Posted inଜାତୀୟ

‘ଇଣ୍ଡିଆ’ ମେଣ୍ଟରେ ଫାଟ! ବୈଠକରେ ଯୋଗଦେବେନି ଅଖିଳେଶ

ନୂଆଦିଲ୍ଲୀ,୫।୧୨: ଡିସେମ୍ବର ୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ବିରୋଧୀ ମେଣ୍ଟ ‘ଇଣ୍ଡିଆ’ରେ ଫାଟ ସୃଷ୍ଟି ହୋଇଛି। ଏହି ବୈଠକରେ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ଅଂଶଗ୍ରହଣ କରିବେ ନାହିଁ ବୋଲି ଜଣାପଡିଛି। ଏହା ହେଉଛି ‘ଇଣ୍ଡିଆ’ର ବରିଷ୍ଠ ନେତାଙ୍କ ଚତୁର୍ଥ ବୈଠକ। ଅଖିଳେଶ ପୂର୍ବ ତିନୋଟି ବୈଠକରେ ଯୋଗ ଦେଇଥିଲେ। ମଧ୍ୟପ୍ରଦେଶ ନିର୍ବାଚନରେ ସୃଷ୍ଟି ହୋଇଥିବା ବିବାଦ ଯୋଗୁ ସେ ଏଥର ବୈଠକରେ ଯୋଗ ଦେବେନି।
କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏହି ବୈଠକ ପାଇଁ ‘ଇଣ୍ଡିଆ’ର ସମସ୍ତ ୨୮ଟି ଦଳକୁ ଡାକିଛନ୍ତି। ସେ ଏ ବାବଦରେ ଅଖିଳେଶ ଯାଦବଙ୍କ ସହ ମଧ୍ୟ କଥା ହୋଇଛନ୍ତି। ଏସପି ସୂତ୍ର ଅନୁଯାୟୀ, ଅଖିଳେଶ ଯାଦବ ଏହି ବୈଠକରେ ଅଂଶଗ୍ରହଣ କରିବେ ନାହିଁ। ତେବେ ଦଳ ପକ୍ଷରୁ ମୁଖ୍ୟ ଶାସନ ସଚିବ ପ୍ରଫେସର ଡା. ରାମ ଗୋପାଳ ଯାଦବ ଏଥିରେ ଅଂଶଗ୍ରହଣ କରିବେ ବୋଲି କୁହାଯାଉଛି।
ମଧ୍ୟପ୍ରଦେଶରେ ନିର୍ବାଚନ ମଣ୍ଡଳୀ ଗଠନ ନ କରିବାକୁ ନେଇ କଂଗ୍ରେସର ନିଷ୍ପତ୍ତିକୁ ଅଖିଳେଶ ଯାଦବ ସମାଲୋଚନା କରଥିଲେ। ଏ ବାବଦରେ ବିଳମ୍ବିତ ରାତିରେ ଆଲୋଚନା ପରେ ଶେଷ ମୁହୂର୍ତ୍ତରେ ଆସନ ଦେବାକୁ କଂଗ୍ରେସ ମନା କରିବା ବିଶ୍ୱାସଘାତକତା ସହିତ ସମାନ ବୋଲି କହିଥିଲେ। ମଧ୍ୟପ୍ରଦେଶ ନିର୍ବାଚନରେ ପ୍ରଚାର ବେଳେ ଅଖିଳେଶ କେବଳ ଭାଜପା ନୁହେଁ, କଂଗ୍ରେସକୁ ମଧ୍ୟ ଟାର୍ଗେଟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri