Posted inଫୁରସତ

୧୮୫ କିଲୋ ଓଜନର ରୁଟି

ଜୟପୁର: ଘରେ ରୁଟି ତିଆରି ହେଉଥିବା ତ ସମସ୍ତେ ଦେଖିଥିବେ। ହେଲେ ଜଣେ ବ୍ୟକ୍ତି ତାଙ୍କ ଜନ୍ମଦିନରେ ଏପରି ଏକ ରୁଟି ପ୍ରସ୍ତୁତ କରିଛନ୍ତି, ଯାହା ଗିନିଜ୍‌ ବୁକ୍‌ ଅଫ୍‌ ୱାଲର୍‌ଡ ରେକର୍ଡରେ ସାମିଲ ହୋଇଛି। ରାଜସ୍ଥାନର ଭିଲୱାଡା ସହରର କୈଳାସ ସୋନି ତାଙ୍କ ଜନ୍ମଦିନକୁ ଭିନ୍ନ ଢଙ୍ଗରେ ପାଳିଛନ୍ତି। ସେ ୧୮୫ କିଲୋ ଓଜନର ଏକ ବଡ଼ ରୁଟି ତିଆରି କରିଛନ୍ତି। ପୂର୍ବରୁ ଜାମନଗରର ଜଣେ ବ୍ୟକ୍ତି ୧୪୫ କିଲୋ ଓଜନର ଏକ ରୁଟି ପ୍ରସ୍ତୁତ କରି ଏହି ରେକର୍ଡ କରିଥିଲେ। ଅନେକ ବ୍ୟକ୍ତି ତାଙ୍କ ଜନ୍ମଦିନକୁ ମନେରଖିବା ପାଇଁ ଭିନ୍ନ ଭିନ୍ନ ଉପାୟ ଅବଲମ୍ବନ କରୁଥିବାବେଳେ କୈଳାସ ନିଜ ସହରର ନାମ ରଖିବାକୁ ସେ ବିଶ୍ୱର ସବୁଠୁ ବଡ଼ ରୁଟି ତିଆରି କରିବାକୁ ନିଷ୍ପତ୍ତି ନେଇଥିଲେ। ଏଥିପାଇଁ ଦେଶର ବିଭିନ୍ନ ରାଜ୍ୟରୁ ୨୧ ଜଣ କାରିଗର ନିଯୁକ୍ତ ହୋଇଥିଲେ। ରୁଟି ପାଇଁ ୨ ହଜାର ଇଟାରେ ମଧ୍ୟ ଚୁଲି ପ୍ରସ୍ତୁତ କରାଗଲା। ଏଥିରେ ୨ ହଜାର କିଲୋ କୋଇଲା ଏବଂ ଶୁଦ୍ଧ ମାଟି ମଧ୍ୟ ମିଶାଯାଇଥିଲା। ରୁଟି ପାଇଁ ୧୭୧ କିଲୋ ଅଟା ଏବଂ ମଇଦା, ୧୫ କିଲୋ ଦେଶୀ ଘିଅ, ୫୦ ଲିଟର ପାଣିର ବ୍ୟବହାର କରାଯାଇଥିଲା। ରୁଟିକୁ ତିଆରି ସକାଳୁ ଆରମ୍ଭ ହୋଇଥିବାବେଳେ ଅପରାହ୍ନ ୫ଟା ୩୦ ସମୟରେ ସରିଥିଲା। ହରି ସେବା ଉଦାସୀନ ଆଶ୍ରମରେ ରୁଟି ପ୍ରସ୍ତୁତ ହେବା ପରେ ଏଠାକୁ ଆସିଥିବା ଭକ୍ତଙ୍କୁ ଏକ ତରକାରି ସହିତ ରୁଟିକୁ ପ୍ରସାଦ ରୂପରେ ବଣ୍ଟାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri