Posted inଖେଳ

ବ୍ରାଜିଲ ଭଲିବଲର ସସ୍‌ପେଣ୍ଡ

ସାଓ ପାଉଲୋ, ୫ା୪ (ଏପି): ଅନ୍‌ଲାଇନ୍‌ରେ ରାଷ୍ଟ୍ରପତି ଲୁଇଜ୍‌ ଇନାସିଓ ଲୁଲା ଡା ସିଲ୍‌ଭାଙ୍କୁ ଦୁର୍ବ୍ୟବହାର ପାଇଁ ଅଲିମ୍ପିକ ଭଲିବଲ ସ୍ବର୍ଣ୍ଣ ବିଜେତା ଓ୍ବାଲେସ୍‌ ଡି’ସୋଜା ବ୍ରାଜିଲ ଅଲିମ୍ପିକ କମିଟି ଦ୍ୱାରା ଏକ ବର୍ଷ ସସ୍‌ପେଣ୍ଡ ହୋଇଛନ୍ତି। ସୋସିଆଲ ମିଡିଆରେ ହିଂସାକୁ ପ୍ରୋତ୍ସାହନ ଓ ଉତ୍ସାହିତ କରିବା ସାଙ୍ଗକୁ ନୈତିକ ବିରୋଧୀ କାର୍ଯ୍ୟ ଯୋଗୁ କମିଟି ଏଥିକ୍ସ କାଉନ୍‌ସିଲ ସୋମବାର ସର୍ବସମ୍ମତି କ୍ରମେ ଡି’ସୋଜାଙ୍କୁ ସସ୍‌ପେଣ୍ଡ କରିବା ଲାଗି ନିଷ୍ପତ୍ତି ନେଇଥିଲା। ପୂର୍ବରୁ ସେ ଜାନୁୟାରୀ ୩୧ରୁ କ୍ଲବ କାର୍ଯ୍ୟକଳାପରୁ ସସ୍‌ପେଣ୍ଡ ହୋଇ ସାରିଥିଲେ। ସେତେବେଳେ ଅଲିମ୍ପିକ କମିଟି ରୁଲିଂ ଯୋଗୁ ଡି’ସୋଜାଙ୍କୁ ୯୦ ଦିନ ଧରି ଜାତୀୟ ପ୍ରତିଯୋଗିତାଗୁଡ଼ିକରେ ଭାଗନେଇ ପାରି ନ ଥିଲେ। ଫଳରେ ସେ ବ୍ରାଜିଲର ଟପ୍‌ ଭଲିବଲ ଲିଗ୍‌ରେ ଖେଳିପାରି ନ ଥିଲେ। ଡି’ସୋଜା ବ୍ରାଜିଲିଆନ ସୁପରଲିଗ୍‌ର ଅନ୍ୟତମ ଟାଇଟଲ ଫେଭରାଇଟ୍‌ କ୍ରୁଜିରୋ ତରଫରୁ ଖେଳିଥାନ୍ତି। ଡି’ସୋଜାଙ୍କ ସହାୟଚାରେ ବ୍ରାଜିଲ ୨୦୧୬ ରିଓ ଡି’ ଜେନିରୋ ଅଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ଜିତିଥିଲା। ସେ ଇତିମଧ୍ୟରେ ଅନ୍ତର୍ଜାତୀୟ ପ୍ରତିଯୋଗିତାରୁ ଅବସର ନେଇସାରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri