ବ୍ରାହ୍ମଣୀ ପାଣି ଧୋୟାଞ୍ଚଳକୁ ବିଚ୍ଛିନ୍ନ କରିବ

କେନ୍ଦ୍ରାପଡ଼ା,୪ା୮ (ଜଗନ୍ନାଥ ଧଳ): ଲଗାଣ ବର୍ଷା ପରେ ମହାନଦୀରେ ବନ୍ୟା ଜଳ ଆସିଛି। ଗୁରୁବାର ସନ୍ଧ୍ୟା ସୁଦ୍ଧା ମୁଣ୍ଡଳୀଠାରେ ୯.୨୦ ଲକ୍ଷ କ୍ୟୁସେକ ଜଳ ପ୍ରବାହିତ ହେଉଛି ବୋଲି ଜଳ ସମ୍ପଦ ବିଭାଗ ସୂଚନା ଦେଇଛି। ସେହିପରି ରେଙ୍ଗାଲି ଗେଟ ଖୋଲିବା ପରେ ବ୍ରାହ୍ମଣୀରେ ପ୍ରଥମ ବନ୍ୟା ଜଳ ପ୍ରବାହିତ ହୋଇଛି। ଏହାପୂର୍ବରୁ ବୈତରଣୀରେ ବନ୍ୟା ଜଳ ପ୍ରବେଶ କରିଛି। ଫଳରେ ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମରେ ଥିବା କେନ୍ଦ୍ରାପଡ଼ା ଜିଲାର ୭ ନଦୀ ଓ ୨୭ ଶାଖା ନାଳରେ ବନ୍ୟା ଜଳ ଆସିବା ଆରମ୍ଭ ହୋଇଛି। ଏହାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ତପତ୍ର ହୋଇଛି। ମହାକାଳପଡ଼ା, ଗରଦପୁର ଓ ମାର୍ଶାଘାଇ ବ୍ଲକ ଅଞ୍ଚଳରେ ସ୍କୁଲ ଅଙ୍ଗନୱାଡିକୁ ଗୁରୁବାର ଅପରାହ୍ନ ୧ଟାଠାରୁ ଶୁକ୍ରବାର ପର୍ଯ୍ୟନ୍ତ ଛୁଟି ପାଇଁ ଚିଠି (ନଂ.୧୧୩୯୭/ ଏମ୍‌) କରିଛନ୍ତି। ସେହିପରି ଜିଲାରେ ୧୦ଟି ସର୍ଚ୍ଚ ଆଣ୍ଡ ରେସକ୍ୟୁ ଟିମ୍‌ ପ୍ରସ୍ତୁତ ହୋଇଛନ୍ତି। ଅପରପକ୍ଷରେ ବ୍ରାହ୍ମଣୀ ବନ୍ୟା ଜଳ ଧୋୟାଞ୍ଚଳକୁ ବିଚ୍ଛିନ୍ନ କରିବା ସହିତ ଫସଲ ନଷ୍ଟ ଆଶଙ୍କା ସୃଷ୍ଟି ହୋଇଛି। ସେହିପରି ଜିଲାର ଲୁଣା ଓ କରାଣ୍ଡିଆ ଦ୍ୱୀପାଞ୍ଚଳରେ ଥିବା ୧୩ ରାଜସ୍ବ ଗ୍ରାମବାସୀଙ୍କ ସ୍ବାଭାବିକ ଜୀବନଯାତ୍ରାରେ ବ୍ୟାହତ ଆଣିବ ବୋଲି ଆଶଙ୍କା ପ୍ରକାଶ ପାଇଛି। ବର୍ଷ ବର୍ଷ ଧରି ଏଠାକାର ଲୋକେ ମୌଳିକ ସମସ୍ୟାର ସମାଧାନ ପାଇଁ ଲଢ଼ୁଥିବା ବେଳେ ଲୁଣା ନଦୀର ଦକ୍ଷିଣ ବନ୍ଧ ବହୁ ସ୍ଥାନରେ ଦୁର୍ବଳ ଥିବାରୁ ବନ୍ୟା ଆଶଙ୍କା ରହିଛି। ସେହିପରି କରାଣ୍ଡିଆ ଆଡ଼ିବନ୍ଧର ମରାମତି ଅଧାରୁ ଥିବାରୁ ଯାତାୟାତରେ ବାଧା ସୃଷ୍ଟି ହେବ ବୋଲି ସ୍ଥାନୀୟ ଅଞ୍ଚଳବାସୀ ମତ ଦେଇଛନ୍ତି।
ଏ ସମ୍ପର୍କରେ ଆୟତ୍ତପୁରର ପିନାକୀ ସାମନ୍ତରାୟ କହିଛନ୍ତି, ସ୍ବାଧୀନତାର ୭୫ ବର୍ଷ ପରେ ମଧ୍ୟ ଏହି ୧୩ ଗାଁ  ଅବହେଳିତ ଅବସ୍ଥାରେ ଅଛି। ଏ ନେଇ ଦ୍ୱୀପାଞ୍ଚଳବାସୀ ବାରମ୍ବାର ରାଜନେତା ଓ ପ୍ରଶାସକଙ୍କ ଦ୍ୱାରସ୍ଥ ହେଉଥିଲେ ମଧ୍ୟ ଅଦ୍ୟାବଧି ସୁଫଳ ମିଳିନାହିଁ। ସହରଠାରୁ ମାତ୍ର ୧୦ କିଲୋମିଟର ଦୂରରେ ଥିବା ଏହି ଦ୍ୱୀପାଞ୍ଚଳରେ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ, ପାନୀୟ ଜଳଯୋଗାଣ ଆଦି ମୌଳିକ ସମସ୍ୟା ଲାଗିରହିଛି। ଦ୍ୱୀପାଞ୍ଚଳର ୧୩ ଗ୍ରାମ ଏବେ ୩ ବ୍ଲକ ଅଧୀନ ୫ ପଞ୍ଚାୟତରେ ଅଛି। ଏହି ୧୩ ରାଜସ୍ବ ଗ୍ରାମର ଗୋଟିଏ ପାର୍ଶ୍ୱରେ କରାଣ୍ଡିଆ ନଦୀ ଓ ଅନ୍ୟ ପାର୍ଶ୍ୱରେ ଲୁଣା ନଦୀ ପ୍ରବାହିତ ହେଉଛି। ଗ୍ରାମବାସୀଙ୍କ ମୁଖ୍ୟ ଜୀବିକା ପନିପରିବା ଚାଷ ହୋଇଥିବା ବେଳେ ଜଳସେଚନ ଓ ଉଠାଜଳସେଚନ ବିଭାଗ ପକ୍ଷରୁ ଆରମ୍ଭ ହୋଇଥିବା ବିଭିନ୍ନ ପ୍ରକଳ୍ପ ଶେଷ ହୋଇ ନାହିଁ। ସାମାଜିକ କର୍ମୀ ରମେଶ ଚନ୍ଦ୍ର ବାରିକ କହିଛନ୍ତି, ବନ୍ୟା ପ୍ରତିରୋଧ ପାଇଁ ଜିଲାରେ କୌଣସି ସ୍ବତନ୍ତ୍ର ଯୋଜନା ନାହିଁ। ସାମାନ୍ୟ ବନ୍ୟା ଜଳ ଜିଲାର ୫୫ଟି ରାଜସ୍ବ ଗ୍ରାମକୁ ପ୍ରତିଥର କବଳିତ କରୁଛି। ଧୋୟାଞ୍ଚଳ ବ୍ରାହ୍ମଣୀ ବନ୍ୟାରେ ଫସଲ ନଷ୍ଟ କରିବ। ଏପରିକି ସିଂହଗଁା ପଞ୍ଚାୟତକୁ ବାହ୍ୟ ଜଗତରୁ ବିଚ୍ଛିନ୍ନ କରିବ। ବେଆଇନ ବାଲି ଚାଲାଣ ନଦୀ ବନ୍ଧକୁ ଦୁର୍ବଳ କରିଛି। କରାଣ୍ଡିଆ ନଦୀ ଉପରେ ଏକ ପଥର ଆଡ଼ିବନ୍ଧ ନିର୍ମାଣ ଅଧାରେ ଅଟକି ଯାଇଛି। ଲୁଣାନଦୀର ବାମପାର୍ଶ୍ୱ ସୁଦୃଢ଼ ହେଉଥିବା ବେଳେ ଦକ୍ଷିଣପାର୍ଶ୍ୱ ବନ୍ଧର ବହୁ ସ୍ଥାନ ଦୁର୍ବଳ ଅଛି। ମହାନଦୀ ସିଷ୍ଟମରେ ବନ୍ୟାଜଳ ପ୍ରବାହିତ ହେଲେ ଦ୍ୱୀପାଞ୍ଚଳବାସୀଙ୍କ ପାଇଁ ବିପଦ ଘନେଇ ଆସୁଛି। ସେହିପରି ଡିହବଳରାମପୁର ଗ୍ରାମର ରମେଶ ଚନ୍ଦ୍ର ସାହାଣୀ କହିଛନ୍ତି, ଦ୍ୱୀପାଞ୍ଚଳରେ ଲୁଣାନଦୀ ବାମପାର୍ଶ୍ୱ ବନ୍ଧର ଲମ୍ବ ୫ କିଲୋମିଟର। ଏଥିରୁ ପ୍ରଥମ ୨ କିଲୋମିଟର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଥିବା ବେଳେ ଅବଶିଷ୍ଟ ବନ୍ଧ ଜଳସମ୍ପଦ ବିଭାଗ ଅଧୀନରେ ଅଛି। ବିଭିନ୍ନ ସମୟରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ନଦୀବନ୍ଧ ନିର୍ମାଣ ପାଇଁ ଟେଣ୍ଡର ହେଉଥିଲେ ମଧ୍ୟ ପ୍ରକଳ୍ପ ଅଧାପନ୍ତରିଆ ରହୁଛି। ଅପରପକ୍ଷରେ ଜଳସେଚନ ବିଭାଗ ଏଥିପ୍ରତି ଦୃଷ୍ଟି ଦେଉ ନ ଥିବା ସେ କ୍ଷୋଭର ସହ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ଜଳସମ୍ପଦ ବିଭାଗ ଅଧୀକ୍ଷକ ଯନ୍ତ୍ରୀ ଇଂ. ଉମେଶ କୁମାର ସେଠୀଙ୍କୁ ପଚାରିବାରେ ଚଳିତବର୍ଷର ବନ୍ୟା ସମ୍ପର୍କରେ ବିଭିନ୍ନ ବୈଠକରେ ଆଲୋଚନା ହୋଇଛି। ମଧ୍ୟମ ଧରଣର ବନ୍ୟା ହେତୁ ଜିଲାରେ କୌଣସି ବିଶେଷ କ୍ଷତି ହେବନି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri