ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌…

ନୂଆଦିଲ୍ଲୀ, ୨୮।୧୨: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଲଗାତାର ୧୮ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ୬ ହଜାର ୩୫୮ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।

ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୨୯୩ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ୬ ହଜାର ୪୫୦ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୪୦ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୭୫ ହଜାର ୪୫୬ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୦.୭୧ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୦.୬୪ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୨୨ ପ୍ରତିଶତରେ ପହଞ୍ଚିଛି।

ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୮୦ ହଜାର ୨୯୦ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୮ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୧୪୨କୋଟି ୪୭ ଲକ୍ଷରୁ ଅଧିକ ଜଣଙ୍କୁ ଟିକାଦାନ ସରିଛି। ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୪୨ ଲକ୍ଷ ୩୭ ହଜାର ୭୯୫ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୟାବହ ସଡ଼କ ଦୁର୍ଘଟଣା: ଗଛକୁ ପିଟିଲା ବସ୍‌, ଆଉ ତା’ପରେ..

ଆନନ୍ଦପୁର,୪/୭(ସୁଶାନ୍ତ କୁମାର ସାହୁ): ଆନ୍ଦପୁରେ ଭୟାବହ ସଡ଼କ ଦୁର୍ଘଟଣା। ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱରେ ଥିବା ଗଛକୁ ଧକ୍କା ଦେଲା ଯାତ୍ରୀବାହୀ ବସ। ଦୁର୍ଘଟଣାରେ ୨ ଜଣ ଗୁରୁତର…

ପରିବେଶ ସୁରକ୍ଷାରେ ଉତ୍ସର୍ଗୀକୃତ ଦମ୍ପତି ସଙ୍ଗୀତା-ସତ୍ୟଜିତ: ୩୦୦ରୁ ଅଧିକ ଘରଚଟିଆ ସଂରକ୍ଷଣ

ଅମରପାଲି,୪ା୭(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ପଞ୍ଚାୟତର ଖଜୁରିଆପାଲି ଗ୍ରାମର ସ୍ବାମୀସ୍ତ୍ରୀ ସତ୍ୟଜିତ ଗଡୁଆ ଓ ସଙ୍ଗୀତା ପାତ୍ର ପରିବେଶ ସୁରକ୍ଷା ଏବଂ ବନ୍ୟପ୍ରାଣୀ…

ଦ୍ୱିଗୁଣ ହେଲା ବୁକର୍‌ ବିଜେତାଙ୍କ ପୁରସ୍କାର ରାଶି

ଲଣ୍ଡନ, ୪ା୭:ବିଶ୍ୱ ସାହିତ୍ୟ ଜଗତର ଅନ୍ୟତମ ପ୍ରତିଷ୍ଠିତ ପୁରସ୍କାର ‘ଅନ୍ତର୍ଜାତୀୟ ବୁକର୍‌ ପୁରସ୍କାର’ ର ନାମ ପରିବର୍ତ୍ତନ କରାଯାଇଛି। ଏଣିକି ଏହା ‘ବୁଖ୍‌ମ୍ୟାନ ଅନ୍ତର୍ଜାତୀୟ ବୁକର୍‌ ପୁରସ୍କାର’…

ଆହୁରି ସକ୍ରିୟ ହେବ ଲଘୁଚାପ: ଆଜି ପ୍ରବଳ ବର୍ଷିବ, ୫ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର,୪ା୭(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ସକ୍ରିୟ ହେବାରେ ଲାଗିଛି। ଏହାସହ ସମ୍ପୃକ୍ତ ଘୂର୍ଣ୍ଣିବଳୟ ସମୁଦ୍ର…

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri