ଆଜି ବ୍ରଜରାଜନଗର ଉପନିର୍ବାଚନ ଫଳାଫଳ

ଭୁବନେଶ୍ୱର,୩।୬(ବ୍ୟୁରୋ): ଝାରସୁଗୁଡ଼ା ବଢ଼େଇମୁଣ୍ଡାସ୍ଥିତ ଇଞ୍ଜିନିୟରିଂ ସ୍କୁଲ ପରିସରରେ ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ନିମନ୍ତେ ଶୁକ୍ରବାର ପୂର୍ବାହ୍ନ ୮ଟାରେ ଭୋଟ ଗଣନା କରାଯିବ। ଗୁରୁବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ମୁଖ୍ୟ ନିର୍ବାଚନ ଅଧିତ୍କାରୀ ସୁଶୀଲ କୁମାର ଲୋହାନୀ ଏହି ସୂଚନା ଦେଇଛନ୍ତି। ଭୋଟ ଗଣତି ପାଇଁ ମୋଟ ୧୪ ଟେବୁଲ କରାଯାଇଛି। ପ୍ରତି ଟେବୁଲରେ ୪ ଜଣ କର୍ମଚାରୀ ନିୟୋଜିତ ହେବେ। ୨୦ ରାଉଣ୍ଡ ଗଣନା ହେବ। ପ୍ରଥମେ ପୋଷ୍ଟାଲ ବାଲଟ ପେପର ଗଣତି କରାଯିବ। ଏହାର ୩୦ ମିନିଟ୍‌ ପରେ ଅର୍ଥାତ ୮ଟା ୩୦ରେ ଇଭିଏମ୍‌ ଭୋଟଗଣତି ହେବ। ଗୋଟିଏ ବୁଥ୍‌ର ଭିଭିପିଏଟି ସ୍ଲିପ୍‌ଗୁଡ଼ିକୁ ଗଣାଯିବ। ଭୋଟଗଣତି କାର୍ଯ୍ୟ ନିମନ୍ତେ ୨୦ ମାଇକ୍ରୋ ଅବଜରଭର, ୨୦ କାଉଣ୍ଟିଂ ସୁପରଭାଇଜର, ୨୦ କାଉଣ୍ଟିଂ ଆସିଷ୍ଟାଣ୍ଟଙ୍କୁ ନିୟୋଜିତ କରାଯାଇଛି। ଏହାଛଡ଼ା ବିଭିନ୍ନ ରାଜନୈତିକ ଦଳ ତରଫରୁ ଭୋଟଗଣତି କାର୍ଯ୍ୟ ନିରୀକ୍ଷଣ କରିବା ପାଇଁ ୬୩ କାଉଣ୍ଟିଂ ଏଜେଣ୍ଟ ଆବେଦନ କରିଛନ୍ତି। ଭୋଟ ଗଣନା କାର୍ଯ୍ୟକୁ ଜନସାଧାରଣ htts//results.ecoigov.inରେ ଦେଖି ପାରିବେ। ଶାନ୍ତିଶୃଙ୍ଖଳା ରକ୍ଷା ଲାଗି ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ମତଗଣନା କେନ୍ଦ୍ର ନିକଟରେ ମିଡିଆ ସେଣ୍ଟର ଖୋଲାଯାଇଛି। ଗଣନା କେନ୍ଦ୍ର ମଧ୍ୟକୁ ଗଣମାଧ୍ୟମ ପ୍ରତିନିଧିତ୍ମାନେ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କିମ୍ବା ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହାୟତାରେ ୨-୩ ଜଣ ଲେଖାଏ ପ୍ରବେଶ କରି ଖବର ସଂଗ୍ରହ କରିବାର ବ୍ୟବସ୍ଥା କରାଯାଇଛି ବୋଲି ଲୋହାନୀ ସୂଚନା ଦେଇଛନ୍ତି। ନିର୍ବାଚନରେ ମୋଟ ୨,୧୫,୮୭୮ ଭୋଟର ସେମାନଙ୍କ ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri