ଜିରୋନାଇଟ୍‌ ସେଲିବ୍ରେଶନରେ ବ୍ରେକ୍‌

ଭୁବନେଶ୍ୱର,୧ା୧୨(ବ୍ୟୁରୋ):ଗତବର୍ଷ ଭଳି ଏଥର ମଧ୍ୟ ନୂଆବର୍ଷ ପାଳନ ଫିକା ପଡ଼ିବ। ରାଜ୍ୟରେ ଏଥର ଜିରୋନାଇଟ୍‌ ସେଲିବ୍ରେଶନ ହୋଇପାରିବ ନାହିଁ। ମଙ୍ଗଳବାର ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ଡିସେମ୍ବର ମାସର କୋଭିଡ୍‌ ଗାଇଡ୍‌ଲାଇନରେ ଏହା ସ୍ପଷ୍ଟ କରାଯାଇଛି। କରୋନା ସଂକ୍ରମଣ ବଢ଼ିବା ଆଶଙ୍କା କରି ସରକାର ଏଭଳି ପଦକ୍ଷେପ ନେଇଛନ୍ତି। ଗାଇଡ୍‌ଲାଇନ ଅନୁଯାୟୀ ନୂଆବର୍ଷ ପାଇଁ ଡିସେମ୍ବର ୩୧ରେ ହୋଟେଲ୍‌, ରେଷ୍ଟୁରାଣ୍ଟ, କ୍ଲବ୍‌, ପାର୍କରେ ଜିରୋନାଇଟ୍‌ ପାଳନକୁ ବାରଣ କରାଯାଇଛି। ସେହିପରି ପ୍ରେକ୍ଷାଳୟ, କଲ୍ୟାଣ ମଣ୍ଡପ ଆଦି ସର୍ବସାଧାରଣ ସ୍ଥାନରେ ମଧ୍ୟ ସେଲିବ୍ରେଶନ କରିବାକୁ ମନା କରାଯାଇଛି। ଏଥିସହିତ ଡିସେମ୍ବର ୩୧ ଓ ଜାନୁୟାରୀ ୧ରେ ପିକ୍‌ନିକ୍‌ କରିବାକୁ ମଧ୍ୟ ସରକାର ବାରଣ କରିଛନ୍ତି।
ସେହିପରି ଅନ୍ୟ କୌଣସି ସ୍ଥାନରେ ଅଧିକ ସଂଖ୍ୟକ ଲୋକ ଏକାଠି ହୋଇ ଜିରୋନାଇଟ୍‌ ସେଲିବ୍ରେଶନ କରିବାକୁ ମଧ୍ୟ ବାରଣ କରାଯାଇଛି। କରୋନା ଯୋଗୁ ଚଳିତ ବର୍ଷ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଓ ପୂଜା ପାର୍ବଣ ଉପରେ କଟକଣା ଲଗାଯାଇଛି।
ଯେହେତୁ ଜିରୋନାଇଟ୍‌ରେ ଲୋକଙ୍କର ଗହଳି ଅଧିକ ହେବ, ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। କରୋନାର ନୂଆ ଭାରିଆଣ୍ଟ ଯୋଗୁ ସଂକ୍ରମଣ ମାମଲା ବଢ଼ୁଥିବାରୁ ରାଜ୍ୟ ସରକାର ଆଗୁଆ ପଦକ୍ଷେପ ନେବା ଆରମ୍ଭ କରିଛନ୍ତି। ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆରସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ହୋଇଥିବା ଗାଇଡ୍‌ଲାଇନ ଡିସେମ୍ବର ୧ରୁ ଜାନୁୟାରୀ ୧ ଯାଏ ବଳବତ୍ତର ରହିବ ।
ପୂର୍ବଭଳି ସମସ୍ତ ସହରାଞ୍ଚଳରେ ରାତ୍ରିକାଳୀନ କର୍ଫ୍ୟୁ ରାତି ୧୦ଟାରୁ ସକାଳ ୫ଟା ଯାଏ ବଳବତ୍ତର ରହିବ। ସାମାଜିକ, ଧାର୍ମିକ ଓ ରାଜନୈତିକ କାର୍ଯ୍ୟକ୍ରମ ହୋଇପାରିବ ନାହିଁ। ବାଣିଜ୍ୟ ମେଳା, ପ୍ରଦର୍ଶନୀ ମଧ୍ୟ ବନ୍ଦ ରହିବ। ତେବେ ଯାତ୍ରା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ସ୍ଥାନୀୟ ପ୍ରଶାସନ ଅନୁମତି କ୍ରମେ ସର୍ବାଧିକ ୨ ହଜାର ଲୋକଙ୍କୁ ନେଇ ହୋଇପାରିବ। କୋଭିଡ୍‌ କଟକଣା ମଧ୍ୟରେ ୫୦% ସିଟ୍‌ କ୍ଷମତାରେ ସିନେମା ହଲ୍‌ ଚାଲିବ। ବାହାଘର, ବ୍ରତ ଓ ଅନ୍ତ୍ୟେଷ୍ଟିକ୍ରିୟାରେ ସର୍ବାଧିକ ୨୫୦ ଜଣ ସାମିଲ ହୋଇପାରିବେ।
ରାତ୍ରିକାଳୀନ କର୍ଫ୍ୟୁ ସମୟରେ ଜରୁରିକାଳୀନ ସେବା, ସ୍ବାସ୍ଥ୍ୟସେବା, ଜଳ ଯୋଗାଣ, ବିଦ୍ୟୁତ୍‌, ନିର୍ମାଣ କାର୍ଯ୍ୟ, କୋଭିଡ୍‌ ପରୀକ୍ଷା ଓ ଟିକାକରଣ ଆଦି କାର୍ଯ୍ୟ ଚାଲୁ ରହିବ। ବିମାନବନ୍ଦର, ପରିବହନ ଏବଂ ଜରୁରିକାଳୀନ ସେବାରେ ନିୟୋଜିତ ବ୍ୟକ୍ତିମାନେ ନିଜର ପରିଚୟପତ୍ର ଦେଖାଇ ଯାତାୟାତ କରିପାରିବେ। ବିମାନବନ୍ଦର, ରେଳଷ୍ଟେଶନ ଏବଂ ବସ୍‌ଷ୍ଟାଣ୍ଡରୁ ଅଟୋରିକ୍ସା ବା କ୍ୟାବ୍‌ ଚାଳକମାନେ ଯାତ୍ରୀ ନେବାଆଣିବା କରିପାରିବେ।
ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନ ସକାଳ ୫ଟାରୁ ରାତି ୧୦ଟା ଯାଏ ଖୋଲା ରହିବ। ବ୍ୟବସାୟ ସମୟରେ ଦୋକାନ ମାଲିକ, ମଲ୍‌ ପରିଚାଳନା କର୍ତ୍ତୃପକ୍ଷ ଗ୍ରାହକମାନେ ଯେପରି କୋଭିଡ୍‌ ନିୟମ ଉଲ୍ଲଂଘନ ନ କରିବେ ତାହା ନିଶ୍ଚିତ କରିବେ। ଶାରୀରିକ ଦୂରତା, ମାସ୍କ ପିନ୍ଧିବା, ସାବୁନ କିମ୍ବା ସାନିଟାଇଜରରେ ହାତ ଧୋଇବା ଉପରେ ଗୁରୁତ୍ୱ ଦିଆଯାଇଛି। ଏହାକୁ ଉଲ୍ଲଂଘନ କଲେ ଆପରାଧିକ ମାମଲା ରୁଜୁ କରାଯିବ। ତେବେ ସ୍ଥଳ ବିଶେଷରେ ଜିଲାପାଳ ଓ ମହାନଗର ନିଗମ କମିଶନର, ପୋଲିସ କମିଶନର ମଧ୍ୟ ନିଜ କ୍ଷମତା ଉପଯୋଗ କରି ଅତିରିକ୍ତ କଟକଣା ଜାରି କରିପାରିବେ ବୋଲି ଏସ୍‌ଆରସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?