ବ୍ରାହ୍ମଣୀ ପାଣି ଧୋୟାଞ୍ଚଳକୁ ବିଚ୍ଛିନ୍ନ କରିବ

କେନ୍ଦ୍ରାପଡ଼ା,୪ା୮ (ଜଗନ୍ନାଥ ଧଳ): ଲଗାଣ ବର୍ଷା ପରେ ମହାନଦୀରେ ବନ୍ୟା ଜଳ ଆସିଛି। ଗୁରୁବାର ସନ୍ଧ୍ୟା ସୁଦ୍ଧା ମୁଣ୍ଡଳୀଠାରେ ୯.୨୦ ଲକ୍ଷ କ୍ୟୁସେକ ଜଳ ପ୍ରବାହିତ ହେଉଛି ବୋଲି ଜଳ ସମ୍ପଦ ବିଭାଗ ସୂଚନା ଦେଇଛି। ସେହିପରି ରେଙ୍ଗାଲି ଗେଟ ଖୋଲିବା ପରେ ବ୍ରାହ୍ମଣୀରେ ପ୍ରଥମ ବନ୍ୟା ଜଳ ପ୍ରବାହିତ ହୋଇଛି। ଏହାପୂର୍ବରୁ ବୈତରଣୀରେ ବନ୍ୟା ଜଳ ପ୍ରବେଶ କରିଛି। ଫଳରେ ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମରେ ଥିବା କେନ୍ଦ୍ରାପଡ଼ା ଜିଲାର ୭ ନଦୀ ଓ ୨୭ ଶାଖା ନାଳରେ ବନ୍ୟା ଜଳ ଆସିବା ଆରମ୍ଭ ହୋଇଛି। ଏହାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ତପତ୍ର ହୋଇଛି। ମହାକାଳପଡ଼ା, ଗରଦପୁର ଓ ମାର୍ଶାଘାଇ ବ୍ଲକ ଅଞ୍ଚଳରେ ସ୍କୁଲ ଅଙ୍ଗନୱାଡିକୁ ଗୁରୁବାର ଅପରାହ୍ନ ୧ଟାଠାରୁ ଶୁକ୍ରବାର ପର୍ଯ୍ୟନ୍ତ ଛୁଟି ପାଇଁ ଚିଠି (ନଂ.୧୧୩୯୭/ ଏମ୍‌) କରିଛନ୍ତି। ସେହିପରି ଜିଲାରେ ୧୦ଟି ସର୍ଚ୍ଚ ଆଣ୍ଡ ରେସକ୍ୟୁ ଟିମ୍‌ ପ୍ରସ୍ତୁତ ହୋଇଛନ୍ତି। ଅପରପକ୍ଷରେ ବ୍ରାହ୍ମଣୀ ବନ୍ୟା ଜଳ ଧୋୟାଞ୍ଚଳକୁ ବିଚ୍ଛିନ୍ନ କରିବା ସହିତ ଫସଲ ନଷ୍ଟ ଆଶଙ୍କା ସୃଷ୍ଟି ହୋଇଛି। ସେହିପରି ଜିଲାର ଲୁଣା ଓ କରାଣ୍ଡିଆ ଦ୍ୱୀପାଞ୍ଚଳରେ ଥିବା ୧୩ ରାଜସ୍ବ ଗ୍ରାମବାସୀଙ୍କ ସ୍ବାଭାବିକ ଜୀବନଯାତ୍ରାରେ ବ୍ୟାହତ ଆଣିବ ବୋଲି ଆଶଙ୍କା ପ୍ରକାଶ ପାଇଛି। ବର୍ଷ ବର୍ଷ ଧରି ଏଠାକାର ଲୋକେ ମୌଳିକ ସମସ୍ୟାର ସମାଧାନ ପାଇଁ ଲଢ଼ୁଥିବା ବେଳେ ଲୁଣା ନଦୀର ଦକ୍ଷିଣ ବନ୍ଧ ବହୁ ସ୍ଥାନରେ ଦୁର୍ବଳ ଥିବାରୁ ବନ୍ୟା ଆଶଙ୍କା ରହିଛି। ସେହିପରି କରାଣ୍ଡିଆ ଆଡ଼ିବନ୍ଧର ମରାମତି ଅଧାରୁ ଥିବାରୁ ଯାତାୟାତରେ ବାଧା ସୃଷ୍ଟି ହେବ ବୋଲି ସ୍ଥାନୀୟ ଅଞ୍ଚଳବାସୀ ମତ ଦେଇଛନ୍ତି।
ଏ ସମ୍ପର୍କରେ ଆୟତ୍ତପୁରର ପିନାକୀ ସାମନ୍ତରାୟ କହିଛନ୍ତି, ସ୍ବାଧୀନତାର ୭୫ ବର୍ଷ ପରେ ମଧ୍ୟ ଏହି ୧୩ ଗାଁ  ଅବହେଳିତ ଅବସ୍ଥାରେ ଅଛି। ଏ ନେଇ ଦ୍ୱୀପାଞ୍ଚଳବାସୀ ବାରମ୍ବାର ରାଜନେତା ଓ ପ୍ରଶାସକଙ୍କ ଦ୍ୱାରସ୍ଥ ହେଉଥିଲେ ମଧ୍ୟ ଅଦ୍ୟାବଧି ସୁଫଳ ମିଳିନାହିଁ। ସହରଠାରୁ ମାତ୍ର ୧୦ କିଲୋମିଟର ଦୂରରେ ଥିବା ଏହି ଦ୍ୱୀପାଞ୍ଚଳରେ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ, ପାନୀୟ ଜଳଯୋଗାଣ ଆଦି ମୌଳିକ ସମସ୍ୟା ଲାଗିରହିଛି। ଦ୍ୱୀପାଞ୍ଚଳର ୧୩ ଗ୍ରାମ ଏବେ ୩ ବ୍ଲକ ଅଧୀନ ୫ ପଞ୍ଚାୟତରେ ଅଛି। ଏହି ୧୩ ରାଜସ୍ବ ଗ୍ରାମର ଗୋଟିଏ ପାର୍ଶ୍ୱରେ କରାଣ୍ଡିଆ ନଦୀ ଓ ଅନ୍ୟ ପାର୍ଶ୍ୱରେ ଲୁଣା ନଦୀ ପ୍ରବାହିତ ହେଉଛି। ଗ୍ରାମବାସୀଙ୍କ ମୁଖ୍ୟ ଜୀବିକା ପନିପରିବା ଚାଷ ହୋଇଥିବା ବେଳେ ଜଳସେଚନ ଓ ଉଠାଜଳସେଚନ ବିଭାଗ ପକ୍ଷରୁ ଆରମ୍ଭ ହୋଇଥିବା ବିଭିନ୍ନ ପ୍ରକଳ୍ପ ଶେଷ ହୋଇ ନାହିଁ। ସାମାଜିକ କର୍ମୀ ରମେଶ ଚନ୍ଦ୍ର ବାରିକ କହିଛନ୍ତି, ବନ୍ୟା ପ୍ରତିରୋଧ ପାଇଁ ଜିଲାରେ କୌଣସି ସ୍ବତନ୍ତ୍ର ଯୋଜନା ନାହିଁ। ସାମାନ୍ୟ ବନ୍ୟା ଜଳ ଜିଲାର ୫୫ଟି ରାଜସ୍ବ ଗ୍ରାମକୁ ପ୍ରତିଥର କବଳିତ କରୁଛି। ଧୋୟାଞ୍ଚଳ ବ୍ରାହ୍ମଣୀ ବନ୍ୟାରେ ଫସଲ ନଷ୍ଟ କରିବ। ଏପରିକି ସିଂହଗଁା ପଞ୍ଚାୟତକୁ ବାହ୍ୟ ଜଗତରୁ ବିଚ୍ଛିନ୍ନ କରିବ। ବେଆଇନ ବାଲି ଚାଲାଣ ନଦୀ ବନ୍ଧକୁ ଦୁର୍ବଳ କରିଛି। କରାଣ୍ଡିଆ ନଦୀ ଉପରେ ଏକ ପଥର ଆଡ଼ିବନ୍ଧ ନିର୍ମାଣ ଅଧାରେ ଅଟକି ଯାଇଛି। ଲୁଣାନଦୀର ବାମପାର୍ଶ୍ୱ ସୁଦୃଢ଼ ହେଉଥିବା ବେଳେ ଦକ୍ଷିଣପାର୍ଶ୍ୱ ବନ୍ଧର ବହୁ ସ୍ଥାନ ଦୁର୍ବଳ ଅଛି। ମହାନଦୀ ସିଷ୍ଟମରେ ବନ୍ୟାଜଳ ପ୍ରବାହିତ ହେଲେ ଦ୍ୱୀପାଞ୍ଚଳବାସୀଙ୍କ ପାଇଁ ବିପଦ ଘନେଇ ଆସୁଛି। ସେହିପରି ଡିହବଳରାମପୁର ଗ୍ରାମର ରମେଶ ଚନ୍ଦ୍ର ସାହାଣୀ କହିଛନ୍ତି, ଦ୍ୱୀପାଞ୍ଚଳରେ ଲୁଣାନଦୀ ବାମପାର୍ଶ୍ୱ ବନ୍ଧର ଲମ୍ବ ୫ କିଲୋମିଟର। ଏଥିରୁ ପ୍ରଥମ ୨ କିଲୋମିଟର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଥିବା ବେଳେ ଅବଶିଷ୍ଟ ବନ୍ଧ ଜଳସମ୍ପଦ ବିଭାଗ ଅଧୀନରେ ଅଛି। ବିଭିନ୍ନ ସମୟରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ନଦୀବନ୍ଧ ନିର୍ମାଣ ପାଇଁ ଟେଣ୍ଡର ହେଉଥିଲେ ମଧ୍ୟ ପ୍ରକଳ୍ପ ଅଧାପନ୍ତରିଆ ରହୁଛି। ଅପରପକ୍ଷରେ ଜଳସେଚନ ବିଭାଗ ଏଥିପ୍ରତି ଦୃଷ୍ଟି ଦେଉ ନ ଥିବା ସେ କ୍ଷୋଭର ସହ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ଜଳସମ୍ପଦ ବିଭାଗ ଅଧୀକ୍ଷକ ଯନ୍ତ୍ରୀ ଇଂ. ଉମେଶ କୁମାର ସେଠୀଙ୍କୁ ପଚାରିବାରେ ଚଳିତବର୍ଷର ବନ୍ୟା ସମ୍ପର୍କରେ ବିଭିନ୍ନ ବୈଠକରେ ଆଲୋଚନା ହୋଇଛି। ମଧ୍ୟମ ଧରଣର ବନ୍ୟା ହେତୁ ଜିଲାରେ କୌଣସି ବିଶେଷ କ୍ଷତି ହେବନି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri