Posted inଖେଳ

ବ୍ରାଜିଲ ଭଲିବଲର ସସ୍‌ପେଣ୍ଡ

ସାଓ ପାଉଲୋ, ୫ା୪ (ଏପି): ଅନ୍‌ଲାଇନ୍‌ରେ ରାଷ୍ଟ୍ରପତି ଲୁଇଜ୍‌ ଇନାସିଓ ଲୁଲା ଡା ସିଲ୍‌ଭାଙ୍କୁ ଦୁର୍ବ୍ୟବହାର ପାଇଁ ଅଲିମ୍ପିକ ଭଲିବଲ ସ୍ବର୍ଣ୍ଣ ବିଜେତା ଓ୍ବାଲେସ୍‌ ଡି’ସୋଜା ବ୍ରାଜିଲ ଅଲିମ୍ପିକ କମିଟି ଦ୍ୱାରା ଏକ ବର୍ଷ ସସ୍‌ପେଣ୍ଡ ହୋଇଛନ୍ତି। ସୋସିଆଲ ମିଡିଆରେ ହିଂସାକୁ ପ୍ରୋତ୍ସାହନ ଓ ଉତ୍ସାହିତ କରିବା ସାଙ୍ଗକୁ ନୈତିକ ବିରୋଧୀ କାର୍ଯ୍ୟ ଯୋଗୁ କମିଟି ଏଥିକ୍ସ କାଉନ୍‌ସିଲ ସୋମବାର ସର୍ବସମ୍ମତି କ୍ରମେ ଡି’ସୋଜାଙ୍କୁ ସସ୍‌ପେଣ୍ଡ କରିବା ଲାଗି ନିଷ୍ପତ୍ତି ନେଇଥିଲା। ପୂର୍ବରୁ ସେ ଜାନୁୟାରୀ ୩୧ରୁ କ୍ଲବ କାର୍ଯ୍ୟକଳାପରୁ ସସ୍‌ପେଣ୍ଡ ହୋଇ ସାରିଥିଲେ। ସେତେବେଳେ ଅଲିମ୍ପିକ କମିଟି ରୁଲିଂ ଯୋଗୁ ଡି’ସୋଜାଙ୍କୁ ୯୦ ଦିନ ଧରି ଜାତୀୟ ପ୍ରତିଯୋଗିତାଗୁଡ଼ିକରେ ଭାଗନେଇ ପାରି ନ ଥିଲେ। ଫଳରେ ସେ ବ୍ରାଜିଲର ଟପ୍‌ ଭଲିବଲ ଲିଗ୍‌ରେ ଖେଳିପାରି ନ ଥିଲେ। ଡି’ସୋଜା ବ୍ରାଜିଲିଆନ ସୁପରଲିଗ୍‌ର ଅନ୍ୟତମ ଟାଇଟଲ ଫେଭରାଇଟ୍‌ କ୍ରୁଜିରୋ ତରଫରୁ ଖେଳିଥାନ୍ତି। ଡି’ସୋଜାଙ୍କ ସହାୟଚାରେ ବ୍ରାଜିଲ ୨୦୧୬ ରିଓ ଡି’ ଜେନିରୋ ଅଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ଜିତିଥିଲା। ସେ ଇତିମଧ୍ୟରେ ଅନ୍ତର୍ଜାତୀୟ ପ୍ରତିଯୋଗିତାରୁ ଅବସର ନେଇସାରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

PEOଙ୍କୁ ଗିରଫ କଲା ଭିଜିଲାନ୍ସ: ଆୟଠାରୁ ଅଧିକ ସମ୍ପତ୍ତି ରଖିବା ଅଭିଯୋଗରେ ହୋଇଥିଲା ଚଢାଉ

ବଞ୍ଚୋ,୩୧।୧୨ (ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଥିବା ବେଳେ ଆଜି ତାଙ୍କୁ ଗିରଫ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri