ସମ୍ପୂର୍ଣ୍ଣ ହେବା ଆଗରୁ ଫାଟିଲାଣି ମିଶନ ଶକ୍ତି ଘର

ନୂଆଗାଁ,୧୦।୯(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକର ଅସମ୍ପୂର୍ଣ୍ଣ ମିଶନ ଶକ୍ତି ଗୃହକୁ ମିଶନ ଶକ୍ତି ବିଭାଗକୁ ହସ୍ତାନ୍ତର କରାଯାଇଛି ା ସେଥିମଧ୍ୟରୁ କୌଣସି ଗୃହ ବ୍ୟବହାର ହେଉନାହିଁ । ଫଳରେ ମହିଳାମାନେ କେଉଁଠି ପଞ୍ଚାୟତ ଘରେ ତ ଆଉ କେଉଁଠି କାହା ବାରଣ୍ଡାରେ ବସି ସଭା ସମିତି କରୁଛନ୍ତି। ସିଙ୍ଗାରପଲି ପଞ୍ଚାୟତ ମିଶନ ଶକ୍ତି ଗୃହଟି ସମ୍ପୂର୍ଣ୍ଣ ହୋଇ ନ ଥିଲେ ମଧ୍ୟ ତାହାକୁ ଉଦ୍‌ଘାଟନ କରାଯାଇଛି । ହେଲେ ତାହା କାମରେ ଲାଗୁ ନ ଥିବା ଅଭିଯୋଗ ହେଉଛି ।
ମହିଳାମାନେ ଏକତ୍ର ହେବା ପାଇଁ ପ୍ରତି ପଞ୍ଚାୟତରେ ମିଶନ ଶକ୍ତି ଗୃହ ନିର୍ମାଣ ଲାଗି ୫ ଲକ୍ଷ ଟଙ୍କା ଅନୁଦାନ ପ୍ରଦାନ କରାଯାଇଛି। ନୂଆଗାଁ ବ୍ଲକର ୨୨ ପଞ୍ଚାୟତ ମଧ୍ୟରୁ ଅଦ୍ୟାବଧି ୧୭ ମିଶନ ଶକ୍ତି ଗୃହ ସମ୍ପୃକ୍ତ ବିଭାଗକୁ ବ୍ଲକ ପ୍ରଶାସନ ହସ୍ତାନ୍ତର କରିଛି । କାପ୍ତାପଲି ପଞ୍ଚାୟତର ମିଶନ ଶକ୍ତି ଗୃହକୁ ଛାଡି ଦେଲେ ଅନ୍ୟ ସମସ୍ତ ଗୃହ ଅସମ୍ପୂର୍ଣ୍ଣ ହୋଇ ରହିଛି ା ଏଥିପାଇଁ କୌଣସି ଗୃହ କାମରେ ଲାଗି ପାରୁନି । ଅଧିକାଂଶ ଗୃହରେ ବିଦ୍ୟୁତ୍‌ ସଂଯୋଗ , ପାନୀୟ ଜଳର ଅଭାବ ସହ ଶୌଚାଳୟ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇ ନାହିଁ । ସିଙ୍ଗାରପଲି ମିଶନ ଶକ୍ତି ଗୃହର ନିର୍ମାଣ କାର୍ଯ୍ୟ ନ୍ୟୁନମାନର ହୋଇଥିବାରୁ ଘର କାନ୍ଥରେ ଫାଟ ସୃଷ୍ଟି ହେବା ସହ ପ୍ଳାଷ୍ଟର ଛାଡ଼ି ଗଲାଣି। ଶୌଚାଳୟରେ ଆନୁସଙ୍ଗିକ ସାମଗ୍ରୀ ଲାଗି ନାହିଁ ା ଏପରି କି ବିଦ୍ୟୁତ୍‌ ସଂଯୋଗ ହୋଇ ନ ଥିବା ବେଳେ ପାଣିର ବ୍ୟବସ୍ଥା କରାଯାଇ ନାହିଁ। ଏତେସବୁ ସମସ୍ୟା ମଧ୍ୟରେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଓ ଅନ୍ୟ ଅତିଥିମାନଙ୍କ ଦ୍ୱାରା ୨୦୨୧ ଡିସେମ୍ବର ୨୦ରେ ସେହି ଅସମ୍ପୂର୍ଣ୍ଣ ଗୃହର ଉଦ୍‌ଘାଟନ କରାଯାଇଥିଲା । ହେଲେ ଅଦ୍ୟାବଧି ତାହା ସମ୍ପୂର୍ଣ୍ଣ ହୋଇ ପାରିଲା ନାହିଁ କିମ୍ବା କାମରେ ଲାଗି ପାରି ନାହିଁ । ଏ ବାବଦରେ ନୂଆଗାଁ ବ୍ଲକ ମିଶନ ଶକ୍ତି ସଂଯୋଜକ ଦିଲୀପ କୁମାର ନାୟକଙ୍କୁ ପଚାରିବାରେ ହସ୍ତାନ୍ତର ହୋଇଥିବା ଗୃହରେ ଅନେକ ସମସ୍ୟା ରହିଥିବାରୁ ସେଗୁଡିକ ବ୍ୟବହାର କରିବା ସମ୍ଭବ ହେଉ ନ ଥିବା କହିଛନ୍ତି ା ନୂଆଗାଁ ସହକାରୀ ଯନ୍ତ୍ରୀ ରାଜେନ୍ଦ୍ର କୁମାର ପଣ୍ଡାଙ୍କୁ ପଚାରିବାରେ ମୁଁ ମିଶନ ଶକ୍ତି ଦାୟିତ୍ୱରେ ଥିବା ଅଧିକାରୀଙ୍କ ସହ ଏ ସଂକ୍ରାନ୍ତରେ ଆଲୋଚନା କରିବି। ଯାହା ସମସ୍ୟା ଅଛି ସେଥିରେ ସୁଧାର ଆଣିବାକୁ ଚେଷ୍ଟା କରିବି ବୋଲି କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ବିବାଦ ଘନେଇଲା,ତହସିଲଦାରଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୧୦। ୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଥିବା ଇଣ୍ଡିଆନ୍ ଓଭରସିଜ ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ଗ୍ରାମର ଦୁଇ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

୧୭ରେ ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘ ନିର୍ବାଚନ: ନାମାଙ୍କନ କଲେ ୩୬ ପ୍ରାର୍ଥୀ…

ଛତ୍ରପୁର,୧୦ା୧୦ (ଦିଲୀପ ସାମଲ)-ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘର କର୍ମକର୍ତ୍ତା ନିର୍ବାଚନ ଫେବୃଆରୀ ୧୭ ତାରିଖରେ ଅନୁଷ୍ଠିତ ହେବ। ସଂଘର ବିଭିନ୍ନ ପଦ ପଦବୀ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

ରାୟଗଡ଼ା କୋର୍ଟରେ ହାଜର ହେଲେ ମାଓବାଦୀ ନେତା ଆଜାଦ୍‌: ବନ୍ଧୁକ ମୁନରେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)-ନାବାଳିକାଙ୍କୁ ବଳାତ୍କାର ଓ ନିର୍ଯାତନା ଅଭିଯୋଗ ମାମଲାରେ ମାଓବାଦୀ ନେତା ଆଜାଦ୍‌ ଓରଫ୍‌ ଦୁନା କେଶବ ରାଓ ମଙ୍ଗଳବାର ରାୟଗଡ଼ା ପୋକ୍‌ସୋ କୋର୍ଟରେ ହାଜର…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri