୩ ଲକ୍ଷ ନେଇ ଜେଲ ଗଲେ ଶାଖା ପରିଚାଳକ

ଦିଗପହଣ୍ଡି,୨ା୪(ଡି.ଏନ.ଏ.): ଟଙ୍କା ଠକେଇ ଅଭିଯୋଗରେ ଗଞ୍ଜାମ ଜିଲା ଦିଗପହଣ୍ଡିରେ ଥିବା ଏକ ଅଣ ବ୍ୟାଙ୍କିଙ୍ଗ୍‌ ସଂସ୍ଥାର ଶାଖା ପରିଚାଳକ ଏବଂ ଅନ୍ୟ ଜଣେ କର୍ମଚାରୀଙ୍କୁ ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ କଟକ ଜିଲା ଗୁରୁଣ୍ଡିଝାଟିଆ ଥାନା ଅଧୀନ ଗୋବରା ମଣ୍ଡପସାହିର ନଗେନ ନାୟକ ଏବଂ ଶିବ ବାରିକ। ଏନେଇ ପୋଲିସ ଏକ ମାମଲା (ନଂ.୧୧୮/୨୨) ରୁଜୁ କରିଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ହାତତକୁ ପଠାଇ ଦିଆଯାଇଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।

ତଦନ୍ତକାରୀ ପୋଲିସ ଅଧିକାରୀ ଏସ୍‌.ଆଇ ଗୌତମ ସାହୁଙ୍କ ସୂଚନା ମୁତାବକ, ବ୍ରହ୍ମପୁର ଗାନ୍ଧୀନଗର ସ୍ଥିତ ଏକ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥା ଦିଗପହଣ୍ଡିରେ ଶାଖା କାର୍ଯ୍ୟାଳୟ ଖୋଲି ଗଣିଆନାଳ, ଫାସିଗୁଡା, ପୋଡ଼ାମାରି, ଦେଉଳିଆପଡ଼ା ଆଦି ବିଭିନ୍ନ ଅଞ୍ଚଳରୁ ମହିଳାମାନଙ୍କୁ ଗ୍ରୁପ୍‌ ଲୋନ ପ୍ରଦାନ କରିବା ସହ ପରବର୍ତ୍ତୀ ପର୍ଯ୍ୟାୟରେ ଚୁକ୍ତି ମୁତାବକ ଋଣ ସହ ସୁଧ ଆଦାୟ କରି ଆସୁଥିଲେ।

ଦିଗପହଣ୍ଡି ଶାଖା ପରିଚାଳକ ନଗେନ ଏବଂ ତାଙ୍କ ସହଯୋଗୀ ଶିବଙ୍କ ସମେତ ଅନ୍ୟ କିଛି କର୍ମଚାରୀ ଯୋଜନା ମୁତାବକ ସଂସ୍ଥାର ୩,୨୩,୯୯୯ ଟଙ୍କା ଆତ୍ମସାତ କରି ଫେରାର ହୋଇଯାଇଥିଲେ। ଏନେଇ ବ୍ରହ୍ମପୁର ସ୍ଥିତ ସଂସ୍ଥାର ଆଞ୍ଚଳିକ ପରିଚାଳକ ଚନ୍ଦ୍ରକାନ୍ତ ରାଉତ ଶାଖା ପରିଚାଳକଙ୍କ ସମେତ ଅନ୍ୟ ୩ କର୍ମଚାରୀଙ୍କ ନାମରେ ମାର୍ଚ୍ଚ ୧୬ରେ ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଦିଗପହଣ୍ଡି ପୋଲିସ ତଦନ୍ତ ପରେ ଅଭିଯୁକ୍ତମାନଙ୍କୁ ଧରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri