Posted inରାଜ୍ୟ

ନକଲି ମଦରେ ବ୍ରାଣ୍ଡେଡ୍‌ ଲୋଗୋ

ଭଦ୍ରକ ଅଫିସ/ପଦ୍ମପୁର, ୨୩।୫ (ଡି.ଏନ.ଏ.)- ବାସୁଦେବପୁର ବ୍ଲକର ଆର୍ତ୍ତୁଂ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଦୀର୍ଘଦିନ ହେଲା ଚାଲିଥିଲା ନକଲି ବିଦେଶୀ ମଦ ତିଆରି କାରଖାନା। ସେମାନଙ୍କ ପାଖରେ ଥିଲା ମଦ ପ୍ରସ୍ତୁତିରେ ବ୍ୟବହାର ହେଉଥିବା ସ୍ପିରିଟ, କେମିକାଲ। କେବଳ ଏତିକି ନୁହେଁ ନକଲି ମଦକୁ ଭଲ ମୂଲ୍ୟରେ ବିକିବା ପାଇଁ ସେମାନେ ବହୁ ନାମୀଦାମୀ କମ୍ପାନୀର ଲୋଗୋ ଓ ଓଡ଼ିଶା ସରକାରଙ୍କ ଷ୍ଟିକର ମଧ୍ୟ ବ୍ୟବହାର କରୁଥିଲେ। ଖବର ପାଇ ରବିବାର ଚଢ଼ାଉ କରିଥିଲା କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ଓ ଜିଲା ଅବକାରୀ ବିଭାଗ। ସମ୍ପୃକ୍ତ ୨ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଆର୍ତ୍ତୁଂ ଗ୍ରାମର ଅକ୍ଷୟ ବେହେରା ଓ ପର୍ଶୁରାମ ସନ୍ଧିବିଗ୍ରହ। ସେମାନଙ୍କଠାରୁ ନଗଦ ୩୦ ହଜାର ଟଙ୍କା ସହ ୧୦୦ ଲିଟର ନକଲି ମଦ, ୫୦ ଲିଟର ସ୍ପିରିଟ୍‌, କେମିକାଲ, ବହୁ ନାମୀଦାମୀ କମ୍ପାନୀର ଲୋଗୋ, ଓଡ଼ିଶା ସରକାର, ମଦ କମ୍ପାନୀ ଷ୍ଟିକର, ବୋତଲ ଠିପି ଓ ଯନ୍ତ୍ରାଂଶ ଜବତ ହୋଇଛି। ଚଢ଼ାଉରେ ଇନ୍ସପେକ୍ଟର ଜଗଦୀଶ ସାମଲ, ସ୍ପନ୍ଦନ ମହାନ୍ତି, ସବ୍‌ଇନ୍ସପେକ୍ଟର ଶ୍ୟାମସିଂ ଭୋଇ ସାମିଲ ଥିଲେ। କାରଖାନାର ମାଲିକ ଫେରାର ଥିବା ଅଧିକାରୀମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri