ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌…

ନୂଆଦିଲ୍ଲୀ, ୨୬।୨ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ୧୨ହଜାର ତଳେ ରହିଛି। ଦୈନିକ ସଂକ୍ରମଣ ୧୧ ହଜାର ୪୯୯ରେ ପହଞ୍ଚିଛି। ଦେଶରେ କରୋନାରେ ଏହି ସମୟ ମଧ୍ୟରେ ୨୫୫ ଜଣଙ୍କ ମୃତ୍ୟୁ ଘଟିଛି। ଗତ ୨୪ ଘଣ୍ଟାରେ ୨୩ ହଜାର ୫୯୮ ଜଣ ସୁସ୍ଥ ହୋଇଛନ୍ତି।

ଅପରପକ୍ଷରେ ସକ୍ରିୟ ମାମଲା କମିବାରେ ଲାଗିଛି। ଏହି ସମୟରେ ସକ୍ରିୟ ମାମଲା ୧ ଲକ୍ଷ ୨୧ ହଜାର ୮୮୧ ରେ ପହଞ୍ଚିିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୧୩ ହଜାର ୪୮୧ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୨୯ ଲକ୍ଷ ୫ ହଜାର ୮୪୪ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୨ ଲକ୍ଷ ୭୦ ହଜାର ୪୮୨ ଜଣ ସୁସ୍ଥ ହୋଇ ସାରିଛନ୍ତି।

ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୭୭ କୋଟି ୨୦ ଲକ୍ଷ ଟପିଛି। ସେଥିମଧ୍ୟରେ ୯୦ କୋଟି ୯୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୬ କୋଟି ୨୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।

ଗତ ୨୪ ଘଣ୍ଟାରେ କେରଳର ସର୍ବାଧିକ ୩,୫୮୧ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ମହାରାଷ୍ଟ୍ରରେ ୯୭୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଜଳୁଛି ଇରାନ! ଅନେକ ସହରରେ ବିସ୍ଫୋରଣ ପରେ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ବଡ଼ ଚାଲ୍ ଖେଳୁଛନ୍ତି…

ଓ୍ବାଶିଂଟନ,୧୦।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟର ଶେଷ ଦିନରେ ହଜାର ହଜାର ଲୋକ ଏକାଠି ହୋଇଥିଲେ। ତାଙ୍କ ପୁଅ ମୁସ୍ତାଫା ଖାମେନେଇ…

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…

ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍‌ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ଦେଶବ୍ୟାପୀ ମୌସୁମୀ ବର୍ଷାର ତାଣ୍ଡବ, ଜନଜୀବନ ଅସ୍ତବ୍ୟସ୍ତ

ନୂଆଦିଲ୍ଲୀ,୧୦।୭ (ପି.ଟି.): ଦେଶର ବିଭିନ୍ନ ପ୍ରାନ୍ତରେ ଗୁରୁବାର ପ୍ରବଳ ମୌସୁମୀ ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଫଳରେ ରାସ୍ତାଘାଟ ବୁଡ଼ିଯିବା ସହ ଗଛ ଉପୁଡ଼ିବା, ସମ୍ପତ୍ତି…

ଗାଡ଼ି ଟାୟାରରେ କମ୍‌ ପବନ ଯୋଗୁ ବାର୍ଷିକ ୪,୫୦୦ କୋଟିର ତେଲ ନଷ୍ଟ

ନୂଆଦିଲ୍ଲୀ, ୧୦।୭(ପି.ଟି.): ଯାନବାହନ ରକ୍ଷଣାବେକ୍ଷଣ କ୍ଷେତ୍ରରେ ସବୁଠାରୁ ଅବହେଳିତ ବିଷୟ ହେଉଛି ଟାୟାରର କମ୍‌ ପବନ (ପ୍ରେସର) ରହିବା। ହେଲେ ଏଥିଯୋଗୁ ଭାରତ ପ୍ରତିବର୍ଷ ପ୍ରାୟ ୪୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri