ବ୍ରଜରାଜନଗର ଉପନିର୍ବାଚନ: ଆଜି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ

ଝାରସୁଗୁଡ଼ା ଅଫିସ,୧୭।୫: ବ୍ରଜରାଜନଗର ଉପନିର୍ବାଚନ ଆସନ୍ତା ୩୧ରେ ଅନୁଷ୍ଠିତ ହେବ। ଏ ନେଇ ରାଜନୀତି ସରଗରମ ରହିଛି। ବିଭିନ୍ନ ରାଜନୈତିକ ଦଳର ପ୍ରାର୍ଥୀ ରଣନୀତି ପ୍ରସ୍ତୁତ କରି ପ୍ରଚାର ମଇଦାନକୁ ଓହ୍ଲାଇଲେଣି। ତେବେ ମଙ୍ଗଳବାର ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ। ଏହାପରେ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ବିଜେଡିରୁ ଅଳକା ମହାନ୍ତି, ଭାଜପାରୁ ରାଧାରାଣୀ ପଣ୍ଡା ଓ କଂଗ୍ରେସ ପକ୍ଷରୁ କିଶୋର ଚନ୍ଦ୍ର ପଟେଲ ନାମାଙ୍କନ ଦାଖଲ କରିଛନ୍ତି। ଏହି ତିନି ପ୍ରମୁଖ ପ୍ରାର୍ଥୀଙ୍କ ବ୍ୟତିତ ମୋଟ ୧୪ ଜଣ ପ୍ରାର୍ଥିପତ୍ର ଦାଖଲ କରିଥିବା ଜଣାପଡ଼ିଛି। ମେ’ ୩୧ରେ ଭୋଟ ଗ୍ରହଣ କରାଯାଇ ଜୁନ୍‌ ୩ରେ ଗଣତି ହେବ। ବିଧାୟକ କିଶୋର ମହାନ୍ତିଙ୍କ ଦେହାନ୍ତ ପରେ ଖାଲି ପଡ଼ିଥିଲା ଏହି ଆସନ।