ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌…

ନୂଆଦିଲ୍ଲୀ, ୨୮।୧୨: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଲଗାତାର ୧୮ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ୬ ହଜାର ୩୫୮ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।

ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୨୯୩ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ୬ ହଜାର ୪୫୦ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୪୦ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୭୫ ହଜାର ୪୫୬ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୦.୭୧ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୦.୬୪ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୨୨ ପ୍ରତିଶତରେ ପହଞ୍ଚିଛି।

ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୮୦ ହଜାର ୨୯୦ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୮ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୧୪୨କୋଟି ୪୭ ଲକ୍ଷରୁ ଅଧିକ ଜଣଙ୍କୁ ଟିକାଦାନ ସରିଛି। ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୪୨ ଲକ୍ଷ ୩୭ ହଜାର ୭୯୫ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନଙ୍କ ସମସ୍ୟା ସମାଧାନ କର

ନୂଆଦିଲ୍ଲୀ,୩ା୪(ଆଇଏଏନ୍‌ଏସ୍‌): ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଦାଦନ ଶ୍ରମିକମାନଙ୍କର ଆପତ୍ତି ଅଭିଯୋଗର ସମାଧାନ ଦିଗରେ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବା ଲାଗି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ...

ଦୀପାବଳି ପୂର୍ବରୁ କାହିଁକି ପାଳନ କରାଯାଏ ଧନତେରସ

ଆଲୋକର ପର୍ବ ଦୀପାବଳିକୁ ନେଇ ଘରେ ଘରେ ଆନନ୍ଦ ପରିଲକ୍ଷିତ ହୋଇଥାଏ। ତେବେ ଦୀପାବଳି ପୂର୍ବରୁ ଧନତେରସ ପାଳନ କରାଯିବାର ବିଧି ରହିଛି। ହେଲେ ଏହି...

ରାଜ୍ୟରୁ ୨୬୯ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୬୯ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୭ ଜଣ କ୍ୱାରାଣ୍ଟାଇନ୍‌ରୁ...

ଲାଲ୍‌ଚୌକରେ ସିଆର୍‌ପିଏଫ୍‌ ଯବାନଙ୍କ ଉପରେ ଆତଙ୍କବାଦୀଙ୍କ ଗ୍ରେନେଡ୍‌ ମାଡ଼

ଶ୍ରୀନଗର,୨।୨: ଆତଙ୍କବାଦୀମାନେ ଜମ୍ମୁ-କଶ୍ମୀରରେ ପୁଣିଥରେ ଗ୍ରେନେଡ୍‌ ମାଡ଼ କରିଛନ୍ତି। ରବିବାର ଶ୍ରୀନଗର ଲାଲ୍‌ଚୌକଠାରେ ମୁତୟନ ଥିବା ସିଆର୍‌ପିଏଫ୍‌ ସି-୧୭୧ ବାଟାଲିୟନ୍‌ ଯବାନଙ୍କ ଉପରେ ଗ୍ରେନେଡ୍‌ ମାଡ଼...

ରାଜ୍ୟରେ କରୋନା ନେଲା ୨ ମୁଣ୍ଡ

ଭୁବନେଶ୍ୱର,୧୮।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ରବିବାର ରାଜ୍ୟରେ କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି।...

ମୁଁ ନୁହେଁ ସାଧାରଣ ଲୋକ, ମତେ ବି ଜଣା ଅଛି ଉତ୍ତର…

ନାସିକ,୨୪।୮: ଜନ ଆଶୀର୍ବାଦ ଯାତ୍ରା ସମୟରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବାରୁ କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେଙ୍କୁ ଗିରଫ କରିବା...

ଦିଲ୍ଲୀ ମେୟର ନିର୍ବାଚନର ଠିକ ପୂର୍ବରୁ ପ୍ରାର୍ଥିପତ୍ର ପ୍ରତ୍ୟାହାର କଲା ଭାଜପା, ନିର୍ବିରୋଧରେ ଜିତିଲେ ଏଏପି ପ୍ରାର୍ଥୀ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ନଗର ନିଗମର ମେୟର ତଥା ଡେପୁଟି ମେୟର ପଦ ପାଇ’ଁବୁଧବାର ଭୋଟ ଗ୍ରହଣ କରାଯିବାର ଥିଲା। ଏଥର ୬ ଥର କାଉନସିଲର ତଥା...

ଦେଶରେ କମୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୩୦।୮: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫,୪୩୯...

Advertisement
Archives

Model This Week