Posted inଖେଳ

ଅଲିମ୍ପିକ୍ସ ଯୋଗ୍ୟତା ଅର୍ଜନରେ ବ୍ରାଜିଲ ବିଫଳ

କାରାକାସ୍‌,୧୩ା୨(ପି.ଟି.): ଫୁଟବଲର ପାଓ୍ବାର ହାଉସ୍‌ ବ୍ରାଜିଲ୍‌ ଫୁଟବଲ ଦଳ ପ୍ୟାରିସ୍‌ ୨୦୨୪ ପାଇଁ ଯୋଗ୍ୟତା ଅର୍ଜନରେ ବିଫଳ ହୋଇଛି। ସୋମବାର ଆର୍ଜେଣ୍ଟିନା ୨୩ ବର୍ଷରୁ କମ୍‌ ଦଳ ନିକଟରୁ ୧-୦ରେ ହାରିବା ସହ ଡିଫେଣ୍ଡିଂ ଚାମ୍ପିୟନ ବ୍ରାଜିଲ ଯୋଗ୍ୟତା ଅର୍ଜନରେ ବିଫଳ ହୋଇଛି। ଦକ୍ଷିଣ ଆମେରିକୀୟ ଅଲିମ୍ପିକ୍ସ ଯୋଗ୍ୟତା ପର୍ଯ୍ୟାୟରୁ ପାରାଗୁଏ ଓ ଆର୍ଜେଣ୍ଟିନା ଯୋଗ୍ୟତା ହାସଲ କରିଛନ୍ତି। ପାରାଗୁଏ ଟେବୁଲ ଶୀର୍ଷରେ ରହିଥିବା ବେଳେ ଆର୍ଜେଣ୍ଟିନା ଦ୍ୱିତୀୟ ସ୍ଥାନରେ ରହିଛି। କାରାକାସ୍‌ର ଦ ବ୍ରିଗିଡୋ ଇରିଆର୍ଟେ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ଆର୍ଜେଣ୍ଟିନା ପକ୍ଷରୁ ଲୁସିଆନୋ ଗୋଣ୍ଡୋଉ ନିର୍ଣ୍ଣାୟକ ଗୋଲ ସ୍କୋର କରିଥିଲେ। ମ୍ୟାଚ୍‌ର ୭୮ତମ ମିନିଟ୍‌ରେ ଭାଲେଣ୍ଟିନୋ ବାର୍ସୋଙ୍କ କ୍ରସ୍‌କୁ ହେଡ୍‌ କରି ସେ ଏହି ଗୋଲ ଦେଇଥିଲେ। ଅନ୍ୟ ଏକ ମ୍ୟାଚ୍‌ରେ ଭେନେଜୁଏଲାକୁ ୨-୦ରେ ପରାସ୍ତ କରି ପାରାଗୁଏ ଟେବୁଲ ଶୀର୍ଷରେ ରହିଥିଲା। ଆର୍ଜେଣ୍ଟିନା ସହ ମ୍ୟାଚ୍‌ ଡ୍ର ରଖିଥିବା ବେଳେ ବ୍ରାଜିଲ ବିପକ୍ଷରେ ବିଜୟ ହାସଲ କରିଥିଲା ପାରାଗୁଏ। ଏହି ଦଳରେ କେହି ତାରକା ଖେଳାଳି ନ ଥିଲେ ମଧ୍ୟ ଏହାର ପ୍ରଦର୍ଶନରେ ଫରକ ପଡ଼ି ନ ଥିଲା। ଆର୍ଜେଣ୍ଟିନା କୋଚ୍‌ ଜାଭିୟର ମାସ୍କେରାନୋ ଆକ୍ରମଣାତ୍ମକ ଆଭିମୁଖ୍ୟ ଆପଣେଇଥିବା ବେଳେ ବ୍ରାଜିଲ କୋଚ୍‌ ରାମୋନ ମେଞ୍ଜେସ୍‌ ରକ୍ଷଣାତ୍ମକ ଢଙ୍ଗରେ ଖେଳିଥିଲେ। ପ୍ରଥମାର୍ଦ୍ଧରେ ଆର୍ଜେଣ୍ଟିନା ଚାପ ସୃଷ୍ଟି କରିଥିଲେ ହେଁ ଗୋଲ କରିବାରେ ବିଫଳ ହୋଇଥିଲା।
୨୦ ବର୍ଷ ପରେ ପ୍ରଥମ ଥର ପାଇଁ ବ୍ରାଜିଲ ଫୁଟବଲ ଦଳ ଅଲିମ୍ପିକ୍ସ ଯୋଗ୍ୟତା ଅର୍ଜନରେ ବିଫଳ ହୋଇଛି। ୨୦୦୪ରେ ଶେଷ ଥର ପାଇଁ ଦଳ ଯୋଗ୍ୟତା ହାସଲରେ ବିଫଳ ହୋଇଥିଲା। ୧୯୫୨ରେ ପ୍ରଥମ ଥର ଅଲିମ୍ପିକ୍ସରେ ଅଂଶଗ୍ରହଣ କରିଥିବା ବ୍ରାଜିଲ ଦୁଇ ଥର ସ୍ବର୍ଣ୍ଣ ପଦକ ହାସଲ କରିଛି। ୨୦୧୬ ରିଓ ଏବଂ ୨୦୨୦ ଟୋକିଓ ଅଲିମ୍ପିକ୍ସରେ ଦଳ ସ୍ବର୍ଣ୍ଣ ପଦକ ହାସଲ କରିବାରେ ସମର୍ଥ ହୋଇଥିଲା। ଏହା ବ୍ୟତୀତ ଦଳ ୩ ଥର ରୌପ୍ୟ ଓ ୨ ଥର ବ୍ରୋଞ୍ଜ ପଦକ ହାସଲରେ ସମର୍ଥ ହୋଇଛି। ସିନିୟର ବର୍ଗରେ ବିଶ୍ୱ ଚାମ୍ପିୟନ ଆର୍ଜେଣ୍ଟିନା ମଧ୍ୟ ୨ ଥର ଅଲିମ୍ପିକ୍ସ ଚାମ୍ପିୟନ ରହିଛି। ୨୦୦୪ ଏଥେନ୍ସ ଓ ୨୦୦୮ ବେଜିଂ ଅଲିମ୍ପିକ୍ସରେ ଦଳ ସ୍ବର୍ଣ୍ଣ ପଦକ ହାସଲ କରିଥିଲା। ୨୦୦୮ରେ ଲିଓନେଲ ମେସି ଏହି ଦଳର ନେତୃତ୍ୱ ନେଇଥିଲେ। ଅନ୍ୟପକ୍ଷରେ ପାରାଗୁଏ ଏହାର ଦ୍ୱିତୀୟ ଅଲିମ୍ପିକ୍ସ ପଦକ ଲକ୍ଷ୍ୟରେ ରହିଛି। ଶେଷ ଥର ପାଇଁ ୨୦୦୪ରେ ଏହା ଆର୍ଜେଣ୍ଟିନା ନିକଟରୁ ପରାଜିତ ହୋଇ ରୌପ୍ୟ ପଦକ ହାସଲ କରିଥିଲା। ଉଲ୍ଲେଖଯୋଗ୍ୟ ଯେ, ଅଲିମ୍ପିକ୍ସ ଫୁଟବଲରେ ୨୩ ବର୍ଷରୁ କମ୍‌ ଦଳକୁ ଖେଳିବାର ସୁଯୋଗ ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

ଡିପଫେକ୍‌ରେ ଗମ୍ଭୀର: ଆପତ୍ତିଜନକ ପୋଷ୍ଟ ହଟାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬ା୩: ଦିଲ୍ଲୀ ହାଇକୋର୍ଟ ଗୁଗଲ, ମେଟା ଓ ଆମାଜନ ଭଳି ଅଗ୍ରଣୀ ଟେକ୍‌ ପ୍ଲାଟଫର୍ମକୁ ପୂର୍ୱତନ କ୍ରିକେଟର ତଥା ବର୍ତ୍ତମାନ ଭାରତୀୟ ଦଳର ମୁଖ୍ୟ କୋଚ୍‌ ଗୌତମ…

IPL 2026: ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କଲା BCCI, ୧୨ ସହରରେ ମୁକାବିଲା, ମାର୍ଚ୍ଚ ୨୮ରୁ ଆରମ୍ଭ ହେବ…

ନୂଆଦିଲ୍ଲୀ,୨୬।୩: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ। ବିସିସିଆଇ (BCCI) ପକ୍ଷରୁ ଆଇପିଏଲ ୨୦୨୬ (IPL 19th Season)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଆସନ୍ତାମାର୍ଚ୍ଚ ୨୮ ତାରିଖରୁ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri