ଓ କଣ୍ଟ୍ରୋଲ ୟୁନିଟ୍‌ ପରିବର୍ତ୍ତନ କରାଯାଇଛି। ତେବେ କୌଣସି ସ୍ଥାନରେ ହିଂସା ହୋଇନାହିଁ। ସମସ୍ତ ବୁଥ୍‌ରେ ଶାନ୍ତିପୂର୍ଣ୍ଣ ମତଦାନ ହୋଇଛି। ୨୦୧୯ରେ ବ୍ରଜରାଜନଗର ବିଧାନସଭାରେ ମତଦାନ ହାର ୬୮ ପ୍ରତିଶତ ହୋଇଥିଲା। ଏଥର ମତଦାନ ଗତ ଥରକୁ ଟପିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି। ଏହି ନିର୍ବାଚନରେ ମୋଟ ୨,୧୫,୮୭୮ ଜଣ ଭୋଟର ସେମାନଙ୍କର ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି। ନିରପେକ୍ଷ, ଅବାଧ ଓ ଶାନ୍ତିପୂର୍ଣ୍ଣ ମତଦାନ ପାଇଁ ସାଧାରଣ ପର୍ଯ୍ୟବେକ୍ଷକ ଆଇଏଏସ୍‌ ମାଧବୀ କଟରିଆ, ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳ ସରୋଜ କୁମାର ସାମଲ, ଉତ୍ତରାଞ୍ଚଳ ଆଇଜି ଦୀପକ କୁମାର, ଏସ୍‌ପି ରାହୁଲ ଜୈନ ପ୍ରମୁଖ ବିଭିନ୍ନ ବୁଥ୍‌ ପରିଦର୍ଶନ କରି ଏହାର ତଦାରଖ କରିଥିଲେ। ମତଦାନ ଶେଷ ହେବା ପରେ ବିଭିନ୍ନ ବୁଥ୍‌ରୁ ଇଭିଏମ୍‌ ମେଶିନକୁ କଡ଼ା ସୁରକ୍ଷା ମଧ୍ୟରେ ନିଆଯାଇ ଝାରସୁଗୁଡ଼ା ଇଞ୍ଜିନିୟରିଂ ସ୍କୁଲ ଷ୍ଟ୍ରଙ୍ଗରୁମ୍‌ରେ ରଖାଯାଇଛି। ଆସନ୍ତା ଜୁନ୍‌ ୩ ତାରିଖରେ ଭୋଟ ଗଣତି ହେବ। ସେହିଦିନ ମତଦାତା କାହା ମୁଣ୍ଡରେ କଳସ ଢାଳିଛନ୍ତି ତାହା ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…

ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,

ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା…

ଘୁମୁସରରୁ ଆରମ୍ଭ ହୋଇଥିଲା ପ୍ରଥମ ଆନ୍ଦୋଳନ, ଓଡ଼ିଆ ଭାଷା ଆନ୍ଦୋଳନରୁ ହିଁ…

ଭଞ୍ଜନଗର,୧ା୪(ବାବୁଲା ପ୍ରଧାନ): ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଉପରେ ବୁଧବାର ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସହରରେ ଅନେକ କାର୍ଯ୍ୟକ୍ରମ ହୋଇଥିଲା। ସକାଳେ ଉପଜିଲାପାଳ ଉମାଶଙ୍କର ବେହେରା,…

ବାମୁନି ଗ୍ରାମରେ ମରିଲେଣି ୨୫ରୁ ଉର୍ଦ୍ଧ୍ବ ଗୋରୁ, ମକା କାରଖାନାକୁ ଦାୟୀ କରୁଛନ୍ତି ଗ୍ରାମବାସୀ

ନବରଙ୍ଗପୁର,୧।୪(ସଦାଶିବ ପ୍ରହରାଜ): ମକା କାରଖାନାରୁ ବାହାରୁଛି ଦୂଷିତ ପାଣି । ତେବେ ଏହା ପିଇ ୨୫ରୁ ଉର୍ଦ୍ଧ୍ବ ଗାଈ, ବଳଦ, ବାଛୁରୀର ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri