ବ୍ରଜରାଜନଗର ଉପନିର୍ବାଚନ: ଭୋଟ ଗ୍ରହଣ ଆରମ୍ଭ

ଝାରସୁଗୁଡ଼ା ଅଫିସ,୩୧ା୫: ବ୍ରଜରାଜନଗର ଉପନିର୍ବାଚନ ଲାଗି ମଙ୍ଗଳବାର ସକାଳ ୭ରୁ ମତଦାନ ଆରମ୍ଭ ହୋଯାଇଛି। ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ଚାଲିବ। ଏନେଇ ଭୋଟର ନିଜ ନିଜ ବୁଥକୁ ଆସି ମତ ସାବ୍ୟସ୍ତ କରୁଛନ୍ତି।

ନିର୍ବାଚନରେ ବିଭିନ୍ନ ରାଜନୈତିକ ଦଳ ଓ ସ୍ବାଧୀନ ପ୍ରାର୍ଥୀଙ୍କୁ ମିଶାଇ ମୋଟ ୧୧ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଏହି ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ନିର୍ବାଚନ ମଣ୍ଡଳୀର ସମୁଦାୟ ୨,୧୪, ୮୭୮ ଭୋଟର। ସମୁଦାୟ ୨୭୯ ବୁଥ୍‌ରେ ମତଦାନ ହେଉଛି। ଚଳିତ ଉପନିର୍ବାଚନରେ ଅଧିକ ୨୨ ନୂଆ ବୁଥ୍‌ ହୋଇଛି। ଏଥିମଧ୍ୟରେ ୬୦ ବୁଥ୍‌ ସମ୍ବେଦନଶୀଳ ଭାବେ ଚିହ୍ନଟ ହୋଇଛି। ୩୦ଟିକୁ ମଡେଲ ବୁଥ୍‌ ଓ ୫ଟିକୁ ପିଙ୍କ୍‌ ବୁଥ୍‌ ଭାବେ ଘୋଷଣା କରାଯାଇଛି। ୧୪୫ ବୁଥ୍‌ରେ ଓ୍ବେବ୍‌କାଷ୍ଟିଂ ବ୍ୟବସ୍ଥା କରାଯାଇଛି।
ନିର୍ବାଚନ ମଣ୍ଡଳୀକୁ ୩୧ସେକ୍ଟରରେ ବିଭକ୍ତ କରାଯାଇ ପ୍ରତି ସେକ୍ଟରରେ ମାଜିଷ୍ଟ୍ରେଟ୍‌ ଓ ଅଫିସର ନିଯୁକ୍ତ କରାଯାଇଛି। ଏହାର ତଦାରଖ ପାଇଁ ସମୁଦାୟ ୨୫ ମୋବାଇଲ୍‌ ଟିମ୍‌ ଗଠନ କରାଯାଇଛି। ନିର୍ବାଚନ ପରିଚାଳନା ପାଇଁ ୧୨ଶହ ୨୮ଜଣ ପ୍ରିଜାଇଡିଂ ଓ ପୋଲିଂ ଅଫିସର ନିଯୁକ୍ତ ହୋଇଛନ୍ତି।ପ୍ରତି ବୁଥ୍‌ରେ ଜଣେ ପ୍ରିଜାଇଡିଂ ଅଫିସର ଓ ୩ଜଣ ପୋଲିଂ ଅଫିସରଙ୍କୁ ନିଯୁକ୍ତ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

କଳସ ଯାତ୍ରା ସମୟରେ ଦଳାଚକଟା, ମହିଳା ମୃତ

ଗ୍ବାଲିୟର,୧୦।୨: ମଧ୍ୟ ପ୍ରଦେଶ ଗ୍ବାଲିୟରର ନବଗ୍ରହ ପୀଠ ମନ୍ଦିରରେ ଚାଲିଥିବା ପ୍ରାଣ ପ୍ରତିଷ୍ଠା ସମାରୋହ ସମୟରେ କଳସ ଯାତ୍ରା ସମୟରେ ଏକ ବଡ଼ ଦୁର୍ଘଟଣା ଘଟିଥିଲା। ଶୋଭାଯାତ୍ରାରେ…

ନଗଦ କାରବାର, ସମ୍ପତ୍ତି ଏବଂ ଯାନବାହାନ କ୍ରୟ ପାଇଁ ପ୍ୟାନ୍ ନିୟମରେ ପରିବର୍ତ୍ତନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୨: ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ଆୟକର ନିୟମର ଡ୍ରାଫ୍ଟରେ ଅନେକ ନୂତନ ଏବଂ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନର ପରାମର୍ଶ ଦିଆଯାଇଛି । ନୂତନ ନିୟମ ଅନୁଯାୟୀ, ନଗଦ…

ଏସ୍‌ଡିଜେଏମ କୋର୍ଟରେ ଆତ୍ମସମର୍ପଣ କଲେ ନିଶା ମହାରଣା: ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ପରେ…

ବଲାଙ୍ଗୀର,୧୦।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଚନ୍ଦନଭାଟି ଗାଁର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି।…

ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍‌: କେମିତି ଜୀବନ ବଞ୍ଚାଇବାକୁ ତଣ୍ଟି ଧରି ଦୌଡୁଛନ୍ତି ସତ୍ୟ, ପଛରେ…

ଭୁବନେଶ୍ୱର,୧୦।୨: ସାମ୍ନାକୁ ଆସିଲା ସତ୍ୟବ୍ରତ ହତ୍ୟା ମାମଲରେ CCTV ସତ। ସିସିଟିଭିରେ କଏଦ୍‌ ହୋଇଛି ସତ୍ୟଙ୍କ ମଡର ମିଷ୍ଟ୍ରି। ବେକ କଟିଯିବା ପରେ ସିସିଟିଭିରେ ସତ୍ୟବ୍ରତ ଦୌଡ଼ି…

ଆସନ୍ତାକାଲି ପଡିଥାନ୍ତା ହାତଗଣ୍ଡି, ଆଜି ଚାଲିଗଲା ଜୀବନ: ଗଛ କାଟିବାବେଳେ…

ରାଜଗାଙ୍ଗପୁର,୧୦।୨: ଆସନ୍ତାକାଲି ଥିଲା ବାହାଘର, ଆଜି ଚାଲିଗଲା ଜୀବନ। ଏଭଳି ଘଟଣା ଘଟିଛି ସୁନ୍ଦରଗଡ ଜିଲା ଲାଞ୍ଜିବନା ଗାଁରେ। ଗଛ କାଟିବା ବେଳେ ୩୩ କେଭି ତାରରେ…

ଉଡ଼ିବ ପାକିସ୍ତାନର ନିଦ, ଆଉ ୧୧୪ ରାଫାଲ୍‌ କିଣିବାକୁ ପ୍ରସ୍ତାବ

ନୂଆଦିଲ୍ଲୀ,୧୦।୨: ଭାରତୀୟ ବାୟୁସେନା ଆଉ ୧୧୪ ରାଫାଲ୍‌ ଯୁଦ୍ଧବିମାନ କିଣିବ। ଏଥିପାଇଁ ବାୟୁସେନା ପକ୍ଷରୁ ଡିଫେନ୍ସ ଆକ୍ୱିଜେଶନ କାଉନ୍‌ସିଲ୍‌(ଡିଏସି)କୁ ପ୍ରସ୍ତାବ ଦିଆଯିବ। ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ ମାକରଁଙ୍କ…

ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପରିବେଷଣ ଘଟଣା: ବଡ଼ ନିଷ୍ପତ୍ତି ନେଲେ ନିଶା, କୋର୍ଟରେ କରିବେ…

ବଲାଙ୍ଗୀର,୧୦।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଚନ୍ଦନଭାଟି ଗାଁର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି।…

ଦୁଃଖ ବଖାଣିଲେ ରାଜପାଲ: କାନ୍ଦି କାନ୍ଦି କହିଲେ…

ବଲିଉଡ ଅଭିନେତା ରାଜପାଲ ଯାଦବ ଆଜିକାଲି ଚେକ ବାଉନ୍ସ ମାମଲାକୁ ନେଇ ଚର୍ଚ୍ଚାରେ ଅଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶ ପରେ ଅଭିନେତା ର ଦିଲ୍ଲୀର ତିହାର ଜେଲରେ ଆତ୍ମସମର୍ପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri