Posted inଜାତୀୟ

ଦୈନିକ ସଂକ୍ରମଣରେ ବ୍ରେକ୍‌…

ନୂଆଦିଲ୍ଲୀ, ୨୪।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାରରେ ବୃଦ୍ଧି ଘଟିଛି। ସେହିପରି ସୁସ୍ଥତା ହାରରେ ମଧ୍ୟ ବୃଦ୍ଧି ହୋଇଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୬୫ ହଜାର ଟପିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୭ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଏହା ୭,୧୭୮ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧୦,୧୧୨ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୮ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨୯ ଥିଲା।

ଏହି ସମୟରେ ସକ୍ରିୟ ମାମଲା ୬୫ ହଜାର ୬୮୩ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୬୭ ହଜାର ୮୦୬ ଥିଲା। ସେହିପରି ୨୪ ଘଣ୍ଟାରେ ୯,୦୧୧ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୯,୮୩୩ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୩୪୫ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୮ ଲକ୍ଷ ୯୮ ହଜାର ୮୯୩ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୩ ଲକ୍ଷ ୧ ହଜାର ୮୬୫ ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଦୈନିକ ସଂକ୍ରମଣରେ ପୂର୍ବଦିନ ତୁଳନାରେ ୧୭ ପ୍ରତିଶତ ହ୍ରାସ ଦେଖିବାକୁ ମିଳିଛି।

 


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ 29 ବଲ ରୁ 94 ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ 15 ବର୍ଷୀୟ ଖେଳାଳି ଶତକରୁ…

ଛକା ଚୌକା ବର୍ଷା କରି ସଭିଙ୍କୁ ପୁଣି ଚକିତ କଲେ ବୈଭବ ସୂର୍ଯ୍ୟବଂଶୀ, କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୧।୬: ବୈଭବ ସୂର୍ଯ୍ୟବଂଶୀ ଲିଷ୍ଟ ଏ କ୍ରିକେଟର ଇତିହାସରେ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିଛନ୍ତି। ତ୍ରି-ସିରିଜ ଫାଇନାଲରେ ସେ ଶ୍ରୀଲଙ୍କା ଏ ବିପକ୍ଷରେ ମାତ୍ର ୧୧ ବଲରେ…

NDAରେ ସାମିଲ ହେବ DMK? ଶେଷ ପ୍ରତିବନ୍ଧକ ଦୂର, ମୋଦି ସରକାର ଖୁବ ଶୀଘ୍ର ଲୋକ ସଭାରେ ୩୬୦ ଆସନ ହାସଲ କରିବାକୁ ଯାଉଛି

ନୂଆଦିଲ୍ଲୀ,୨୧।୬: ତାମିଲନାଡୁ ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ଦ୍ରାବିଡ଼ ମୁନ୍ନେତ୍ର କାଝଗମ (DMK)ର ଦୀର୍ଘକାଳୀନ ସହଯୋଗୀ ଇଣ୍ଡିଆନ ୟୁନିଅନ ମୁସଲିମ ଲିଗ (IUML) ଆନୁଷ୍ଠାନିକ ଭାବରେ…

‘୫୦ ବର୍ଷରେ ୩୦ ବର୍ଷ ଭଳି ଉର୍ଜାଶୀଳ ରୁହନ୍ତୁ’, ଅନ୍ତର୍ଜାତୀୟ ଯୋଗ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା

କୋଲକାତା,୨୧।୬: ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ କୋଲକାତାରେ ଏକ ଯୋଗ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀ…

ଇସ୍ତଫା ଦେବେକି ବ୍ରିଟେନ ପ୍ରଧାନମନ୍ତ୍ରୀ? ୧୦୦ ରୁ ଅଧିକ ଏମପିଙ୍କ ଚାପ….

ଲଣ୍ଡନ,୨୧।୬: ବ୍ରିଟେନ ପ୍ରଧାନମନ୍ତ୍ରୀ କାଇର ଷ୍ଟାରମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନା ତୀବ୍ର ହୋଇଛି । ବ୍ରିଟେନ ଖବରକାଗଜର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଷ୍ଟାରମର ସୋମବାର…

‘ଇଟାଲୀର ଲୋକପ୍ରିୟତା ଆମେରିକା ସହିତ ସମ୍ପର୍କ ଉପରେ ନିର୍ଭର କରେ ନାହିଁ’: ଟ୍ରମ୍ପଙ୍କୁ ମେଲୋନିଙ୍କ କଡ଼ା ଜବାବ

ରୋମ,୨୧।୬: ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଆଜି, ଶନିବାର, ଟ୍ରମ୍ପ ପୁଣି ଥରେ ମେଲୋନିଙ୍କ…

ଇରାନ ଆଗରେ ନଇଁଲେ ଟ୍ରମ୍ପ! କଲେ ବଡ଼ ଘୋଷଣା

ଓ୍ବାଶିଂଟନ,୨୧।୬: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଅନିଶ୍ଚିତତା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି। ଟ୍ରମ୍ପ କହିଛନ୍ତି…

ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପ୍ରାଇମ ଡେ’ର ୧୦ମ ସଂସ୍କରଣ

ଭୁବନେଶ୍ୱର,୨୧।୬: ଆସନ୍ତା ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପକ୍ଷରୁ ପ୍ରାଇମ ଡେ’-୨୦୨୬ର ୧୦ମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି । ଏହା ୪ ଜୁଲାଇ ରାତି ୧୨ଟାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri